Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୧୬ ତାରିଖ – Daily Horoscope

ମେଷ
ଆଜିର ଜନ୍ମ ଚନ୍ଦ୍ର ଆପଣଙ୍କ ମନରେ ଅସ୍ଥିରତା ସୃଷ୍ଟି କରିବ । ଋଣ ପରିଶୋଧ,ରୋଗ ପାଇଁ ଔଷଧ କିଣା, ଶତ୍ରୁକୃତ ସମସ୍ୟା ସମାଧାନ ସକାଶେ ଖର୍ଚ୍ଚାନ୍ତ କରାଇବ । ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ । ବାସସ୍ଥାନ ନିକଟରେ ରହୁଥିବା ନିଜ ଲୋକମାନଙ୍କ ଦ୍ୱାରା କେତେକ ସୁବିଧା ପାଇବେ ।
ବୃଷ
ବୃଷ
ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କଳହକୁ ନେଇ ଅଶାନ୍ତି ଲାଗିରହିପାରେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ, କିନ୍ତୁ ସମ୍ପୂର୍ଣ୍ଣ ଭାବରେ ସନ୍ତୋଷଜନକ ହେବନାହିଁ । ପ୍ରକାଶନ,ପ୍ରଶାସନ, ଆଇନ ଅଦାଲତ, ସାମ୍ବାଦିକତା କ୍ଷେତ୍ର ମନ୍ଦ ହେବନି । ସହକର୍ମୀ କିମ୍ବା ବନ୍ଧୁଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ଅଫିସ୍‌ କାମରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟରୁ ମନ ଅପରାହ୍ନେ ଖୁସୀ ହୋଇଯିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପାରୁ ମାନସିକ ସ୍ଥିତି ପୀତିପ୍ରଦ ରହିବ। କେତେକ ନୂତନ କର୍ମାରମ୍ଭ ସକାଶେ ଯୋଜନା ସମ୍ପର୍କରେ ପରିବାର ଲୋକ ମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଏହା ସଙ୍ଗକୁ ଈର୍ଷାପରାୟଣ ମନୋବୃତି ହେତୁ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିପାରେ ପଡିପାରେ।
ସି˚ହ
ସି˚ହ
ଆଜିର ପରିସ୍ଥିତି ଓ ରହୁଥିବା ପରିବେଶ ତାହା ସହଜରେ କରାଇ ଦେବନାହିଁ । ପରିବହନ, ପ୍ଲଟିଙ୍ଗ କାରବାର,ନିର୍ମାଣାଧୀନ କାମକ୍ଷେତ୍ରରେ ବାଧା ଉପୁଜିବ। ପାରିବାରିକ ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହି ନ ପାରେ। ରାଜନୈତିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
କନ୍ୟା
ଆଜି ଯାହା ଯେମିତି ଚାହୁଁଛନ୍ତି ତାହା ପାଇବାରେ କୈାଣସି ଅସୁବିଧା ରହିବ ନାହିଁ । ଆପଣଙ୍କ ଯୁକ୍ତିଯୁକ୍ତ କଥାରେ ପ୍ରତିବାଦୀ ହାର ମାନିବେ ଓ ମାଲିମକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯାଇପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ। କଠିନ ଶ୍ରମ ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରି ପାରନ୍ତି।
ତୁଳା
ତୁଳା
ଶାରୀରିକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିବା ସହ କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସଙ୍ଗକୁ କାଳ କ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ। କିନ୍ତୁ ଅର୍ଥବଳର ସାହାଯ୍ୟ ନେଇ ନିଜର କାମରେ ମନଦେଇ କାମଟିକୁ ପୁରା ନକରିବା ଯାଏଁ ଛାଡିବେ ନାହିଁ। ଆଜିର ଯାତ୍ରା ଶୁଭପ୍ରଦ ହେବ କିନ୍ତୁ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ବରେ ପଡିପାରନ୍ତି।
ବିଛା
ବିଛା
କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ଆପଣ ବିଜୟୀ ହେବାର ସୂଚନା ରହିଛି। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରି ସଫଳତା ହାସଲ କରିବେ। କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ କିନ୍ତୁ ରଚନାମତ୍କ କାର୍ଯ୍ୟ ଧିମେଇ ଯାଇପାରେ।
ଧନୁ
ଧନୁ
ନିଜଲୋକ ବୋଲି ଅନ୍ୟକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି, ଫଳରେ ଧନହାନୀ ସଙ୍ଗକୁ ଅପଦସ୍ତ ହେବାର ଆଶଙ୍କା ରହିଛି। ପିଲା ମାନଙ୍କ ବିବାହ ସମ୍ପର୍କୀୟ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ଉନ୍ନୟନ ମୂଳକ କାମ ବାଧାପ୍ରାପ୍ତ ହୋଇପାରେ କିନ୍ତୁ ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ।
ମକର
ମକର
କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖାଦେଇପାରେ। ଦୂର ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କୈାଣସି ଅସୁବିଧା ହେବ ନାହିଁ। ପରିବାର ସକାଶେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଆକସ୍ମିକ ଯାତ୍ରା ସ୍ଥଗିତ ରହିପାରେ।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ତଥାପି ଯେତିକି ଆଶା କରୁଥିଲେ ନ ହେବାରୁ ଦୁଃଖିତ ହୋଇପାରନ୍ତି। ଆଗାମୀ ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତତ୍ପରତା ବଢିପାରେ। ମହିଳା ମାନଙ୍କ ସକାଶେ ଦିନଟି ବହୁତ ଭଲରେ କଟିବ।
ମୀନମୀନ
ବନ୍ଧୁ ମାନଙ୍କ ସାହାଯ୍ୟ,ସହାନୁଭୂତି ମାଧ୍ୟମରେ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ଆର୍ଥିକ ସ୍ଥିତି ସମ୍ପୂର୍ଣ୍ଣ ଭଲ ନଥିଲେ ମଧ୍ୟ ବିଶେଷ ମନ୍ଦ ହେବନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ଦାୟିତ୍ୱ ନେଇଥିବା କାମଟିକୁ ଅବହେଳା କରି ଅନୁତାପ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଫେବୃଆରୀ ୧୯ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ ନାହିଁ। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ…

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri