Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୧୭ ତାରିଖ – Daily Horoscope

ମେଷ
ଆଜି ଉଚ୍ଚ ରାଶିରେ ଚନ୍ଦ୍ର ରହିଥିବାରୁ ଯାତ୍ରା, ବନ୍ଧୁ ମିଳନ ଓ ମନୋରଞ୍ଜନ ପାଇଁ ବହୁତ ଭଲ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ସଭାସମିତି, ମାଲିମକଦ୍ଦମା କଥାରେ ଅଗ୍ରଗତି ଘଟିବ। ପ୍ରତିଶ୍ରୁତିରୁ ଓହରିବା କାରଣରୁ ଶେଷ ସମୟରେ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇପାରନ୍ତି।
ବୃଷ
ବୃଷ
ଦ୍ୱିତୀୟ ରାହୁ ଓ ଅଷ୍ଟମ ଶନି ପ୍ରଭାବରୁ ପରିସ୍ଥିତିର ତାଡନାରେ ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଆଜି ଆକସ୍ମିକ ଭାବରେ ଘରେ ବନ୍ଧୁ ମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇଯିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ କିଛି ସତର୍କତାର ଆବଶ୍ୟକତା ପଡ଼ିବ ନାହିଁ।
ମିଥୁନ
ମିଥୁନ
ରବି ଚତୁର୍ଥଭାବରେ ଥିବାରୁ ଆକସ୍ମିକ ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବେ। ଜମା ଭଲ ପଡୁ ନ ଥିବା ବ୍ୟକ୍ତିମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ ।
କର୍କଟ
କର୍କଟ
ଆଜି କର୍ମକ୍ଷେତ୍ରରେ ସାମାନ୍ୟ ଟିକିଏ ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି ହେବ, ତାହା ବ୍ୟତୀତ ଅନ୍ୟ କୌଣସି ଅସୁବିଧା ହେବନାହିଁ । ଅତୀତରେ ଘଟିଯାଇଥିବା ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହଠାତ୍‌ ହୋଇଯିବାର ପୂର୍ଣ୍ଣ ସମ୍ଭାବନା ରହିଛି।
ସି˚ହ
ସି˚ହ
ମୁଖ ଭାବରେ ମଙ୍ଗଳ ଆପଣଙ୍କ ମାନସିକ ସ୍ତରରେ ବିରକ୍ତି ଭାବକୁ ରୁକ୍ଷ ବ୍ୟବହାରରେ ପରିଣତ କରିବ। ଅବଶ୍ୟ ବନ୍ଧୁଙ୍କ ପ୍ରରୋଚନାରେ ବାରମ୍ବାର ସ୍ଥଗିତ ରହିଯାଉଥିବା କାର୍ଯ୍ୟ କୌଶଳ ଖଟାଇ ହାସଲ ପାଇଁ ଚେଷ୍ଟିତ ହେବେ। କର୍ମକ୍ଷେତ୍ରରୁ ଫେରିବା ବାଟରେ ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି।
କନ୍ୟା
ମଙ୍ଗଳଙ୍କ ପ୍ରଭାବରେ ପ୍ରତାରିତ ହୋଇ ଅଭିଳଷିତ ଜିନିଷ ନ ପାଇବା କାରଣରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ। ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣାଧୀନ କାମଟି ସମ୍ପନ୍ନ କରିପାରିବେ। ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ତୁଲାଇ ନେବେ।
ତୁଳା
ତୁଳା
ରାଶିରେ ବୁଧ ଓ ଶୁକ୍ର ରହିଥିବାରୁ ଆଜିର କର୍ମକ୍ଷେତ୍ରରେ ଯେକୌଣସି ପରିସ୍ଥିତି ଆସୁନା କାହିଁକି, ଆପଣ ସମସ୍ୟାକୁ ସୁଧାରି ନେଇ ପାରିବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ଫଳରେ ଧୈର୍ଯ୍ୟଚ୍ୟୁତି ଘଟିପାରେ। ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବା ପାଇଁ ଲବି କରିପାରନ୍ତି।
ବିଛା
ବିଛା
ଦେବଗୁରୁଙ୍କ ସୁପ୍ରଭାବରେ ନିଜେ ଚାହୁଁଥବା କାମ ସକାଶେ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ। ପରିବାରରେ ପାରସ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। କ୍ରୀଡ଼ା,ଚଳଚ୍ଚିତ୍ର ଓ କଳା, ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବାରୁ ଏକ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ।
ଧନୁ
ଧନୁ
ପାପଗ୍ରହମାନେ ରାଶିରେ ରହିଥିବାରୁ ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଘରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ। କଠୋର ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ତଥାପି କେତେକ ନୂତନ କାମର ପରିକଳ୍ପନା କରି ସଫଳ ହେବେ।
ମକର
ମକର
ଚନ୍ଦ୍ରଙ୍କ ଶୁଭ ସମ୍ପର୍କରୁ ବନ୍ଧୁମାନଙ୍କ ସହ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ସରକାରୀ ସ୍ତରରୁ ଅର୍ଥ ସାହାଯ୍ୟ ପାଇବେ ଏବଂ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। ପୂର୍ବ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପରିବାରରେ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି।
କୁମ୍ଭ
କୁମ୍ଭ
ନିଜରାଶିକୁ ରାଶ୍ୟାଧିପତିଙ୍କ ଦୃଷ୍ଟିଜନିତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରି ନିଅନ୍ତୁ ନତୁବା ପରେ ପଶ୍ଚାତ୍ତାପ କରିବାକୁ ପଡ଼ିପାରେ। ଭାବୁଥିବା କାମଟି ସମ୍ପନ୍ନ କରିବା ସକାଶେ ବନ୍ଧୁଙ୍କୁ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ଗୃହ, ଭୂମି, ଗାଡ଼ିମୋଟର,ପ୍ରେସ୍‌, ପବ୍ଲିିକେଶନ ସମ୍ପର୍କିତ ଦୁଶ୍ଚିନ୍ତା ଆସିବ।
ମୀନମୀନ
ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ବରେ ପଡ଼ିପାରନ୍ତି। ଖଳ ଲୋକମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ଆଜି ଅଧିକାଂଶ ସମୟ କଟାଇବେ। ପାରିବାରିକ ସମସ୍ୟା କ୍ଷେତ୍ରରେ ଗୁରୁଜନଙ୍କ ସାନ୍ତ୍ୱନାବାଣୀ ମନରେ ଆଶ୍ୱସ୍ତି ଭରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri