Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ
ହଠାତ୍‌ ସକାଳୁ ସକାଳୁ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିପାରନ୍ତି, କିନ୍ତୁ ଧାର କରଜକୁ କେନ୍ଦ୍ରକରି କଳହ ଲାଗିପାରେ। ସାଧାରଣ କଥାରେ ଭ୍ରାତୃ ସମ୍ପର୍କ, ଅର୍ଥପ୍ରାପ୍ତି , ଯାତ୍ରା ଓ ଆଲୋଚନା ବାଧାପ୍ରାପ୍ତ ହେବ।
ବୃଷ
ବୃଷ
ଆପଣ ଅନ୍ୟମାନଙ୍କୁ ମନେଇ ନିଜ ଆଡକୁ ଆକର୍ଷିତ କରିବା ପାଇଁ ବିଭିନ୍ନ ପ୍ରକାର ଚେଷ୍ଟା କରିବେ। କିନ୍ତୁ କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଭଲ ଲାଭ ପାଇବେ। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ଆଜି ଯେମିତି ଯାହା ଆଶା କରୁଛନ୍ତି ସେହିପରି ପାଇବାରେ କୌଣସି ଅସୁବିଧା ରହିବ ନାହିଁ। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡିପାରେ। ପ୍ରଶାସନ, ସଭାସମିତି, ଲେଖାପଢା, ଯାତ୍ରା ପାଇଁ ଦିନଟି ବହୁତ ଭଲ। ଅପରାହ୍ନେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ଉତ୍ପନ୍ନ ହେବ। ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ, ଯାହା କି ପାରିବାରିକ ସମସ୍ୟାକୁ ବଢାଇ ଦେଇପାରେ। ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କାମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ।
ସି˚ହ
ସି˚ହ
ଯେତେ ଭଲ କଥା କହିଲେ ମଧ୍ୟ ପୂର୍ବର କଳହକୁ ନେଇ ପଡୋଶୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। ବିଳମ୍ବରେ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବାରୁ ମନସ୍ତାପ କରିପାରନ୍ତି। କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରିବ। ଆଶା କରୁଥିବା ଦିଗରୁ କିଛି ପାଇବା ପଛରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପରୋକ୍ଷ ସାହାଯ୍ୟ ରହିବ।
କନ୍ୟା
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲ ମାତ୍ର କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ସାମାଜିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ ଓ ସାହାଯ୍ୟ ସହଯୋଗ ଅବଶ୍ୟ ମିଳିବ। ପରିବାରରେ ସମ୍ପତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ପଛରେ ନାନାଦି କଥା କହିପାରନ୍ତି।
ତୁଳା
ତୁଳା
କେତେକ କଥାରେ ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ କରିବାକୁ ବାଧ୍ୟ ହୋଇପାରନ୍ତି। ଆଲୋଚନା ପରିସରରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ। ସାମୟିକ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଲେଖାପଢ଼ା, ନିର୍ମାଣ, ଗବେଷଣାରୁ ପ୍ରଶଂସିତ ହେବେ।
ବିଛା
ବିଛା
କର୍ମକ୍ଷେତ୍ରରେ ମିତ୍ର ବନ୍ଧୁମାନଙ୍କ ଦ୍ୱାରା ଅର୍ଥ ଓ ସମ୍ମାନ ଲାଭ କରିବେ। ଅଟକି ରହିଥିବା କାମରେ ଅଳ୍ପ ସମୟ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସକାଳୁ ସକାଳୁ ବନ୍ଧୁଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଲୋଚନାରୁ ମନ ଖୁସୀ ହୋଇଯିବ।
ଧନୁ
ଧନୁ
ଅଫିସରେ କିମ୍ବା ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କୁ ମିଶି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବା ଦ୍ୱାରା ସୁଫଳ ମିଳି ପାରିବ। ଅତିରିକ୍ତ ଭ୍ରମଣ ହେତୁ କ୍ଲାନ୍ତି ଅନୁଭବ କରିପାରନ୍ତି, ଯାହା କି ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ଭାବପ୍ରବଣତାର ବଶବର୍ତ୍ତୀ ହୋଇ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲାଭଳି କାମକରିବା ଠିକ୍‌ ହେବନାହିଁ।
ମକର
ମକର
କର୍ମକ୍ଷେତ୍ରରେ କୌଣସି ଅପରିଚିତ ବ୍ୟକ୍ତି ଦ୍ୱାରା ଗୁରୁତ୍ୱପୂର୍ଣ୍ଣ କାମ ହାସଲ କରିବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସୁଫଳ ପାଇବେ । କଳା ସାହିତ୍ୟ, କ୍ରୀଡା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅନ୍ୟମାନଙ୍କର ସହଯୋଗ ଅଭାବରୁ ଅଫିସରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ମାନସିକ ଅସ୍ଥିରତା ବୃଦ୍ଧି ପାଇବା ପଛରେ ପରିବାରରେ ଅଶାନ୍ତ ବାତାବରଣ ଓ ଅଭାବ ଅସୁବିଧା ମୁଖ୍ୟ କାରଣ ହୋଇପାରେ। ଧାର୍ମିକ କାର୍ଯ୍ୟ, ବନ୍ଧୁ, ସହକର୍ମୀ, ପାଖ ପଡୋଶୀଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନଙ୍କ ଭୁଲ୍‌ ଧାରଣାକୁ ବଦଳାଇପାରିବେ ନାହିଁ। ପାରିବାରିକ, ବ୍ୟବସାୟିକ, ନୂତନ ପ୍ରକଳ୍ପ, ସମ୍ପର୍କୀୟ ଯୋଜନାକୁ କାର୍ଯ୍ୟକାରୀ କରାଇନେବେ।
ମୀନମୀନ
ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବା କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସଫଳତା ହାସଲ କରିବେ। ପରୋକ୍ଷ ଶତ୍ରୁତା ମନକୁ ବିଚଳିତ କରିପାରେ ତଥାପି ଅନ୍ୟମାନଙ୍କର ସେବାରେ ମନଦେଇ ଖୁସୀ ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri