Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ
ଆଜି ବୃହସ୍ପତି ରବିଙ୍କ ନକ୍ଷତ୍ରରେ ରହିଥିବାରୁ ଆପଣଙ୍କ ଚେଷ୍ଟା ନିଶ୍ଚିତ ଫଳବତୀ ହୋଇପାରିବ । ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ମାଧ୍ୟମରେ ପ୍ରତ୍ୟେକ କାମକୁ ସମ୍ଭାଳି ନେବେ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ । ଅର୍ଥ ଲାଭ, ଶାରିରୀକ ସୁସ୍ଥତା ଏବଂ ହିତୈଷୀବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁଁ ମନ ଖୁସି ରହିବ।
ବୃଷ
ବୃଷ
ଭାଗ୍ୟକର୍ମାଧିପ ଶନି ଚତୁର୍ଥାଧିପଙ୍କ ନକ୍ଷତ୍ରସ୍ଥ ଯୋଗୁ ଆପଣଙ୍କ ଉଦ୍ୟମରେ ସିଦ୍ଧିଲାଭ ନ ହୋଇପାରେ। ଅର୍ଥସଂକଟ,ବନ୍ଧୁଙ୍କ ଶତ୍ରୁତା ଏବଂ ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡି ଦେବାର ସୂଚନା ରହିଛି । ଗୁରୁଜନ ଓ ଆତ୍ମୀୟଙ୍କ ସାହାଯ୍ୟ, ସହଯୋଗ, ସହ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି।
ମିଥୁନ
ମିଥୁନ
ଧନାଧିପ ଚନ୍ଦ୍ର କେନ୍ଦ୍ରସ୍ଥାନରେ ରହିଥିବାରୁ ପ୍ରତ୍ୟେକ କାର୍ଯ୍ୟପାଇଁ ପ୍ରତିକୂଳ ନହେଲେ ମଧ୍ୟ ବ୍ୟୟବୃଦ୍ଧି ଟେନ୍ସନର କାରଣ ହୋଇପାରେ। ବ୍ୟବସାୟରେ ଲକ୍ଷ୍ୟ ହାସଲ କରିବେ। ପରିବାରର ସହମତି ବିନା କେତେକ କାମ ସକାଶେ ପରିବାର ଭିତରୁ ସମାଲୋଚିତ ହେବାକୁ ପଡିବ । ଯାନବାହାନ ଚାଳାନାରେ ସତର୍କତା ଅବଲମ୍ବନ କରିବା ଭଲ ।
କର୍କଟ
କର୍କଟ
ଅନୁକୂଳ ଗ୍ରହସ୍ଥିତିରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ କିନ୍ତୁ ଦୁର୍ବଳ ଆର୍ଥିକ ସ୍ଥିତି ଯୋଗୁଁ କେତେକ କାମ ଅଟକି ରହିବ । କର୍ମକ୍ଷେତ୍ରରେ ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ,ଯାହାଦ୍ୱାରା ଦ୍ୱନ୍ଦ୍ୱରେ ପଡି ସଠିକ୍‌ ନିଷ୍ପତି ନେଇ ପାରିବେ ନାହିଁ । ଆକସ୍ମିକ ଭାବରେ ଆଶା କରୁଥିବା ଶୁଭ ସମ୍ବାଦ ଶୁଣି ଖୁସି ହୋଇପାରନ୍ତି।
ସି˚ହ
ସି˚ହ
ସମସ୍ୟା ଆସିଲେ ମଧ୍ୟ ଷଷ୍ଠସ୍ଥ ଶନି ଓ ରବିଙ୍କ ସୁଦୃଷ୍ଟିରୁ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ । ବହୁତ ଅନୁସନ୍ଧାନ ପରେ ଅପରାହ୍ନରେ ଖୋଜୁଥିବା ଜିନିଷ ହଠାତ୍‌ ପାଇପାରିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନ ଭଲ ରହି ନ ପାରେ । ଅବଶ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ଆଜି ଏକାଦଶାଧିପତି ଚନ୍ଦ୍ର ଧନସ୍ଥାନସ୍ଥ ଯୋଗୁ ଅର୍ଥଲାଭ, କାର୍ଯ୍ୟସିଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ଓ ସହେଯାଗରୁ ଉତ୍ସ|ହିତ ହେବେ । ଶନିଙ୍କ ସ୍ଥିତିରୁ ଜିଦ୍‌କରି ଯେସାକୁ ତେସା ନୀତିରେ କାମ କରିପାରନ୍ତି। ପରକଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କଲେ ଅନୁତାପ କରିବାକୁ ପଡିପାରେ । ଆଜିର ପ୍ରଚେଷ୍ଟା ଫଳବତୀ ହେବ।
ତୁଳା
ତୁଳା
ପ୍ରତ୍ୟେକଗ୍ରହଙ୍କ ଅନକୂଳତା କାରଣରୁ ସଫଳତା ଲାଭ ଜନିତ ମାନସିକ ସ୍ଥିତି ଭଲ ରହିବ । କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇ ପାରନ୍ତି । କିନ୍ତୁ ସାମୟିକ ମତାନ୍ତର ଜନିତ ପାରିବାରିକ ଅଶାନ୍ତି ଘଟିପାରେ। ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ ।
ବିଛା
ବିଛା
ଆଜି ଆପଣଙ୍କର ବହୁତ ଦିନର ଆଶା ପୂରଣ ପାଇଁ ଅନୁକୂଳ ସୁବିଧା ସୁଯୋଗ ଜୁଟିବ । କିନ୍ତୁ ବିଶାଖା ନକ୍ଷତ୍ର ପରିବାରର ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିପାରେ । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡା, ପ୍ରତିଯୋଗିତା, ସାହିତ୍ୟ, ସାମ୍ବାଦିକତା, ରାଜନୀତି,ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହେବେ ।
ଧନୁ
ଧନୁ
ଧନାଧିପତିଙ୍କ ଶୁଭତ୍ୱରୁ ବୈଷୟିକ ଅଭିବୃଦ୍ଧି ସହ ସୁସ୍ଥ ପାରିବାରିକ ଜୀବନ ଅତିବାହିତ କରିବେ । ଆନୁଷ୍ଠାନିକ କାମ ପ୍ରକାଶନ ,ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ପରିବାରରେ ସାମୟିକ କଳହ ଦେଖାଦେଇପାରେ । ଇର୍ଷାପରାୟଣ ନିକଟ ସମ୍ପର୍କୀୟମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ ।
ମକର
ମକର
ମୁଖଭାବସ୍ଥ ରବି ଓ ବୁଧ ହେତୁ ମାନସିକ ସ୍ଥିତି ଭଲ ଥାଇ ମଧ୍ୟ ଅପ୍ରିୟସତ୍ୟ ପ୍ରକାଶ ଅଶାନ୍ତିର କାରଣ ହେବ । ଇଚ୍ଛା ନ ଥିଲେ ମଧ୍ୟ ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଗୁଡିକୁ ଆଣିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ । ସାମାଜିକ ସ୍ତରରେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ ।
କୁମ୍ଭ
କୁମ୍ଭ
ଗତକାଲି ଅପେକ୍ଷା ଆଜିର ସ୍ଥିତି କେତେକାଂଶରେ ବଦଳିଯିବାରୁ ଆଶ୍ୱସ୍ଥି ଅନୁଭବ କରିବେ । ମନେ ମନେ ଭାବୁଥିବା ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ପାଖ ପଡୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ମୀନମୀନ
କର୍ମକ୍ଷେତ୍ରରେ ଇର୍ଷାପର ବନ୍ଧୁମାନେ ସମ୍ମୁଖରେ ନୀରବ ରହି ପଛରେ ବହୁତ କଥା କହିବେ । ଦ୍ୱିତୀୟସ୍ଥ ଶୁକ୍ର ପ୍ରଭାବରୁ ସରଳ ସୁନ୍ଦର କଥା କହି କାମ ହାସଲ କରିବେ ଏବଂ ଅର୍ଥାଭାବ କେତେକାଂଶରେ ଦୂରୀଭୂତ ହୋଇଯିବ । ଆତ୍ମୀୟ ସ୍ବଜନ କିମ୍ବା ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri