Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୪ ତାରିଖ – Daily Horoscope

ମେଷ
ଆଜି ସ୍ବରାଶିସ୍ଥ ଚନ୍ଦ୍ର ରାଶ୍ୟାଧିପତିଙ୍କ ସହିତ ଚତୁର୍ଥଭାବସ୍ଥ ଯୋଗୁ ପରିବାରରେ,ବନ୍ଧୁଗହଣରେ ସମୟ ଅତିବାହିତ କରିବେ । ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ ପୂର୍ବସ୍ଥିରୀକୃତ କାମରେ କୌଣସି ଅସୁବିଧା ହେବନାହିଁ। ସାମୟିକ ଭାବରେ ଗୃହ, ଭୂମି, ଗାଡି, ମୋଟର, ସହକର୍ମୀ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହର ଆଶଙ୍କା ରହିଛି ।
ବୃଷ
ବୃଷ
ଧନସ୍ଥାନରେ ରବି ଓ ରାହୁ ଅବସ୍ଥାନ କରିଥିବା କାରଣରୁ ଧନହାନୀ କିମ୍ବା କଳହର ଆଶଙ୍କା ରହିଛି । ମଙ୍ଗଳ ସହ ବୁଧ ପ୍ରଭାବରେ ଋକ୍ଷ ଓ କଠୋର ଭାଷାର ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ଆନୁଷ୍ଠାନିକ କାମ, ସଭାସମିତି, କଳା, କ୍ରୀଡ଼ା ତଥା ସଙ୍ଗୀତାଦି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବାର ସୁଯୋଗ ମିଳିପାରେ।
ମିଥୁନ
ମିଥୁନ
ପାରିବାରିକ ଅସ୍ଥିରତା ଓ ଅଶାନ୍ତି ସକାଶରୁ ମନ ଭଲ ରହିବ ନାହିଁ । ଅବଶ୍ୟ ବ୍ୟବସାୟିକ କ୍ଷେତ୍ରରେ ନିଜର ବୁଦ୍ଧିବଳ ଖଟାଇ ଅର୍ଥଲାଭ କରିବେ। ପରିସ୍ଥିତିବଶତଃ ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କଳା, ସାହିତ୍ୟ କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ହେତୁ ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଏକାଧାରରେ ଚନ୍ଦ୍ର, ବୁଧ ଓ ମଙ୍ଗଳଙ୍କ ସଂଯୋଗ ହେତୁ ଆଜି ବନ୍ଧୁଗହଣରେ ହସଖୁସୀ ଆନନ୍ଦ ମଧ୍ୟରେ ସମୟ ଅତିବାହିତ କରିବେ। କାମର ଚାପ ବଢିଯିବା କାରଣରୁ ଭଲରୂପେ ଖାଇବା ସକାଶେ ମଧ୍ୟ ସମୟ ଟିକିଏ ପାଇବେ ନାହିଁ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ବ୍ୟୟଭାବସ୍ଥ ଗ୍ରହମାନଙ୍କ ପ୍ରଭାବରୁ କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତା କରି ମନରେ ସରସତା ରହିବ ନାହିଁ । ଅପରାହ୍ନ ସମୟରେ କିଛି ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନଟା ସାମୟିକ ଭାବରେ ଖୁସୀ ହୋଇ ଯାଇପାରେ। ନିକଟସ୍ଥ ବ୍ୟକ୍ତିବିଶେଷମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। କଳା, କ୍ରୀଡ଼ା କାର୍ଯ୍ୟକ୍ରମରେ ନିଜକୁ ସାମିଲ କରିପାରନ୍ତି।
କନ୍ୟା
ଆଜିର ଦିନଟି ପ୍ରାୟତଃ ଭଲରେ ଯିବ, ବିଶେଷ ଅସୁବିଧାର ସୂଚନା ନାହିଁ । ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିବେ । ପିଲାମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ନିଜର ଉପସ୍ଥିତି ବୁଦ୍ଧି ଖଟାଇ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ ।
ତୁଳା
ତୁଳା
ମୁଖଭାବସ୍ଥ ବୃହସ୍ପତି ଆପଣଙ୍କୁ ଯୁକ୍ତିସଂଗତ ପ୍ରକାଶଭଙ୍ଗୀ ମାଧ୍ୟମରେ ଜନାଦୃତ କରାଇପାରନ୍ତି। ଯାହା ଆଶା କରୁଛନ୍ତି ସେଥିରେ ନୈରାଶ୍ୟ ଅନୁଭବ କରିବେ ନାହିଁ। ନ୍ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହେବା ସହ ପାରିବାରିକ ସୁଖ, ସୁବିଧାକୁ ଅଗ୍ରାଧିକାର ଦେଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ।
ବିଛା
ବିଛା
ଅଷ୍ଟମ ଓ ନବମସ୍ଥ ଗ୍ରହ ପ୍ରଭାବରେ ସମସ୍ୟା ମଧ୍ୟରେ କାମ ହାସଲ କରିବେ। ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ପ୍ରତ୍ୟେକଙ୍କର ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିପାରନ୍ତି। ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭ କରି ଏକପ୍ରକାର ଖୁସୀ ଅନୁଭବ କରିବେ।
ଧନୁ
ଧନୁ
ଆଜି ପୂର୍ବ ଯୋଜନାନୁଯାୟୀ ବନ୍ଧୁ ମେଳରେ ଯାତ୍ରା କରିବେ । ଦିନଟିରେ ବିବାଦରୁ ଦୂରେଇ ରହିବା ଭଲ ନତୁବା ଅଯଥା ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। ଆପଣଙ୍କ ଘରର ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତା ର କାରଣ ହୋଇପାରେ। ଅବଶ୍ୟ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀ ମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ନିତ କରିବ।
ମକର
ମକର
ସ୍ବଗୃହୀ ଚନ୍ଦ୍ର ଅନ୍ୟଦୁଇଗ୍ରହଙ୍କୁ ନେଇ ଆପଣଙ୍କ କାର୍ଯ୍ୟ ସାଧନ ଦିଗରେ ଉତ୍ତମ ପରିବେଶ ସୃଷ୍ଟି କରିବେ। ଘରକୁ ଆସିଥିବା ନୂଆ ବନ୍ଧୁମାନଙ୍କୁ ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବା ସକାଶେ ବାଧ୍ୟ ହେବେ। ସାମାନ୍ୟ ବ୍ୟତିକ୍ରମ ଓ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ।
କୁମ୍ଭ
କୁମ୍ଭ
ପ୍ରିୟଜନଙ୍କ ସହ ନୂତନ ସ୍ଥାନ ପରିଦର୍ଶନ ସଙ୍ଗକୁ ଶନିଙ୍କ ପ୍ରଭାବରେ ସଜ୍ଜନସଂଗତି ଲାଭ କରିବାର ସୁଯୋଗ ପାଇପାରିବେ। ନୂତନ କର୍ମାରମ୍ଭ କ୍ଷେତ୍ରରେ ପାଖପଡୋଶୀ ଏବଂ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ । ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଭଲ ହେବ ।
ମୀନମୀନ
ଗ୍ରହାବସ୍ଥାନ ପୃଷ୍ଠଭୂମିରେ ଆଜି ପ୍ରତ୍ୟେକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ ଓ ସମସ୍ୟା ସମାଧାନ ବଦଳରେ ବଢଇଦେଇପାରନ୍ତି। ବ୍ୟବସାୟ, ବାଣିଜ୍ୟ, ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସାଧାରଣ ସମସ୍ୟା ଦେଖାଦେଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri