Posted inRasifala

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ
ଦୂରଦର୍ଶିତା ଅଭାବ ଜନିତ କେତେକ ଭୁଲ୍‌ କାମକୁ ପ୍ରଶୟ ଦେଇ ପାରନ୍ତି । ବନ୍ଧୁଙ୍କ ଭୂଲ୍‌ ବୁଝାମଣା କାରଣରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହୋଇ ପାରନ୍ତି । ଏପରିକି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ସତର୍କତାର ସହ କାମ କରିବା ଭଲ ହେବ,ଅନ୍ୟଥା କ୍ଷତିରେ ପଡିପାରନ୍ତି ।
ବୃଷ
ବୃଷ
ସାମାଜିକ ସ୍ତରରେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୂଲ୍‌ ବୁଝିବେ । ସାଧାରଣ କଥାରେ କୈାଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ । ବିଭିନ୍ନ ସମସ୍ୟା ମଧ୍ୟରେ ମନରେ ସବୁବେଳେ ଟେନ୍ସନ ଲାଗି ରହିବ । ଆକସ୍ମିକ ଆବଶ୍ୟତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇ ଚିନ୍ତାକୁ ବଢାଇ ଦେଇପାରେ ।
ମିଥୁନ
ମିଥୁନ
ଦୀର୍ଘଦିନର ଋଣ ପରିଶୋଧ କରିବା ସକାଶେ ମାନସିକ ସ୍ତରରେ ବ୍ୟଗ୍ରତା ପ୍ରକାଶ ପାଇବ । ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି,ଯାହାକି ଆପଣଙ୍କ ସକଶେ ହିତକର ହେବ । କର୍ମକ୍ଷେତ୍ରରେ,ବ୍ୟବସାୟରେ,ପାରିବାରିକ ସମସ୍ୟା ସମାଧାନରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି ।
କର୍କଟ
କର୍କଟ
କୈାଣସି ଗୋଟିଏ ସ୍ଥାନରେ ଆଜି ସ୍ଥିର ଭାବେ ରହି ପାରିବେ ନାହିଁ । ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ । କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀ ମାନେ କଳହର ମାତ୍ରାକୁ ବଢାଇଦେଇପାରନ୍ତି । ଅନ୍ୟକୁ ଆପଣାର କରିବାରେ ପ୍ରଲୋଭନ ଓ କୈାଶଳ ସାହାଯ୍ୟ କରିବ ।
ସି˚ହ
ସି˚ହ
କୈାଣସି ସ୍ଥଗିତ କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ । ଏକା ସଙ୍ଗରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି । ଅର୍ଥ ଲାଭ ସଙ୍ଗକୁ ଦୀର୍ଘଦିନରୁ ଖୋଜୁଥବା ଜିନିଷଟି ପାଇ ହଠାତ୍‌ ଖୁସୀ ହୋଇଯିବେ ।
କନ୍ୟା
ସହକର୍ମୀ ସହ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି ।  ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଛା ମନକୁ ଭାରାକ୍ରାନ୍ତ କରିବ ।  ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି ।  ସଂପର୍କକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଜନିତ ଅଶାନ୍ତି ସୃଷ୍ଟି ହୋଇପାରେ ।
ତୁଳା
ତୁଳା
ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ ଉଠିପାରେ ।  ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।  ଘରର ବରାଦ ଅନୁସାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି ।  ସାମାଜିକ ସ୍ତରରେ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
ବିଛା
ବିଛା
ଅଫିସ୍‌ କାମର ଜାଳ ବଳିଯିବାର ବ୍ୟସ୍ତତା ଅନୁଭବ କରିବେ ।  ଅନ୍ୟ ମାନଙ୍କ କଥାରେ ଭାସିନଯାଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ ।  ଅଭାବ ଦୂରେଇ ବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ ।  ସାହିତ୍ୟ ,ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ,କିନ୍ତୁ କିଛି ଅସୁବିଧା ହେବନି ।
ଧନୁ
ଧନୁ
ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ ।  ମନ ଭଲ ନଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଅଘାତ ଦେଇପାରେ ।  ପରିବାରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।  ପରିବହନ,ଆମଦାନୀ କାରବାର,କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ ଖୁସୀ ରହିପାରନ୍ତି ।
ମକର
ମକର
ଗତକାଲି ଠାରୁ ଯାହା କରିବା ସକଶେ ମନସ୍ଥ କରିଛନ୍ତି ସେଥିପାଇଁ ବନ୍ଧୁଙ୍କ କଥା ମାନିକାମ କଲେ ବହୁତ ଭଲ ହେବ ।  ଅସମର୍ଥିତ ସୂତ୍ରରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ ।  ବାଣିଜ୍ୟ,ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ ।  ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିପାରନ୍ତି,ଏଣୁ ସତର୍କ ରହିବା ଭଲ ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ କାମ ଗୁଡିକ ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବାର ସମ୍ଭାବନା ରହିଛି ।  ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ ।  ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ।  ବାଣିଜ୍ୟ,ପରିବହନ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ ।
ମୀନମୀନ

ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି ।  ଯାତ୍ରା, ବାଣିଜ୍ୟ,ବ୍ୟବସାୟ,ମାଲି ମକଦ୍ଦମା ,ସଂଗଠନ,ଲେଖାପଢା ଓ ଜମିଜମା କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ ।  ପାରିବାରିକ ସହମତି ଓ ଆତ୍ମୀୟଙ୍କ ସାହାଯ୍ୟରୁ ପ୍ରତ୍ୟେକ ଦିଗରୁ ଉପକୃତ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri