Posted inRasifala

ରାଶିଫଳ: ବୁଧବାର, ଜୁନ ୧୨ ତାରିଖ – Daily Horoscope

ମେଷ
ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେକୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ । ଯଦିଓ ବିଶେଷ କିଛି ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ। କୃଷି, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବୃଷ
ବୃଷ
ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ କାମ କରିବା ଦ୍ୱାରା ସ୍ବାଭିମାନ ବିଡମ୍ବିତ ହେବ। ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଟେନସନ୍‌ କିଛି ମାତ୍ରାରେ ଲାଗିରହିବ। ପାରିବାରିକ କ୍ଷେତ୍ରରେ ଏମିତି କେତେକ କଥା ରହିଛି ଯାହାକୁ କହିପାରିବେ ନାହିଁ, ଯାହା ମାନସିକ ଅଶାନ୍ତିର କାରଣ ହୋଇପାରେ।
ମିଥୁନ
ମିଥୁନ
ଦୀର୍ଘଦିନରୁ ଆପଣ ଯେଉଁ କାମଟିକୁ ଆଜି ଯାଏ କରି ପାରୁ ନ ଥିଲେ, କେତେକ ବନ୍ଧୁଙ୍କ ସାହାଯ୍ୟରେ ଆଜି ତାହା ସୁବିଧାରେ ହୋଇଯିବ। ଅଫିସରେ ଅଟକି ରହିଥିବା କାମଗୁଡିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ,ପରିବହନ ସନ୍ତୋଷଜନକ ରହିବ ଏବଂ ଲାଭ ମଧ୍ୟ କିଛି କମ୍‌ ହେବନି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟାକୁ ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବ ା ବନ୍ଧୁଙ୍କ ପକ୍ଷପାତିତାକୁ ଦେଖି ମଧ୍ୟ ନ ଦେଖିଲା ପରି ରହି ସମାଲୋଚିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ ଅନ୍ୟଥା କ୍ଷତିରେ ପଡିପାରନ୍ତି। ଅଫିସିଆଲି କାର୍ଯ୍ୟବ୍ୟସ୍ତତା ଯୋଗୁ ଘର କଥା ବୁଝିବାକୁ ସମୟ ମଧ୍ୟ ପାଇ ପାରିବେ ନାହିଁ ।
ସି˚ହ
ସି˚ହ
ଆଜି ପରିବାରରେ କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ। ଜମିଜମା, ଯାନବାହନ, ଦେଣନେଣ ପ୍ରଭୃତିକୁ କେନ୍ଦ୍ରକରି ବିତର୍କ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଦ୍ୱାରା ଚାପଗ୍ରସ୍ଥ ହୋଇ କିଛିଟା ହଇରାଣ ହୋଇପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ରହିଥିଲେ ମଧ୍ୟ ତାହା ନିୟନ୍ତ୍ରଣ ମଧ୍ୟରେ ହିଁ ରହିବ।
କନ୍ୟା
ଚନ୍ଦ୍ରଙ୍କ ସୁପ୍ରଭାବରୁ ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସଫଳତା ନିଶ୍ଚିତ। ଅତୀତରେ ଉପକୃତ ହୋଇଥିବା ବନ୍ଧୁମାନଙ୍କ ନିକଟରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହେବ ନାହିଁ। ଦୀର୍ଘଦିନ ହେଲା ଯେଉଁ କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇଥିଲେ ଆଜି ତାହା କରିବା କାରଣରୁ ମନ ଖୁସି ରହିବ।
ତୁଳା
ତୁଳା
ସାଧାରଣ କଥାକୁ ନେଇ କର୍ମକ୍ଷେତ୍ରରେ ଯୁକ୍ତିତର୍କ ଲାଗିପାରେ କିମ୍ବା ଘରୋଇ କଳହକୁ ନେଇ ପରିବାରରେ ଅଶାନ୍ତି ଲାଗିରହିବ। କଳା, ସାହିତ୍ୟ, ନୃତ୍ୟ, ସଙ୍ଗୀତ, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ସରକାରୀସ୍ତରରୁ ଅର୍ଥ ପାଇବା ସକାଶେ ଉଦ୍ୟମ କରି କେତେକାଂଶରେ ସଫଳତା ପାଇପାରନ୍ତି।
ବିଛା
ବିଛା
ଏଣୁ ତେଣୁ ଗୁଡାଏ ଚିନ୍ତା କରି ମନ ଅସ୍ଥିର ରହିବାର ସୂଚନା ରହିଛି। ଯାହାଙ୍କ ଠାରୁ ଯାହା ପାଇବା ପାଇଁ ପ୍ରତଶ୍ରୁତି ପାଇଥିଲେ ତାହା ନ ପାଇବା କାରଣରୁ ମନେ ମନେ କ୍ଷୁବ୍ଧ ହୋଇ ପାରନ୍ତି। ଜମିଜମା, ଆଇନ, ଅଦାଲତ, ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ମାନସିକ ସ୍ତରରେ କେତେକ ବ୍ୟତିକ୍ରମ ରହିପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପରିବାରରେ ଆତ୍ମୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ବନ୍ଧୁଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ କିନ୍ତୁ ଏଥିପାଇଁ ପରେ ମନସ୍ତାପ କରିପାରନ୍ତି। ଆଜିର ଯାତ୍ରା, ବ୍ୟବସାୟ,ପରିବହନ ଓ ନୂତନ କର୍ମାରମ୍ଭରେ କୌଣସି ଅସୁବିଧା ହେବନାହିଁ।
ମକର
ମକର
ମନ ଭଲ ନ ଥିବା କାରଣରୁ ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କିମ୍ବା ଅଫିସରେ କଳହ ସୃଷ୍ଟି ହୋଇପାରେ। ତଥାପି ଶ୍ରବଣା ନକ୍ଷତ୍ର କର୍ମକ୍ଷେତ୍ରରେ,ବନ୍ଧୁ ଗହଣରେ, ଅନ୍ୟମାନଙ୍କ ନିକଟରୁ ଶ୍ରଦ୍ଧା ଓ ସମ୍ମାନ ପାଇ ସାମୟିକ ଦୁଃଖକୁ ଭୁଲିଯିବେ। ଅର୍ଥ ସମ୍ପର୍କରୁ, ସେବା ଓ ପରୋପକାର ହେତୁ କିମ୍ବା ସାମାଜିକ ସ୍ତରରେ ପ୍ରଶଂସା ହେତୁ ଖୁସି ରହିପାରନ୍ତି।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ସମସ୍ୟାକୁ କେନ୍ଦ୍ରକରି ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ। ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବାରେ ବନ୍ଧୁଙ୍କ ଭୂମିକା ଅବିସ୍ମରଣୀୟ ରହିବ। କେତେକ ଆକସ୍ମିକ ଅସୁବିଧା ଉପୁଜିବା କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ବହୁତ ଦିନର ନୂଆ ଯୋଜନାଟିକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେବେ।
ମୀନମୀନ
ଆଜି ଆପଣ ଆର୍ଥିକ ଦୃଷ୍ଟିକୋଣରୁ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ। କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖାଦେଇପାରେ କିନ୍ତୁ କୌଣସି କାମ ଅଟକିବ ନାହିଁ। ବ୍ୟବସାୟ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri