Posted inRasifala

ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ
ପାରିବାରିକ ଓ କର୍ମକ୍ଷେତ୍ର ସକାଶେ ପ୍ରତିକୂଳତା ଆନୟନ କରିପାରନ୍ତି । ପରିବହନରେ ଆକସ୍ମିକ ସମସ୍ୟାଜନିତ ମାନସିକ ଅଶାନ୍ତିର ସମ୍ମୁଖୀନ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡିପାରନ୍ତି ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ । ବିଭିନ୍ନ ବିଷୟରେ ଚିନ୍ତା କରିବା କାରଣରୁ ଟେନ୍ସନ ଲାଗି ରହିବ । ଆକସ୍ମିକ ଆବଶ୍ୟତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତାକୁ ବଢାଇ ଦେବ । ବନ୍ଧୁମାନଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ ।
ମିଥୁନ
ମିଥୁନ
ଜଣେ ଅଜଣା ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି, ଯାହା କି ଆପଣଙ୍କ ସକାଶେ ହିତକର ହେବ ।  ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି ।  ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ ।  ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
କର୍କଟ
କର୍କଟ
ଆଜି ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ ।  କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇବେ ।  ଅବଶ୍ୟ ପରକ୍ଷଣରେ ଦ୍ୱିତୀୟ ଚନ୍ଦ୍ର ପ୍ରଭାବରୁ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ ।
ସି˚ହ
ସି˚ହ
ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଈର୍ଷାନ୍ବିତ ହୋଇ ଅନ୍ୟମାନେ ନିନ୍ଦାଗାନ କରିପାରନ୍ତି  କିନ୍ତୁ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ ।  ତଥାପି ଏକା ସଙ୍ଗରେ ବହୁତଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି ।  ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖାଦେଇପାରେ ।
କନ୍ୟା
ପାରିବାରିକ କ୍ଷେତ୍ରରେ ନିଜ ଲୋକମାନଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିପାରନ୍ତି । ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି । ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ । ପରିବହନ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି ।
ତୁଳା
ତୁଳା
ମନ ଅସ୍ଥିର ରହିବା କାରଣରୁ ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ ଉଠିପାରେ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ,କାରଣ ସେହି ବ୍ୟକ୍ତିଟି ସମସ୍ୟା ସୃଷ୍ଟି କରିବାରେ ମୁଖ୍ୟ ଭୂମିକା ସାଜିପାରେ । ସମସ୍ୟାର ସମ୍ମୁଖୀନ ହୋଇ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ ।
ବିଛା
ବିଛା
ଆଜି ପ୍ରତ୍ୟେକ କାମ ସୁରୁଖୁରୁରେ ସମ୍ପନ୍ନ ହେବ ଓ ପ୍ରଶଂସିତ ହେବେ । କିନ୍ତୁ ଏହା ସଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ ଏବଂ ଟେନ୍ସନ ମଧ୍ୟ ଲାଗି ରହିବ । ଅଭାବ ଦୂରେଇ ବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ । ସାହିତ୍ୟ ,ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ କିଛି ଅସୁବିଧା ହେବନି ।
ଧନୁ
ଧନୁ
ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ କିନ୍ତୁ ଅସଫଳ ହେବେ ନାହିଁ । ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ଆମଦାନୀ କାରବାର କ୍ଷେତ୍ରରେ ବେଶ ଖୁସୀ ରହିବେ । ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ ।
ମକର
ମକର
ବନ୍ଧୁମାନଙ୍କ ସହାୟତାରେ ନିଶ୍ଚିତ ସମସ୍ୟା ମୂଳକ ଅସୁବିଧାରୁ ମୁକୁଳି ଯାଇପାରନ୍ତି । ସାୟାହ୍ନରେ ଅସମର୍ଥିତ ସୂତ୍ରରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶିକ୍ଷା,ପ୍ରେମବ୍ୟାପାର,ଆଲୋଚନା,ଗଠନମୂଳକ କାମ, ଲେଖାପଢା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ ।
କୁମ୍ଭ
କୁମ୍ଭ
ଆଜି ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ କାମ ସୁବିଧାରେ ସମ୍ପନ୍ନ ହେବାର ସମ୍ଭାବନା ରହିଛି । ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ସହକର୍ମୀଙ୍କ ସହାୟତାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ।
ମୀନମୀନ

ପାରିବାରିକ ସ୍ତରରେ ନିଜ ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲିମକଦ୍ଦମା, ସଂଗଠନ, ଲେଖାପଢା ଓ ବାଣିଜ୍ୟ, ବ୍ୟବସାୟରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri