Posted inRasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୧୫ ତାରିଖ – Daily Horoscope

ମେଷ
ଦଶମ ସ୍ଥାନରେ ଚନ୍ଦ୍ର ହେତୁ ଦକ୍ଷତାଭିତ୍ତିକ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଘରେ ପିଲାମାନଙ୍କ ଦାବି ମୁତାବକ ଜିନିଷ ନ ଆଣିପାରିବା କାରଣରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି। ଶାରୀରିକ ସୁସ୍ଥତା ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ଖୁସି ରହିବେ । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେଇପାରନ୍ତି।
ବୃଷ
ବୃଷ
ଭାଗ୍ୟ ସ୍ଥାନକୁ ଚାରୋଟି ଗ୍ରହଙ୍କ ପ୍ରଭାବ ସୌଭାଗ୍ୟପ୍ରଦ ହେତୁ ଉଚ୍ଚସମ୍ମାନ ପାଇବାର ଯୋଗ ରହିଛି। ମୃଗଶିରା ନକ୍ଷତ୍ରର ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଜନିତ ଟେନସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇ ଚିନ୍ତାକୁ ବଢ଼ାଇ ଦେବ। ବନ୍ଧୁଙ୍କ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମିଥୁନ
ମିଥୁନ
ଆଜିର ଚନ୍ଦ୍ର ପାପଗ୍ରହ ମଧ୍ୟସ୍ଥ ଯୋଗୁ ମାନସିକ ଅସ୍ଥିରତା ମଧ୍ୟରେ ସମୟ କଟାଇବେ । ଯାତ୍ରାରେ,ବିବାଦୀୟ ପରିସ୍ଥିତିରେ,ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ହେୟ ମନେ କରିବା ଠିକ୍‌ ହେବନି । କଳା, ସାହିତ୍ୟ, ସାମ୍ବାଦିକତା,ଏଜେନ୍ସିପ୍‌ ଓ କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ଥିବା ସମସ୍ୟା ସମାଧାନ ହୋଇଯିବ ।
କର୍କଟ
କର୍କଟ
ଚନ୍ଦ୍ରଙ୍କ ଏକାଧିକ ଗ୍ରହଙ୍କ ଦୃଷ୍ଟି ସାମଗ୍ରିକ କାର୍ଯ୍ୟର ସହାୟକ ଭଳି କାମ କରିବ । ଘରୋଇ କାମ ହେଉ ଅଥବା କର୍ମକ୍ଷେତ୍ର ହେଉନା କାହିଁକି ପାରଷ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ ।
ସି˚ହ
ସି˚ହ
ରାଶିରେ ରାଜଯୋଗ କାରକ ମଙ୍ଗଳଙ୍କ ଅବସ୍ଥିତିରୁ ନୂତନ କର୍ମାରମ୍ଭ, ଜମିଜମା, ଯାନବାହନ, ଭାଇବନ୍ଧୁଙ୍କ ସହ ସୁସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ । ଫଳରେ ସାମାଜିକ ସ୍ତରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । କର୍ମକ୍ଷେତ୍ରରେ ଏକା ସଙ୍ଗରେ ବହୁତ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି।
କନ୍ୟା
ଚନ୍ଦ୍ର କେନ୍ଦ୍ରରେ କର୍ମାଧିପତି ଅଭିଳଷିତ କାମକୁ ତ୍ୱରାନ୍ବିତ କରାଇବ । ବହୁତ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯିବାର ସୂଚନା ରହିଛି । ଅଧସ୍ତନ କର୍ମଚାରୀଙ୍କ ଭୁଲ୍‌ କାମରୁ ଅଫିସରେ ସମସ୍ୟାରେ ପଡ଼ିପାରନ୍ତି । ଗାଡ଼ି ମରାମତି, ଆନୁଷ୍ଠାନିକ କାମରେ ମନୋନିବେଶ କରିପାରନ୍ତି।
ତୁଳା
ତୁଳା
ଚନ୍ଦ୍ରଙ୍କ ଶୁଭ ଦୃଷ୍ଟିରୁ କାମ ଅଟକିବ ନାହିଁ ସିନା ସମସ୍ୟା ଜନିତ ମନସ୍ତାପରୁ ମୁକ୍ତି ମିଳି ନ ପାରେ । ମନ ଅସ୍ଥିର ରହିବା କାରଣରୁ ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ । ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
ବିଛା
ବିଛା
ରାଶିରେ ଗୌରବର ପ୍ରତୀକାତ୍ମକ ଗୁରୁ ଭାଗ୍ୟାଧିପତିଙ୍କ ଏକାଦଶସ୍ଥ ଯୋଗୁ ଉଚ୍ଚସମ୍ମାନ ସାଙ୍ଗକୁ ବିଶିଷ୍ଟ ବ୍ୟକ୍ତିଙ୍କ ସଙ୍ଗଲାଭ କରାଇବ । ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବାକୁ ବାଧ୍ୟ ହେବେ । କ୍ରୀଡା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ।
ଧନୁ
ଧନୁ
ପାପଗ୍ରହ ପ୍ରଭାବରୁ ମନରେ ବିଷର୍ଣ୍ଣତା ଭରି ରହିଥିଲେ ମଧ୍ୟ ଆର୍ଥିକ ଉନ୍ନତି ଏବଂ ବନ୍ଧୁଙ୍କ ଆଦରବୋଳା କଥାରୁ ଆନନ୍ଦ ଅନୁଭବ କରିବେ। ପୂର୍ବାହ୍ନରେ ଆଶା କରିଥିବା ଜିନିଷ ଅବଶ୍ୟ ପାଇବେ, କିନ୍ତୁ ଅପରାହ୍ନରେ ବନ୍ଧୁଙ୍କ ବ୍ୟବହାର ମନରେ ଆଘାତ ଦେଇପାରେ । ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ ।
ମକର
ମକର
ସପ୍ତମସ୍ଥ କର୍ମାଧିପ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ବହୁତ ଶୁଭପ୍ରଦ ହେବ । କିନ୍ତୁ କୌଣସି ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ପାଇଁ ପ୍ରତିକୂଳତା ସୃଷ୍ଟି ହେବାର ଆଶଙ୍କା ରହିବ। ସହକର୍ମୀମାନଙ୍କ ସହୃଦୟତାରୁ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇ ପାରନ୍ତି। ପ୍ରକାଶନ, ସାହିତ୍ୟ ଚର୍ଚ୍ଚା ଓ ପ୍ରଶାସନିକ ସଫଳତା ଅବଶ୍ୟ ପାଇବେ।
କୁମ୍ଭ
କୁମ୍ଭ
ଷଷ୍ଠାଧିପ ସ୍ବଭାବକୁ ଦେଖୁଥିବାରୁ ପୁରାତନ ରୋଗପୀଡ଼ା, ପୂର୍ବଶତ୍ରୁତା ଓ ଋଣ ପରିଶୋଧ ଜନିତ ଦୁଶ୍ଚିନ୍ତା ଲାଗିରହିବ । ଆଜି ଦିନ ଭିତରେ ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ କାମ ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବାର ସୂଚନା ରହିଛି । ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ମୀନମୀନ
କୃତି ଓ କୃତିତ୍ୱ କାରଣରୁ ଚନ୍ଦ୍ର ଓ ବୃହସ୍ପତିଙ୍କ ଶୁଭ ସଂସ୍ଥାନରୁ ସମ୍ବର୍ଦ୍ଧିତ ହେବାସହ ପୁରସ୍କୃତ ହେବାର ସୂଚନା ରହିଛି । ମଙ୍ଗଳଙ୍କ ଦୁର୍ବଳଜନିତ ଆର୍ଥିକ ସମସ୍ୟା ସାମୟିକ ଭାବରେ ମନକୁ ଭାରାକ୍ରାନ୍ତ କରିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଙ୍ଗଠନ, ଲେଖାପଢ଼ାରେ କିଛିଟା ସାମୟିକ ସମସ୍ୟା ଲାଗି ରହିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri