Posted inRasifala

ରାଶିଫଳ: ଶୁକ୍ରବାର, ମେ ୨୨ ତାରିଖ – Daily Horoscope

ମେଷ
ଆଜି କୃତ୍ତିକା ନକ୍ଷତ୍ରସ୍ଥ ରବି ହେତୁ ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବାରେ କୌଣସି ଅସୁବିଧା ରହିବ ନାହିଁ । ଅଫିସ୍‌ କାମରେ ଏପରି କି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ ।ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି ।
ବୃଷ
ବୃଷ
ବିଭିନ୍ନ ବିଷୟରେ ଚିନ୍ତା କରିବା କାରଣରୁ ଟେନ୍ସନ ଲାଗି ରହିବ । ପରିବାରର ଆକସ୍ମିକ ଆବଶ୍ୟକତା ଖର୍ଚ୍ଚ ପରିମାଣକୁ ବୃଦ୍ଧି କରିବ । ସାମାଜିକ ସ୍ତରରେ ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ପ୍ରଶାସନିକ କ୍ଷେତ୍ରରେ ଅଥବା ଆଲୋଚନା ପରିସରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ ।
ମିଥୁନ
ମିଥୁନ
ସାମୟିକ ଶାରୀରିକ ଅସୁସ୍ଥତା ପୂର୍ବାହ୍ନ ସମୟଟିକୁ ନିରୁତ୍ସାହିତ କରିବ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅନ୍ୟମନସ୍କ ନ ହୋଇ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ସାମୂହିକ କାର୍ଯ୍ୟରେ ନିଜକୁ ସାମିଲ୍‌ କରି ପରିବାର ପାଇଁ ସମୟ ଦେଇପାରିବେ ନାହିଁ ।
କର୍କଟ
କର୍କଟ
ଦିନଟିରେ କର୍ମ ମୁଖର ରହିବା ସହ ବିଭିନ୍ନ ସମସ୍ୟା ସମାଧାନ କରିବାରେ ବ୍ୟସ୍ତତା ବୃଦ୍ଧିପାଇବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବା ସହ ଆତ୍ମୀୟମାନଙ୍କ ଅବଦାନକୁ ପାସୋରି ପାରିବେ ନାହିଁ । କିନ୍ତୁ ଅଫିସିଆଲି କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି ।
ସି˚ହ
ସି˚ହ
ପଛ କଥାକୁ ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଫାଇଦା ଉଠାଇବାରେ ଅସୁବିଧା ରହିବ ନାହିଁ । ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ସେମାନଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ । କେତେକାଂଶରେ ଭଲ ରହିବ ତଥାପି ବହୁତଗୁଡିଏ କାମ ହାତକୁ ନେଇ ବ୍ୟସ୍ତତା ଅନୁଭବ କରିପାରନ୍ତି ।
କନ୍ୟା
ନିଜ ଲୋକମାନଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିବେ । ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ପରିଲକ୍ଷିତ ହେବ । ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ । କିନ୍ତୁ ବ୍ୟବସାୟ,ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି ।
ତୁଳା
ତୁଳା
କାର୍ଯ୍ୟବ୍ୟସ୍ତତା ବୃଦ୍ଧି ପାଇବା ହେତୁ ମନ ଅସ୍ଥିର ରହିବା କାରଣରୁ ଅଶାନ୍ତ ରହିବେ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ସମସ୍ୟା ସୃଷ୍ଟି କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ । ଏକାଧିକ ସମସ୍ୟାର ସମ୍ମୁଖୀନ ହୋଇ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ ।
ବିଛା
ବିଛା
କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ, କିନ୍ତୁ କିଛି ଅସୁବିଧା ହେବନି । କିନ୍ତୁ ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇପାରିବ । କୌଶଳ ଅବଲମ୍ବନ କରି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ ।
ଧନୁ
ଧନୁ
ପୂର୍ବ ସମସ୍ୟା ସମାଧାନ ହୋଇଯାଇଥିବା କାରଣରୁ ମନ ଏକପ୍ରକାର ଭଲ ରହିବ । ନିଜ ଲୋକମାନଙ୍କ ଗହଣରେ ଦକ୍ଷତାର ସହ କାମ କରି ପ୍ରଶଂସିତ ହେବେ । ଗବେଷଣା, ଲେଖାପଢ଼ା କ୍ଷେତ୍ରରେ ସୁଫଳ ପାଇବେ । ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇପାରନ୍ତି ।
ମକର
ମକର
ବିନା ପ୍ରତିବନ୍ଧକରେ କାର୍ଯ୍ୟ ସମ୍ପନ୍ନ କରିବାରେ ସମର୍ଥ ହୋଇପାରିବେ । ପ୍ରିୟବନ୍ଧୁଙ୍କ ଜରିଆରେ କୌଣସି ସୁଖଦ ଶୁଭଖବର ପାଇ ମନ ବହୁତ ଖୁସୀ ହୋଇଯିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ । ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ଲାଗି ରହିଥିବା ମାନସିକ ଦ୍ୱନ୍ଦ୍ୱର ଅବସାନ ଅଚିରେ ଘଟିବ ।
କୁମ୍ଭ
କୁମ୍ଭ
ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ମାଲିମକଦ୍ଦମା, ଆନୁଷ୍ଠାନିକ କାମରେ ବ୍ୟସ୍ତତା ବୃଦ୍ଧି ପାଇବ । ବିଶେଷ କିଛି ଅସୁବିଧା ନ ଥିଲେ ସୁଦ୍ଧା ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିପାରନ୍ତି ।
ମୀନମୀନ

ନୀରବ ନ ରହି ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କଲେ କେତେକାଂଶରେ ଉପକୃତ ହେବେ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲିମକଦ୍ଦମା, ସାଂଗଠନିକ କ୍ଷେତ୍ରରୁ ସୁଫଳ ପ୍ରାପ୍ତି ହେବ । ପ୍ଲଟିଙ୍ଗ କାରବାର, ପ୍ରଯୁକ୍ତି ବିଦ୍ୟା, ପ୍ରଶାସନ, ଲୋକ ସମ୍ପର୍କ, ଆଲୋଚନା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ଅଗ୍ରଗତି ଘଟିବ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri