Posted inRasifala

ରାଶିଫଳ: ଗୁରୁବାର, ଜୁନ୍ ୧୧ ତାରିଖ – Daily Horoscope

ମେଷ
ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବାକୁ ପଡ଼ିପାରେ । ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ । ନିଜ ନିଜର ସ୍ବାର୍ଥହାନି ଆଶଙ୍କାରେ ଆତ୍ମୀୟସ୍ବଜନମାନେ ଦୂରେଇ ଯାଇପାରନ୍ତି ।
ବୃଷ
ବୃଷ
ମଜା ମଉଜ, ମନୋରଞ୍ଜନରେ ସମୟ ଅତିବାହିତ କରିବେ । ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାଯ୍ୟ କରିବାର ଆଶା ରହିଛି । ଦ୍ରବ୍ୟନଷ୍ଟ ହୋଇପାରେ,ଏଣୁ ସାବଧାନତା ଅବଲମ୍ବନୀୟ । ଯାନବାହନ, ବସ୍ତ୍ର, ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି ।
ମିଥୁନ
ମିଥୁନ
ଧୈର୍ଯ୍ୟର ସହ ସମସ୍ୟାଗୁଡ଼ିକର ମୁକାବିଲା କରିବାରେ ସମର୍ଥ ହେବେ । ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ। ସାଧାରଣ କଥାକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟ ମାନଙ୍କ ସହ କଳହର ସମ୍ଭାବନା ରହିଛି । ରେଷ୍ଟୁରାଣ୍ଟ,ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ ।
କର୍କଟ
କର୍କଟ
ନିଜର ଫାଇଦା ହାସଲ ପାଇଁ ନିକଟ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି । ଗବେଷଣା, ଅନୁସନ୍ଧାନ, ଅଧ୍ୟୟନ ଓ ଅଧ୍ୟାପନା ଏବଂ କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତି କରିବେ । ପରିସ୍ଥିତିବଶତଃ ଅସଂଯତ ବ୍ୟବହାର ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ ।
ସି˚ହ
ସି˚ହ
ପୂର୍ବାଫାଲ୍‌ଗୁନୀ ନକ୍ଷତ୍ର ସାମାନ୍ୟ କୌଶଳ ପ୍ରୟୋଗ କରି କାମ କଲେ ଯାହା ଚାହୁଁଛନ୍ତି ତାହା ନିଶ୍ଚିତ ପାଇ ପାରିବେ । ନିଜର ଫାଇଦା ହାସଲ ପାଇଁ ସମ୍ପର୍କୀୟ ଜଣେ ଫନ୍ଦିଫିକର କରିପାରନ୍ତି । ଅସଂଗତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି ।
କନ୍ୟା
ବୃହସ୍ପତିଙ୍କ ଦୁର୍ବଳତା କାରଣରୁ ପାରିବାରିକ ସ୍ତରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ । ଅତିଶୟ ଭ୍ରମଣ କିମ୍ବା ଅନିଦ୍ରା ହେତୁକ ଜ୍ୱର ଓ ବମନ ଦେଖାଦେବାର ଆଶଙ୍କା ରହିଛି । ଆଜି ଈପ୍‌ସିତ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ। କିନ୍ତୁ ବହୁତ ଶ୍ରମ ଓ କଷ୍ଟ ସ୍ବୀକାର କରିବାକୁ ପଡ଼ିବ ।
ତୁଳା
ତୁଳା
ସୁପରିଣାମ ସଦୃଶ ଯେ କୌଣସି ପ୍ରତିରୋଧକୁ ଏଡ଼େଇ ଯାଇ କାମ ହାସଲରେ ସମର୍ଥ ହେବେ । ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ସ୍ଥତି ଭଲ ରହି ନ ପାରେ ଏବଂ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇପାରନ୍ତି । ପରିବେଶ ଓ ପରିସ୍ଥିତି ଠିକ୍‌ ନଥିବା କାରଣରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ ।
ବିଛା
ବିଛା
କୌଣସି କାମରେ ମନର ସ୍ଥିରତା ନ ରହିବା ହେତୁ କାମଗୁଡ଼ିକ ଅସମ୍ପୂର୍ଣ୍ଣ ରହିଯିବ । କର୍ମକ୍ଷେତ୍ରରେ କାଳକ୍ଷେପଣ ନୀତିରେ କେତେକ କାମକୁ ଅବହେଳା କରି ସମାଲୋଚିତ ହେବାକୁ ପଡ଼ିବ । ପ୍ରତିଶ୍ରୁତି ପାଇ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ । ଧୈର୍ଯ୍ୟ ଓ ଦୃଢ଼ ମନୋବଳ କାମକୁ ସହଜସାଧ୍ୟ କରିବାରେ ସହାୟକ ହୋଇପାରିବ ।
ଧନୁ
ଧନୁ
ପାରିବାରିିକ କ୍ଷେତ୍ରରେ ଉନ୍ନତମାନର ବୁଝାମଣା ହେତୁ ପ୍ରତ୍ୟେକ କାର୍ଯ୍ୟ ଶୃଙ୍ଖଳିତ ରହିବ । ଅଭାବ ନ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ କିମ୍ବା ସହକର୍ମୀ ମାନଙ୍କ ସହଯୋଗ ପାଇବେ ନାହିଁ । କେତେକ ଆକସ୍ମିକ ପ୍ରତିବନ୍ଧକ କାରଣରୁ ଆଜିର ପୂର୍ବାହ୍ନରେ ସହଜରେ କାମ ହାସଲ ହେବା କଷ୍ଟକର ହେବ ।
ମକର
ମକର

ଚନ୍ଦ୍ର କେନ୍ଦ୍ରାଧିପତିଙ୍କ ସହ ରହିଥିବାରୁ ଆଜିର ପ୍ରତ୍ୟୁଷ ଯାତ୍ରା ଆନନ୍ଦଦାୟକ ରହିବ ଓ ନୂତନ ମିତ୍ରତା ସୃଷ୍ଟି ହେବ । ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହି ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ସାଂଗଠନିକ ସ୍ତରରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି ।

କୁମ୍ଭ
କୁମ୍ଭ
ଶନିଙ୍କ ପ୍ରଭାବରେ ଆପଣଙ୍କର କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ହେତୁ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ, ଯାହାକି କାମକୁ ଆଗକୁ ନେବାରେ ସାହାଯ୍ୟକରିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି ।
ମୀନମୀନ

ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ ତଥାପି କାମ ଅଟକି ରହିବ ନାହିଁ । ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରେ ଉପସ୍ଥିତ ହେବାରେ ବିଳମ୍ବ ଘଟିବ । ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ,ନତୁବା ଓଲଟ ପାଲଟ ହୋଇଯାଇପାରେ । ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା ପାଇବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri