Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ଶ୍ରବଣା ନକ୍ଷତ୍ରରେ ରହିଥିବାରୁ ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, କୌଣସିଥିରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ ଏବଂ ଆମଦାନୀ କାରବାରରେ ଲାଭବାନ୍‌ ହେବେ।
ବୃଷ
ବୃଷ
ଚତୁର୍ଥାଧିପତି ଅଷ୍ଟମାଧିପତିଙ୍କ ନକ୍ଷତ୍ରରେ ରହିଥିବାରୁ ପାରିବାରିକ କ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଆଶାଜନକ ଫଳ ଲାଭକରି ଖୁସୀ ରହିବେ।
ମିଥୁନ
ମିଥୁନ
କର୍ମାଧିପ ବୃହସ୍ପତି ଜ୍ୟେଷ୍ଠା ନକ୍ଷତ୍ରରେ ରହିଥିବାରୁ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ । କିନ୍ତୁ ବନ୍ଧୁଙ୍କ କାମରେ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । କଳା, କ୍ରୀଡ଼ା, ସାହିତ୍ୟ, ସାମ୍ବାଦିକତା, ରଚନାତ୍ମକ କ୍ଷେତ୍ରରେ ସଫଳତା ମିଳିପାରେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍‌ କରିପାରନ୍ତି।
କର୍କଟ
କର୍କଟ
ବୃହସ୍ପତିଙ୍କ ସ୍ଥାନ ପ୍ରଭାବରେ କୌଣସି ସମସ୍ୟା ସମ୍ବନ୍ଧରେ ଆଲୋଚନାରେ ନିର୍ଯାସ ବାହାରି ନ ପାରେ। ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ। ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇପାରେ।
ସି˚ହ
ସି˚ହ
ଏକାଦଶସ୍ଥ ଶୁକ୍ରଜନିତ ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ । ଚତୁର୍ଥ କେନ୍ଦ୍ରାଧିପତି ମଙ୍ଗଳ ଆପଣଙ୍କ ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମାଇବାର ଉପକ୍ରମ କରିବ । କନ୍ୟାଙ୍କ ବିବାହ ପ୍ରସ୍ତାବ ନେଇ ଜଣେ ବ୍ୟକ୍ତି ହଠାତ୍‌ ଆସିପାରନ୍ତି। କଚେରି ମାମଲା, ପ୍ରଶାସନ, ବ୍ୟବସାୟରେ ସଫଳତା ମିଳିବ।
କନ୍ୟା
ଚନ୍ଦ୍ରଙ୍କ ପ୍ରଭାବରୁ ଆପଣଙ୍କ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ବହୁପୂର୍ବରୁ ମନେମନେ ଭାବିଥିବା ନୂତନ କାର୍ଯ୍ୟଟିକୁ ଆରମ୍ଭକରି କୃତକାର୍ଯ୍ୟ ହେବେ । କଠିନ ପରିଶ୍ରମଜନିତ କ୍ଳାନ୍ତି ଓ ଅବସାଦ ଦଖାଦେଇପାରେ। ସାଧାରଣ କଥାରେ ତର୍କବିତର୍କ କାରଣରୁ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।
ତୁଳା
ତୁଳା
ତୃତୀୟରେ ଶନି ଅବସ୍ଥାନ କରିଥିବାରୁ ବନ୍ଧୁଙ୍କ ସମ୍ମୁଖରେ ମନକଥା ପ୍ରକାଶ କରିପାରିବେ ନାହିଁ । ଧର୍ମାନୁଷ୍ଠାନ ଦିଗରୁ ବନ୍ଧୁଙ୍କ ପ୍ରେରଣା ଆପଣଙ୍କୁ ନୂତନ ଦିଗ୍‌ଦର୍ଶନ ଦେଇପାରେ । କଳା, ସାହିତ୍ୟରେ ସମସ୍ୟା ସମାଧାନ ହେବା ସହ ନୂଆ ନୂଆ କାମ ଯୋଡ଼ିପାରନ୍ତି। ଭୁଲ୍‌ ଖବର ପାଇ ସାମୟିକ ଭାବେ ବିବ୍ରତ ହୋଇପାରନ୍ତି।
ବିଛା
ବିଛା
ଅସୁବିଧାବଶତଃ ସ୍ଥଗିତ ରହିଥିବା କାମ ପ୍ରତି ସମସ୍ୟାର ସରଳ ସମାଧାନ ହୋଇଯିବ। ଚନ୍ଦ୍ର ଶନିକ୍ଷେତ୍ରସ୍ଥ ହୋଇ ମଙ୍ଗଳ ଦୃଷ୍ଟ ଯୋଗୁ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ନିଜ ଲୋକମାନଙ୍କ ସହ ଭଲ ସମ୍ପର୍କ ନ ଥିବାରୁ ପରକଥାକୁ ସତ ମନେକରି ଭୁଲ୍‌ କରିବେ।
ଧନୁ
ଧନୁ
ଅଟକି ରହିଥିବା କାମକୁ ପୂରାଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ସାମାଜିକ ସ୍ତରରେ ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ମଧ୍ୟାହ୍ନରେ ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ। କର୍ମକ୍ଷେତ୍ରରେ ସୁଯୋଗର ସଦ୍‌ ବ୍ୟବହାର କରିପାରିଲେ ଉପକୃତ ହେବେ।
ମକର
ମକର
ଏକାଧିକ ଗ୍ରହ ସପ୍ତମଭାବସ୍ଥ ଯୋଗୁ ବିବାଦରୁ ଦୂରେଇ ରହିବା ଭଲ ହେବ। ବିଭିନ୍ନ ବିଷୟ ନେଇ ଅଯଥା ମାନସିକ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ମିତ୍ରମାନେ ସହଯୋଗର ହାତ ବଢ଼ାଇବେ। କର୍ମକ୍ଷେତ୍ର ଓ ପରିବାରରେ ପୁରୁଣା ସମସ୍ୟାଗୁଡିକ ତୁଟିଯାଇଥିଲେ ବି ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେଇପାରେ।
କୁମ୍ଭ
କୁମ୍ଭ
କର୍ମସ୍ଥାନରେ ବୃହସ୍ପତି ଆପଣଙ୍କୁ ଏକାଧାରରେ ଧନ ଓ ସମ୍ମାନ ପ୍ରଦାନ କରି ସାମାଜିକ ସମ୍ମାନ ପ୍ରଦାନ କରିବେ। ଆଜିର ଯାତ୍ରା, ପ୍ରଶାସନ, ଆଇନ, କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସହକର୍ମୀ କେହି ଚଞ୍ଚକତା ପ୍ରଦର୍ଶନ କରିପାରନ୍ତି। ବ୍ୟବସାୟ କିମ୍ବା ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ ।
ମୀନମୀନ
ଚନ୍ଦ୍ର ଲାଭ ଭାବରେ ରହିଥିବାରୁ ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ନିଶ୍ଚିତ କୃତକାର୍ଯ୍ୟ ହେବେ । ଅସୁବିଧା ନ ଥିଲେ ମଧ୍ୟ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ପୂର୍ବଭାଦ୍ରପଦ୍‌ ନକ୍ଷତ୍ର ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri