Posted inRasifala

ରାଶିଫଳ: ବୁଧବାର, ଜୁନ୍ ୨୪ ତାରିଖ – Daily Horoscope

ମେଷ
ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିବେ । ଦୀର୍ଘଦିନରୁ ପରସ୍ପର ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ବେଶି ଆନ୍ଦୋଳିତ କରିବ । ଆତ୍ମୀୟଙ୍କୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟା ଦେଖାଦେଇପାରେ । ଭୁଲ୍‌ ବୁଝାମଣାଜନିତ ସମ୍ପର୍କରେ ଫାଟ ସୃଷ୍ଟି ହେବା କାରଣରୁ କର୍ମକ୍ଷେତ୍ରରେ ପରସ୍ପରକୁ ସନ୍ଦେହ କରିପାରନ୍ତି ।
ବୃଷ
ବୃଷ
ଆଜି ଅପରାହ୍ନେ ପାଇ ଖୁସୀ ହେବେ । ନିର୍ମାଣ, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ସହକର୍ମୀ କିମ୍ବା ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ମିଠା କଥା ଦ୍ୱାରା ଅନ୍ୟକୁ ଆପ୍ୟାୟିତ କରି କାମ ହାସଲ କରିବେ ।
ମିଥୁନ
ମିଥୁନ
ଅସୁବିଧାବଶତଃ ଅତ୍ୟାବଶ୍ୟକ କାମଗୁଡିକ ଅଟକି ରହିଥିବା କାରଣରୁ ସେହିକଥା ଭାବି ଭାବି ଅନ୍ୟମନସ୍କ ରହିପାରନ୍ତି । ଅବଶ୍ୟ ବହୁ ଦିନରୁ ଚେଷ୍ଟା କରୁଥିବା କୌଣସି ନୂତନ କାର୍ଯ୍ୟରେ ଯୋଗଦେଇପାରନ୍ତି । ବନ୍ଧୁମାନଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇବେ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ମାନସିକ ଚାପ ବୃଦ୍ଧି ପାଇବା କାରଣରୁ ଅପେକ୍ଷାକୃତ ଅସୁବିଧା ଭୋଗିବେ । ଗୃହନିର୍ମାଣ, ଯାନ ବାହନ ତଥା ଯାନ୍ତ୍ରିକ ଜିନିଷର ମରାମତି ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି । ଆଜିର ଆନୁଷ୍ଠାନିକ କାମଗୁଡିକ ପୁଷ୍ୟା ପାଇଁ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ । କଳା, ସାହିତ୍ୟରେ ଉନ୍ନତି କରିବେ ଓ ଏହା ସହ ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଲାଭବାନ ହେବେ ।
ସି˚ହ
ସି˚ହ
ଯେଉଁ କାମରେ ହାତ ଦେବେ ଅବଶ୍ୟ ସଫଳତା ପାଇବେ । ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି । ପରିଶ୍ରମର ସୁଫଳ ସ୍ବରୂପ ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ । ରାଜନୈତିକ କ୍ଷେତ୍ର ପାଇଁ ଦିନଟି ବହୁତ ଭଲ ।
କନ୍ୟା
ସ୍ବାସ୍ଥ୍ୟହାନି ସଙ୍ଗକୁ ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ । ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ରର ପୂର୍ବ ଯୋଜନାନୁଯାୟୀ ଆତ୍ମୀୟମାନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି । ମାଲିମକଦ୍ଦମା ସମ୍ପର୍କିତ ଆଲୋଚନା ବିଗିଡି ଯାଇପାରେ ।
ତୁଳା
ତୁଳା
ସମସ୍ୟା ସଙ୍ଗକୁ ପ୍ରତିବନ୍ଧକର ମଧ୍ୟ ସମ୍ମୁଖୀନ ହେବାକୁ ପଡିପାରେ । ସାମ୍ବାଦିକତା, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ । ସଙ୍ଗଦୋଷର କୁପ୍ରଭାବରୁ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବାକୁ ପଡିପାରେ । ପରିବହନ,ପ୍ଳଟିଙ୍ଗ କାରବାର, ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଶୁଭ ଫଳ ପାଇବେ ।
ବିଛା
ବିଛା
ଆଜି ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କେତେକ ଘରୋଇ କାରଣକୁ ନେଇ ମନ ବିଚଳିତ ରହିବ । ସହକର୍ମୀଙ୍କ ସହ ସଦ୍‌ଭାବ ବୃଦ୍ଧି ହୋଇପାରେ, ଯାହା କି ପରକ୍ଷଣରେ ଦରକାରରେ ଆସିବ । ବାରମ୍ବାର ସ୍ବାସ୍ଥ୍ୟ ଖରାପ ରହୁଥିବାରୁ ତାହାର ସ୍ଥାୟୀ ସମାଧାନ କରିବା ଭଲ ହେବ ।
ଧନୁ
ଧନୁ
ସାଧାରଣ କଥାକୁ ବୃହଦାକାରରେ ଚିନ୍ତାକରି ସମସ୍ୟାକୁ ବଢାଇ ଦେଇପାରନ୍ତି । ତଥାପି ମୂଳା ନକ୍ଷତ୍ର ଅଟକି ରହିଥିବା କାମ ହାସଲ ପାଇଁ ଚେଷ୍ଟା କରି ସଫଳ ହୋଇପାରନ୍ତି । ଶିଳ୍ପ, ବାନିଜ୍ୟ, ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ ।
ମକର
ମକର

ଆକସ୍ମିକ ଭାବରେ ନିଜର ସମ୍ପର୍କୀୟ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, କିନ୍ତୁ ସାମାନ୍ୟ ଯୁକ୍ତିତର୍କ ପରେ । ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ ।

କୁମ୍ଭ
କୁମ୍ଭ
ଯେଉଁ କାମ ହାତକୁ ନେଇଛନ୍ତି ତାହା ସହଜରେ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡିବା ପାଇଁ ଚିନ୍ତା କରିବେ । ପରିବହନ ପାଇଁ ଦିନଟି ବହୁତ ବଢିଆ, ତଥାପି ଅନ୍ୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ।
ମୀନମୀନ

 ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ । ଜମିଜମା କାରବାର, ସଭାସମିତି, ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri