Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଯାତ୍ରା କିମ୍ବା କଠୋର ପରିଶ୍ରମଜନିତ ଶାରୀରିକ କ୍ଳାନ୍ତି ଅନୁଭବ କରିପାରନ୍ତି। ବନ୍ଧୁମାନଙ୍କ ସମାଲୋଚନାର ଜବାବ ଦେବାକୁ ଯାଇ ସାମାଜିକ ସ୍ତରରେ ପ୍ରତିଯୋଗିତା ମନୋଭାବାପନ୍ନ ହେବେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପନ୍ନ କରାଇପାରନ୍ତି।
ବୃଷ
ବୃଷ
ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ପ୍ରକାର ଘରୋଇ ଝମେଲା କାରଣରୁ ମନ ଭଲ ରହି ନ ପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ଲେଖାପଢ଼ା ଏବଂ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନତୁବା ହଜିଯିବାର ଆଶଙ୍କା ରହିଛି।
ମିଥୁନ
ମିଥୁନ
ବହୁତ ଦିନରୁ ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥତ୍କ ପରିସ୍ଥିତି ବଦଳାଇବା କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ। ସହକର୍ମୀଙ୍କ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଅତୀତ କଥାକୁ ଚିନ୍ତାକରି ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ନୂତନ କର୍ମାରମ୍ଭ, ଶିଳ୍ପ, ବ୍ୟବସାୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ସାମୟିକ ଚିନ୍ତିତ ରହିବେ।
ସି˚ହ
ସି˚ହ
ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ। ଦେହ ଭଲ ରହିବ ମାତ୍ର କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିପାରନ୍ତି। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି।
କନ୍ୟା
ପୂର୍ବ ପ୍ରସ୍ତୁତି ନ ଥାଇ ମଧ୍ୟ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ସକାଶେ ବାଧ୍ୟ ହୋଇପାରନ୍ତି। କୌଣସି ଖଳ ଲୋକଙ୍କ କଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ପାରନ୍ତି। ହଠାତ୍‌ ଜଣେ ସହକର୍ମୀଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ମାଲି ମକଦ୍ଦମା, ସଭାସମିତି, ସଙ୍ଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସୀ ହୋଇଯିବ। ପୂର୍ବ ଶତ୍ରୁତାକୁ ନେଇ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା ସ୍ତରରେ ସୁପ୍ରତିଷ୍ଠିତ ହୋଇପାରନ୍ତି। ବନ୍ଧୁଙ୍କ ସାହାଯ୍ୟରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ।
ବିଛା
ବିଛା
ଦୀର୍ଘଦିନର ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ। ଆଲୋଚନା ପରିସରରେ ଟିକିଏ ଟିକିଏ କଥାରେ ଜ୍ୟେଷ୍ଠା ନକ୍ଷତ୍ରର ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିବାର ସୂଚନା ରହିଛି। ଅପରାହ୍ନେ ଅର୍ଥ ଓ ସମ୍ମାନ ପାଇ ମନ ଖୁସୀ ହୋଇଯିବ। କଳା, ରାଜନୀତି, ସଙ୍ଗଠନ ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବେ ବିବ୍ରତ ହୋଇପାରନ୍ତି। ଭାଇବନ୍ଧୁଙ୍କ ସହାୟତାରେ ଅର୍ଥ ଓ ସମ୍ମାନ ପାଇବାର ସୁଯୋଗ ଜୁଟିବ। ଅନ୍ୟମନସ୍କତା ପରିହାର କରି ଯାତ୍ରାକାଳରେ ଯାନବାହନରେ ସତର୍କତା ରକ୍ଷା କରନ୍ତୁ। କୌଣସି ବ୍ୟକ୍ତି ନିକଟରେ ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବନାହିଁ।
ମକର
ମକର
ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ। ବନ୍ଧୁ ମାନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଆଇନ ଅଦାଲତ, ଜମିଜମା, ରପ୍ତାନି କାରବାରରେ ପ୍ରଶଂସିତ ହେବେ। ଈର୍ଷାପରାୟଣବଶତଃ କିମ୍ବା ଗର୍ବ ଅହଂକାର ଲାଗି ନିକଟ ସମ୍ପର୍କୀୟମାନେ ହତାଦର କରିପାରନ୍ତି।
କୁମ୍ଭ
କୁମ୍ଭ
ବହୁ ଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇପାରିବେ। ବିବାଦୀୟ ଘଟଣା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିର ସମ୍ଭାବନା ରହିଛି। ନୂତନ ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ପ୍ରତିବନ୍ଧକ ଦୂରେଇଯିବ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମୀନମୀନ
ବହୁତ ଦିନରୁ ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବାରୁ ଆନନ୍ଦ ଅନୁଭବ କରିବେ। ସାମାଜିକ କ୍ଷେତ୍ରରେ ଅର୍ଥ ଓ ସମ୍ମାନ ପାଇବାରେ ବିଶିଷ୍ଟବ୍ୟକ୍ତିମାନେ ସହାୟତା କରିପାରନ୍ତି। କଳା, ସାହିତ୍ୟ ଓ ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ। ପରିବାରରେ ପିଲାମାନଙ୍କ ବିଶୃଙ୍ଖଳା ସକାଶେ ମନସ୍ତାପ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri