Posted inRasifala

ରାଶିଫଳ: ବୁଧବାର, ଜୁନ ୧୯ ତାରିଖ – Daily Horoscope

ମେଷ
ଭାଗ୍ୟସ୍ଥାନସ୍ଥ ଚନ୍ଦ୍ର ପାପଯୁକ୍ତ କାରଣରୁ କୌଣସି କାର୍ଯ୍ୟରେ ସଫଳତା ପାଇବା କଷ୍ଟକର ହୋଇପାରେ। ତଥାପି ଆର୍ଥିକ ଏବଂ ସାମାଜିକ ସ୍ଥିତି ପୂର୍ବଭଳି ରହିବ। ଦ୍ୱିଜା ନକ୍ଷତ୍ର ଯେକୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇନେଇପାରିଲେ କୃତକାର୍ଯ୍ୟ ହେବେ। ଅପରାହ୍ନେ ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ।
ବୃଷ
ବୃଷ
ଶନିଙ୍କ ପ୍ରଭାବରେ ଆପଣଙ୍କୁ କର୍ମଧାରାରେ ପରିବର୍ତ୍ତନ ଆଣିବାକୁ ପଡ଼ିପାରେ। ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇ ଏକ ପ୍ରକାର ବ୍ୟତିବ୍ୟସ୍ତ ହୋଇ ପାରନ୍ତି। ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପୂର୍ବ ଯୋଜନା ଅନୁଯାୟୀ କାମ କରି କିଛିଟା ସଫଳତା ମଧ୍ୟ ପାଇବେ।
ମିଥୁନ
ମିଥୁନ
ଧନାଧପ ପାପଯୁକ୍ତ କାରଣରୁ ଅର୍ଥ ସମ୍ପର୍କୀୟ ବିବାଦ ଲାଗିପାରେ। କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା କାରଣରୁ ସେହିକଥା ଭାବି ଭାବି ଅନ୍ୟମନସ୍କ ରହିପାରନ୍ତି। ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାନବାହନ, ଜମିଜମା, ଗୃହସୀମା, ମାଲି ମକଦ୍ଦମାରେ ସମସ୍ୟା ଲାଗି ରହିବ।
କର୍କଟ
କର୍କଟ
ରାଶ୍ୟାଧିପଙ୍କ ଶୁଭ ସଂସ୍ଥାନ ଅଭାବରୁ ସ୍ବାସ୍ଥ୍ୟ ଭଲ ରହିନପାରେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବା ଦିଗରେ ନିଜର ଅଭିଜ୍ଞତା ଓ ଦୂରଦର୍ଶିତା ଆପଣଙ୍କୁ ବହୁ ମାତ୍ରାରେ ସାହାଯ୍ୟ କରିବ। ସଭାସମିତି, ଆନୁଷ୍ଠାନିକ କାମ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସାମୟିକ ପ୍ରତିବନ୍ଧକରୁ ଆଜିର କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ।
ସି˚ହ
ସି˚ହ
ଏକାଦଶ ଏକାଧିକ ଗ୍ରହ ହେତୁ ଆପଣ ଆଜି ନିରାଶ ହେବେ ନାହିଁ। ସାଧାରଣରେ ଭଲ କଥା କହିଲେ ମଧ୍ୟ ଭୁଲ୍‌ ବୁଝାମଣା କାରଣରୁ ପରିବାର ଭିତରେ ସମ୍ପର୍କ ହାନି ଘଟିବାର ଆଶଙ୍କା ରହିଛି। ଅନେକାଂଶରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ମିଳିବ।
କନ୍ୟା
ଚନ୍ଦ୍ରଙ୍କ କୁପ୍ରଭାବରେ ଗତକାଲିଠାରୁ ଅତୀତର କେତେକ ଘଟଣା ମନକୁ ବାରମ୍ବାର ଆଲୋଡ଼ନ କରିବା ଫଳରେ ଆପଣ ସ୍ଥିର ଭାବରେ ରହିପାରିବେ ନାହିଁ ା ନିଜ ନିଜର ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ।
ତୁଳା
ତୁଳା
ଚନ୍ଦ୍ର ଓ ଶୁକ୍ର ଷଡ଼ାଷ୍ଟକ ସ୍ଥିତିରେ ଥିବାରୁ କାର୍ଯ୍ୟରେ ସଫଳତା ପାଇବା ସହଜସାଧ୍ୟ ନ ହୋଇପାରେ। କିନ୍ତୁ କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଜମିଜମା କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ଅଫିସରେ ଅଫିସରମାନଙ୍କ ସହ ମତଦୈଧ କିମ୍ବା ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ଦ୍ୱିତୀୟ ସ୍ଥାନ ପାପଯୁକ୍ତ କାରଣରୁ ଆପଣ ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କଥାବାର୍ତ୍ତା ନ କଲେ ଅସୁବିଧାରେ ପଡ଼ିବେ। ଆପଣଙ୍କର ସାହାଯ୍ୟକାରୀ ମନୋବୃତ୍ତି ହେତୁ ସହକର୍ମୀଙ୍କ ସହ ସଦ୍ଭାବ ବୃଦ୍ଧି ହୋଇପାରେ। ଆଜି ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ୍‌ ଜିନିଷ ଆଣିପାରନ୍ତି। ମାଲି ମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ଧନୁ
ଧନୁ
ସପ୍ତମସ୍ଥାନରେ ଚାରୋଟି ଗ୍ରହ ଅବସ୍ଥାନ କରୁଥିବା କାରଣରୁ ବିବାଦ କିମ୍ବା ପ୍ରତିଦ୍ୱନ୍ଦ୍ୱିତାରୁ ଦୂରେଇ ରହିବା ଭଲ ହେବ। ନିଜ ଘର ଅପେକ୍ଷା ବାହାର ଲୋକମାନେ ଆପଣଙ୍କ ପକ୍ଷ ସମର୍ଥନ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଅଫିସ୍‌ରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ମକର
ମକର
ଅନୁକୂଳ ସମୟ ହେତୁ ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ମିଳିବା ନିଶ୍ଚିତ। ନିଜର ସମ୍ପର୍କୀୟ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବହୁତ ଦିନରୁ ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇଲେ ମଧ୍ୟ ସାମୟିକ ଅସ୍ଥିରତା ଦେଖାଦେବାର ସମ୍ଭାବନା ରହିଛି।
କୁମ୍ଭ
କୁମ୍ଭ
ଆପଣଙ୍କ ସୁଚିନ୍ତିତ ବିଚାରଧାରା ଫଳରେ ପ୍ରତ୍ୟେକ ଦିଗରୁ ଲାଭବାନ୍‌ ହେବେ। ପ୍ରତ୍ୟେକ କାର୍ଯ୍ୟ ପୂର୍ବରୁ ରହିଥିବା ବ୍ୟତିକ୍ରମ ସାଙ୍ଗକୁ ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ସମସ୍ୟାକୁ ସୁଧାରି ନେବେ। ପରିବହନ କ୍ଷେତ୍ରରେ ଅଯଥା ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ।
ମୀନମୀନ
ବନ୍ଧୁମାନଙ୍କ ସହ ହସଖୁସି ମଧ୍ୟରେ ଆଜିର ଯାତ୍ରା, ନୂତନ କର୍ମାରମ୍ଭ ଓ ଭ୍ରମଣ ବେଶ୍‌ ଆନନ୍ଦଦାୟକ ରହିବ। ସାମାଜିକ ସ୍ତରରେ ଈର୍ଷାପରାୟଣ ନୀଚବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କାମରେ ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନ ଦିଗରୁ ବହୁତ ଶୁଭଫଳ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri