Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୩୧ ତାରିଖ – Daily Horoscope

ମେଷ
ଲକ୍ଷ୍ୟ ପୂରଣ ସକାଶେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କାମ ହାସଲରେ ବାଧା କାରଣରୁ ମାନସିକ ଅବସ୍ଥା ଭଲ ରହିବ ନାହଁ । ଜମିଜମା, ସ୍ତ୍ରୀ / ସ୍ବାମୀଙ୍କ ସ୍ବାସ୍ଥ୍ୟ, ଟଙ୍କା ନେଇଥିବା ଲୋକବିଷୟରେ କିମ୍ବା ବ୍ୟବସାୟିକ କିଛି ବିଫଳତାକୁ ଚିନ୍ତିତ ରହିବେ । କୌଣସି ବିବାଦୀୟ ବିଷୟକୁ ନେଇ ପାଖ ପଡୋଶୀମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି।
ବୃଷ
ବୃଷ
ସକାଳୁ ସକାଳୁ ଘରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ । ଆନୁଷ୍ଠାନିକ କାର୍ଯ୍ୟରେ ଛୋଟ କଥାଟିକୁ କେନ୍ଦ୍ରକରି ମତାନ୍ତର ଘଟିପାରେ। ପରିସ୍ଥିତିବଶତଃ କାମ ଚାପାରେ ନିଜକୁ ଆଡଜଷ୍ଟ କରିବେ।
ମିଥୁନ
ମିଥୁନ
ଉପସ୍ଥିତ ବୁଦ୍ଧି ଓ ପ୍ରୟୋଗାମତ୍କ କୌଶଳ ମାଧ୍ୟମରେ ପ୍ରତ୍ୟେକ କାମରେ ସଫଳତା ଅବଶ୍ୟ ପାଇବେ । କଳେ ବଳେ କୈାଶଳେ ଅର୍ଥ ପାଇବା ସକାଶେ ଚେଷ୍ଟା କରି ଆଶାକୁ ଚରିତାର୍ଥ କରିପାରନ୍ତି । ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ପ୍ରଶଂସିତ ହେବେ। ସହକର୍ମୀମାନଙ୍କ ସାହାଯ୍ୟ ବିନା କାମଟିକୁ ହାସଲ କରିବା କଷ୍ଟକର ହେବ ।
କର୍କଟ
କର୍କଟ
ଦୀର୍ଘଦିନ ହେଲା ଆଦୈା ଭଲ ପଡୁନଥିବା ବ୍ୟକ୍ତିଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। କର୍ମକ୍ଷେତ୍ର କିମ୍ବା ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡା ଲାଗିପାରେ । ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ଚେଷ୍ଟା କରୁଥିବା କାମରେ ସଫଳତା ହାସଲ କରି ପ୍ରଶଂସିତ ହେବେ।
ସି˚ହ
ସି˚ହ
ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମନକୁ ଆନ୍ଦୋଳିତ କରିବ। ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ । ପରିସ୍ଥିତି ବଶତଃ ଦୁଇ ପଇସା ଜାଗାରେ ଛ’ପଇସା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ସଭାସମିତିରେ ସମ୍ମାନିତ ହେବେ।
କନ୍ୟା
ପାଖରେ ଥିବା ଲୋକଟି ଆପଣଙ୍କ ସକାଶେ ବହୁତ ଉପକାରରେ ଆସିବାର ସମ୍ଭାବନା ରହିଛି । ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ କିନ୍ତୁ ଆଶାନୁରୂପ ହେବନାହିଁ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିପାରନ୍ତି।
ତୁଳା
ତୁଳା
ନିଜର ଭୁଲ୍‌ ବୁଝାମଣାରୁ ଆକସ୍ମିକ ଭାବରେ ପାରିବାରିକ କଳହର ସମ୍ଭାବନା ରହିଁଛି । ଆଜି କୌଣସି ଯୁବକ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ଗୃହ ସଜ୍ଜାରେ ମନୋନିବେଶ କରିବା ସହ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ସଫଳତା ମିଳିବା ସଙ୍ଗକୁ ପ୍ରଶାସନିକ ସ୍ତରରେ ଆଲୋଚନା ମଧ୍ୟ ଫଳପ୍ରଦ ହେବ ।
ବିଛା
ବିଛା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବ । ବହୁତ ଦିନର ଆଶା ପୂରଣ ହେବା ସହ କୈାଣସି ନୂତନ କାମରେ ବନ୍ଧୁ ମାନେ ସହେଯାଗର ହାତ ବଢାଇବେ। ପରିସ୍ଥିତିରେ ପଡି ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତରହିଁ ମୁଖ୍ୟ କାରଣ ହେବ ।
ଧନୁ
ଧନୁ
ଦିନର ଅଧିକାଂଶ ସମୟ ସମସ୍ୟା ଭିତର ଦେଇ ଗତି କରୁଥିବା କାରଣରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ । କୈାଣସି ବିବାଦୀୟ ପରିସ୍ଥିତିରେ ଆପଣଙ୍କର ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ, ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିପାରନ୍ତି।
ମକର
ମକର
ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେହି କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ । ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ ଏବଂ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ସାମାନ୍ୟ ବିଳମ୍ବ ହେଲେ ମଧ୍ୟ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବାର ସମ୍ଭାବନା ରହିଛି।
କୁମ୍ଭ
କୁମ୍ଭ
ସତର୍କତା ଅଭାବରୁ ହଠାତ୍‌ କଳହ, ପ୍ରତିହିଂସା, ବାଦବିବାଦ, ଧନହାନି ଓ ବିଭିନ୍ନ ପ୍ରକାରର ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ। ଆନୁଷ୍ଠାନିକ କାମ, ପ୍ରଶାସନିକ ସ୍ତରରେ କିମ୍ବା ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ। ବୃଥା ତର୍କ ଓ ବିବାଦରେ ପଶିବା ସହ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ସମ୍ପର୍କ ବ୍ୟାହତ ହେବାର ସୂଚନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

ରାଶିଫଳ: ସୋମବାର , ଜୁଲାଇ ୬ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରରେ ବୁଧ ଓ ବୃହସ୍ପତିଙ୍କ ଯୋଗୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ…

ରାଶିଫଳ: ରବିବାର, ଜୁଲାଇ ୫ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁମାନଙ୍କ ପରାମର୍ଶକ୍ରମେ ଦୂରଯାତ୍ରା କରିବାକୁ ମନ ବଳାଇବେ। ଗୃହ ମରାମତି, ଭୂମିକ୍ରୟ, ଗାଡ଼ିମୋଟର, ଯାନ୍ତ୍ରିକ ଜିନିଷ କ୍ରୟ କରିପାରନ୍ତି। ଟଙ୍କା ପଇସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri