Posted inRasifala

ରାଶିଫଳ: ଗୁରୁବାର , ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ
ଆଜି ଦ୍ୱିତୀୟ ଭାବକୁ ଚନ୍ଦ୍ର ଓ ଗୁରୁଙ୍କ ଦୃଷ୍ଟିରୁ ଆପଣଙ୍କୁ ଅର୍ଥଲାଭ, ଉଚ୍ଚସମ୍ମାନପ୍ରାପ୍ତି ଯୋଗ ରହିଛି। ସମସ୍ୟା ରହିଥିବାରୁ ପ୍ରତି ମୁହୂର୍ତ୍ତରେ ପ୍ରତିକୂଳ ପରିସ୍ଥିତିର ଚାପ ମଧ୍ୟ କମିବ ନାହିଁ। ଅବଶ୍ୟ ସଭାସମିତି, ମାଲିମକଦ୍ଦମାରେ ଅଗ୍ରଗତି ଘଟିବ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଅଂଶଗ୍ରହଣ କରି ପ୍ରଶଂସିତ ହେବେ।
ବୃଷ
ବୃଷ
ପରିସ୍ଥିତିବଶତଃ ଆତ୍ମୀୟଙ୍କ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ପ୍ରତିବନ୍ଧକ ମଧ୍ୟରେ କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରିନେବେ । ଅଫିସିଆଲି କାମ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସୀ ହୋଇପାରନ୍ତି।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରିବ । ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ମଧ୍ୟ ଧନ ଆଗମନର ସମ୍ଭାବନା ଦେଖାଦେଇପାରେ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତି ଖାଲରେ ପକାଇବାକୁ ଚେଷ୍ଟା କଲେ ମଧ୍ୟ ସଫଳ ହେବେ ନାହିଁ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
କର୍କଟ
କର୍କଟ
ସକାଳୁ ସକାଳୁ ଆନୁଷ୍ଠାନିକ କାମରେ ନିଜକୁ ଜଡ଼ିତ ରଖିପାରନ୍ତି । ଅନ୍ୟମାନଙ୍କ ବିରୋଧାଭାସ ଆପଣଙ୍କ କାମ ଗୁଡ଼ିକୁ ଅଟକାଇ ରଖିପାରିବ ନାହିଁ । ପରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି। ଅତୀତରେ ଘଟିଯାଇଥିବା ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତାକରି ଅପରାହ୍ନରେ ଚିନ୍ତିତ ରହିପାରନ୍ତି।
ସି˚ହ
ସି˚ହ
ବନ୍ଧୁଙ୍କ ପ୍ରେରଣା ପାଇଲେ ମଧ୍ୟ ମନରେ ସକାରାମତ୍କ ଭାବ ଉଦ୍ରେକ ହେବନାହିଁ । ସାମାଜିକ ସ୍ତରରେ ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ କେତେକାଂଶରେ ଉପକୃତ ହେବେ।
କନ୍ୟା
ଭାଗ୍ୟ ସ୍ଥାନକୁ ଶୁଭଗ୍ରହଙ୍କ ଦୃଷ୍ଟି ଫଳରେ ଯେମିତି ଚିନ୍ତା କରୁଛନ୍ତି, ବାସ୍ତବରେ ସେହି ଅନୁସାରେ ହିଁ କାମଗୁଡିକ ସମ୍ପନ୍ନ ହୋଇପାରିବ। ଆନୁଷଙ୍ଗିକ ସହଯୋଗରେ କାର୍ଯ୍ୟ ତ୍ୱରାନ୍ବିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ କିଛିଟା ବ୍ୟତିକ୍ରମ ଦେଖାଦେଇପାରେ। ଶିଳ୍ପ, ବ୍ୟବସାୟ, ପରିବହନ, ଏଜେନ୍‌ଶିପ୍‌ ପ୍ରଭୃତିରେ ଉନ୍ନତି କରିବେ।
ତୁଳା
ତୁଳା
ଯାହା ଓ ଯେତିକି ପାଇବା କଥା ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ର ସକାଶେ ଚନ୍ଦ୍ର ସମସ୍ୟା ସୃଷ୍ଟି କଲେ ମଧ୍ୟ ମନୋବଳକୁ ଅକ୍ଷୁଣ୍ଣ ରଖିପାରିବେ। ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନ କଲେ ମଧ୍ୟ ଆର୍ଥିକ କ୍ଷତି ଘଟାଇ ପାରନ୍ତି। ବ୍ୟସ୍ତତା ମଧ୍ୟରେ ଯାଉ ଯାଉ ଯାନ୍ତ୍ରିକ ତ୍ରୁଟି ଯୋଗୁ ଆଜିର ଯାତ୍ରାରେ ବିଳମ୍ବ ଘଟିପାରେ।
ବିଛା
ବିଛା
ଆଜିର ଗ୍ରହ ସ୍ଥିତି ଆପଣଙ୍କ ସକାଶେ ବିଶେଷଭାବରେ ଅନୁକୂଳ ରହିବ, ଫଳରେ ପୁରସ୍କୃତ ହେବାର ଆଶା ରହିଛି। ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ପାଖ ଲୋକଙ୍କ ଭୂମିକା ଅତି ଜରୁରୀ ହୋଇପାରେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର ପ୍ରଭୃତିରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବ।
ଧନୁ
ଧନୁ
ଆଜିର ଗୁରୁଚାନ୍ଦ୍ରୀ ଯୋଗ ଆପଣଙ୍କୁ ସୁସ୍ଥ ମାନସିକତା, କର୍ମକ୍ଷେତ୍ରରେ ସମ୍ମାନଜନକ ସ୍ଥିତି ପ୍ରଦାନ କରିବ । କିନ୍ତୁ ଶନିଙ୍କ ପ୍ରଭାବଜନିତ ଅନିଦ୍ରା ଓ ଧନବ୍ୟୟ ହେତୁ ସାମୟିକ ଦୁଶ୍ଚିନ୍ତା ସୃଷ୍ଟି ହୋଇପାରେ । ବନ୍ଧୁମାନଙ୍କ ଗହଣରେ ଅପ୍ରିୟ ସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ଘଟିପାରେ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ଉଚ୍ଚ ପ୍ରଶଂସିତ ହେବେ ।
ମକର
ମକର
ଶୁକ୍ରଙ୍କ ସୁପ୍ରଭାବରୁ କଳା, ସାହିତ୍ୟ, ସଙ୍ଗିତ ଚର୍ଚ୍ଚାରେ ଦିନଟିକୁ ଉପଭୋଗ କରିପାରନ୍ତି। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ପୂର୍ବାଲୋଚନା ଅନୁଯାୟୀ ଅର୍ଥ ସାହାଯ୍ୟ ପାଇବେ ଏବଂ ଆଶା କରିଥିବା କୌଣସି ଖବର ପାଇ ଖୁସି ହେବେ। ପାରିବାରିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ ।
କୁମ୍ଭ
କୁମ୍ଭ
ଆଜି ଆପଣଙ୍କୁ କର୍ମକ୍ଷେତ୍ରରେ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିବ । ପରିବର୍ତ୍ତିତ ସମୟକୁ ଆଖି ଆଗରେ ରଖି କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ପ୍ରିୟବନ୍ଧୁଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଅସୁବିଧାରେ ପକାଇପାରନ୍ତି। ଗୃହ, ଭୂମି, ଗାଡ଼ିମୋଟର, ପ୍ରେସ୍‌, ପବ୍ଲିକେଶନ ସମ୍ପର୍କିତ ଦୁଶ୍ଚିନ୍ତା ଆସିବ ।
ମୀନମୀନ
ଆଜି ସାଂସ୍କୃତିକ ଅନୁଷ୍ଠାନରେ କିଛି କାମକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କ୍ଷେତ୍ରରେ ଯତ୍ନବାନ୍‌ ହେଲେ ତାହା ନିଜ ପାଇଁ ହିତକର ହେବ। ପରିବାରର ଖର୍ଚ୍ଚ ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ, କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତାଲୋଚନାରେ ପ୍ରତିଦ୍ୱନ୍ଦ୍ୱିତା ଦେଖାଦେଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri