Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୨୦ ତାରିଖ – Daily Horoscope

ମେଷ
ଆଜିର ଅନୁକୂଳ ଗ୍ରହସ୍ଥିତି ସାଙ୍ଗକୁ ଶୁକ୍ର ନକ୍ଷତ୍ରସ୍ଥ ଚନ୍ଦ୍ର ପାରିବାରିକ କ୍ଷେତ୍ରରେ ମତାନ୍ତର ଥାଇ ମଧ୍ୟ କାମବେଳକୁ ସମସ୍ତେ ଏକ ମନ ନେଇ କାମ କରିପାରିବେ। ସାମାଜିକ ସ୍ତରରେ ସ୍ବାର୍ଥସାଧନ ଆଶା ରଖି ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। କର୍ମକ୍ଷେତ୍ରରେ ସହମତିରେ କାର୍ଯ୍ୟକଲେ ସଫଳତା ପାଇବାରେ କୌଣସି ଅସୁବିଧା ରହିବନାହିଁ ।
ବୃଷ
ବୃଷ
ତୃତୀୟାଧିପଙ୍କ ପାପସମ୍ବନ୍ଧ ବନ୍ଧୁଙ୍କ ସ୍ବାର୍ଥସମ୍ବଳିତ କାର୍ଯ୍ୟକୁ ନେଇ ଅସନ୍ତୋଷ ସୃଷ୍ଟି କରିବ । ଧର୍ମଭାବରେ ଆଧ୍ୟାତ୍ମିକ ଗ୍ରହ ଶନି ଧାର୍ମିକ ବାତାବରଣ ମଧ୍ୟରେ ଆପଣଙ୍କ ସମୟକୁ ନିୟୋଜିତ କରିବେ। ବ୍ୟବସାୟ, ପରିବହନ, କଚେରି ମାମଲାରେ ମନସ୍ତାପ କରିପାରନ୍ତି। ନିକଟ ସମ୍ପର୍କୀୟଙ୍କ ସାହାଯ୍ୟରେ ଜମଜମା ବିବାଦର ସମାଧାନ ପାଇଁ ଆଲୋଚନା କରିପାରନ୍ତି।
ମିଥୁନ
ମିଥୁନ
ଦେହ ଭଲ ରହିଲେ ମଧ୍ୟ ପୁରୁଣା ରୋଗରେ କଷ୍ଟ ପାଇବା ସହ କାମରେ ପଛେଇ ରହିପାରନ୍ତି। କାର୍ଯ୍ୟକ୍ଷେତ୍ରରେ କିମ୍ବା ନିଜ ପରିସରରେ ତର୍କ ବିତର୍କ କାରଣରୁ ସମ୍ପର୍କ ହାନି ଘଟିପାରେ। କିନ୍ତୁ ଆନୁଷ୍ଠାନିକ କାମରେ ରାଜନୈତିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ବାଣିଜ୍ୟ କ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
କର୍କଟ
କର୍କଟ
କ୍ରନିକ୍‌ ରୋଗ ଜନିତ ଶାରୀରିକ ଦୁର୍ବଳତା ରହିଥିଲେ ମଧ୍ୟ କର୍ମକ୍ଷେତ୍ର ଯଥାରୀତି ସମ୍ପନ୍ନ ହେବ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦର ସମାଧାନ ହୋଇଯିବ। ଅର୍ଥସଂକଟ କିମ୍ବା ଅସହଯୋଗ କାରଣରୁ ପ୍ରତିକୂଳ ପରିସ୍ଥିତି ଜନିତ କେତେକ ଘରୋଇ ସମସ୍ୟା ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ।
ସି˚ହ
ସି˚ହ
ପରିବାରରରେ ସାଧାରଣ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ଆଜି ଦୀର୍ଘଦିନର ଆଶା ଫଳବତୀ ହେବ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା କାରଣରୁ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି। ବ୍ୟବସାୟ, ପରିବହନ, ସଭାସମିତି, କଳା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଗୃହୋପକରଣ ସାମଗ୍ରୀ କ୍ରୟ କରିବାକୁ ପଡ଼ିପାରେ।
କନ୍ୟା
ଦୁଃସ୍ଥାନସ୍ଥ କର୍ମାଧିପ ହେତୁ କର୍ମକ୍ଷେତ୍ରରେ ସାହାଯ୍ୟ, ସହଯୋଗ ପାଇବା କଷ୍ଟକର ହୋଇପଡ଼ିବ । ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ । ଯାତ୍ରା, ବାଣିଜ୍ୟ ପାଇଁ ଭଲ ଏବଂ ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ ।
ତୁଳା
ତୁଳା
ଉଚ୍ଚସ୍ଥ ଶୁକ୍ରଙ୍କ ପ୍ରଭାବରେ ସ୍ବାସ୍ଥ୍ୟ ଠିକ୍‌ ଥିଲେ ମଧ୍ୟ କେତେକ ସ୍ଥଗିତ କାର୍ଯ୍ୟ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ପିଲାଙ୍କ ଆଚରଣକୁ କେନ୍ଦ୍ରକରି କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। କୌଣସି ନିକଟତମ ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
ବିଛା
ବିଛା
ଧନସ୍ଥାନରେ ଏକାଧିକ ଆର୍ଥିକସ୍ଥିତିକୁ ଉନ୍ନତ କଲେ ମଧ୍ୟ ଚନ୍ଦ୍ରଙ୍କ ସ୍ଥିତି ମାନସିକ ସ୍ତରକୁ ବିକ୍ଷିପ୍ତ କରିବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ଅନୁରୋଧରେ ମନୋରଞ୍ଜନରେ ଆଗ୍ରହୀ ହୋଇପାରନ୍ତି। ତଥାପି କେତେକ ବ୍ୟତିକ୍ରମ କାରଣରୁ କରୁଥିବା କାମ ସକାଶେ ମଧ୍ୟାହ୍ନରେ ଟେନସନ୍‌ ବଢ଼ିପାରେ ।
ଧନୁ
ଧନୁ
ସାଧାରଣ କଥାକୁ କେନ୍ଦ୍ରକରି ବିବାଦ କିମ୍ବା ଯାତ୍ରା, ବ୍ୟବସାୟରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। କୌଣସି ନୂତନ କର୍ମାରମ୍ଭ ସକାଶେ ବିଭିନ୍ନ ପ୍ରକାରର ଯୋଜନା କଲେ ଅବଶ୍ୟ ଉପକୃତ ହେବେ । ତରବରିଆ ଭାବରେ ଆଜି ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି । ବନ୍ଧୁଙ୍କ ଛଳନାପୂର୍ଣ୍ଣ କଥାକୁ ଠିକ୍‌ ଭାବେ ବୁଝି ନ ପାରି ଦ୍ୱନ୍ଦ୍ୱରେ ପଡ଼ିବେ।
ମକର
ମକର
ବଳବାନ୍‌ ଶନି ଓ ଭାଗ୍ୟସ୍ଥାନକୁ ଶୁକ୍ରଙ୍କ ଦୃଷ୍ଟି ପ୍ରଭାବରେ ପାରିପାର୍ଶ୍ୱିକ ପରିସ୍ଥିତି ବଦଳିଯିବା କାରଣରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । ଆଶା କରୁଥିବା ଅର୍ଥ,ବନ୍ଧୁମିଳନ, ଦୂରଯାତ୍ରା କ୍ଷେତ୍ରରେ ଆପଣ ନିରାଶ ହେବେନାହିଁ । ଦୂରେଇ ଯାଇଥିବା ବନ୍ଧୁଟି ସହ ପୁନଶ୍ଚ ପୂର୍ବସମ୍ପର୍କ ଫେରି ଆସିବ । ଆଲୋଚନା ସୁରୁଖୁରୁରେ ସମ୍ପନ୍ନ ହେବାର ଆଶା କରାଯାଇପାରେ ।
କୁମ୍ଭ
କୁମ୍ଭ
ଆଜିର ଜୀବନଚର୍ଯ୍ୟା ଭିତରେ ବିଶିଷ୍ଟବ୍ୟକ୍ତିଙ୍କ ସଙ୍ଗଲାଭରୁ କେତେକ ଘରୋଇ ସମସ୍ୟା ସମାଧାନର ମାର୍ଗଦର୍ଶନ ମିଳିବ । ଅର୍ଥସଂକଟ, ସହକର୍ମୀଙ୍କ ଅସହଯୋଗ,ପ୍ରଶାସନିକ ଦ୍ୱନ୍ଦ୍ୱ ଓ ଦୂରଯାତ୍ରା କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ସଭାସମିତି, ସଙ୍ଗୀତ ସମାରୋହ, ସଭାସମିତି ଓ ବାଣିଜ୍ୟ, ବ୍ୟବସାୟ ବାଧାପ୍ରାପ୍ତ ହେବନି ।
ମୀନମୀନ
ଦୀର୍ଘଦିନରୁ ପଡ଼ିରହିଥିବା କାମଟି ସମ୍ପନ୍ନ କରି ଏକପ୍ରକାର ଆଶ୍ୱସ୍ତି ଅନୁଭବ କରିବେ। ସଭାସମିତିରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଉତ୍ତରଭାଦ୍ରପଦ୍‌ ନକ୍ଷତ୍ରର ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ଆଶଙ୍କା ରହିଛି। ବ୍ୟବସାୟ ମନ୍ଦ ହେବନି କିନ୍ତୁ ବ୍ୟସ୍ତ, ବିବ୍ରତତା ମଧ୍ୟରେ ଆଜିର ସମୟ ଅତିବାହିତ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri