Posted inRasifala

ରାଶିଫଳ: ଗୁରୁବାର , ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା କରି ପାରନ୍ତି। ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡିପାରେ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରି ପାରିବେ। ପରିବାର ଭିତରେ ସମସ୍ୟା ଦେଇ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡିକୁ ସଫଳତାର ସହ ସମ୍ପନ୍ନ କରିବେ। କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପନ୍ନ ହେବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଭୁଲ୍‌ ବୁଝାମଣାରୁ ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡ଼ିବେ।
ସି˚ହ
ସି˚ହ
ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିବ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ଆତ୍ମୀୟମାନଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ଆଜି କୌଣସି ଖୁସି ଖବର ପାଇବାର ଆଶା ରହିଛି ଏହା ସଙ୍ଗକୁ ସନ୍ତାନଙ୍କ କୃତିତ୍ୱ ପାଇଁ ଗର୍ବ କରିବେ।
କନ୍ୟା
ଆଜି କୌଣସି ସମସ୍ୟା ଆପଣଙ୍କୁ ବିଚଳିତ କରି ପାରିବ ନାହିଁ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନ କରିବାରେ ସମର୍ଥ ହେବେ। ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ପାଇବେ। ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ।
ତୁଳା
ତୁଳା
ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନତ୍ କଲେ ଚେଷ୍ଟା କଦାପି ବିଫଳ ହେବନି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ଓ ଆଗଭଳି ତାଙ୍କର ମନୋଭାବ ନ ଥିବା ଅନୁଭବ କରି ପାରନ୍ତି। ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସଫଳ ହେବେ।
ବିଛା
ବିଛା
ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିପାରନ୍ତି। ସେଥିରେ କିଛି ଅସୁବିଧା ହେବନି। କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତରୁ ଉପକୃତ ହେବେ।
ଧନୁ
ଧନୁ
ମାନସିକ ସ୍ତରରେ ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ, ଆଲୋଚନା ପରିସରରେ, ସଭାରେ,ତର୍କ ଓ ବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ। ଦୀର୍ଘଦିନର ବକେୟା ଅର୍ଥ ଆଦାୟ କରିବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ମକର
ମକର
ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ସବୁ କାମ ଗୁଡିକ ବିଳମ୍ବିତ ସମୟରେ ହିଁ ସମ୍ପନ୍ନ ହେବ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ ଓ ସାମୟିକ ଅସୁବିଧାର ସମ୍ମୁଖୀନ ହେବେ। କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ନ ଫେରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। କୌଣସି କାରଣରୁ ଜଣେ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢ଼ିପାରେ।
କୁମ୍ଭ
କୁମ୍ଭ

କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରି ପ୍ରଶଂସିତ ହେବେ କିନ୍ତୁ ଆଜି ପାଖ ପଡୋଶୀ କିିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ଚେଷ୍ଟା କରୁଥିବା କାମରେ, କଚେରି ମାମଲାରେ, ଜମିଜମା ବିବାଦରେ, ଉପକୃତ ହେବେ।  ଅର୍ଥନୈତିକ ଅଭିବୃଦ୍ଧି, ଭ୍ରମଣ ଓ ନୂତନ ବସ୍ତ୍ରଭୂଷଣ ଲାଭ ଜନିତ ମନ ଖୁସୀ ରହିବ।

ମୀନମୀନ
କର୍ମକ୍ଷେତ୍ର ଓ ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାଗୁଡିକୁ ସାମ୍‌ନା କରି ନପାରି ବିବ୍ରତ ବୋଧ କରି ପାରନ୍ତି। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ପାରଷ୍ପରିକ ଭୁଲ୍‌ ବୁଝାମଣାରୁ ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିକଟରୁ ଅନାଦର ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?