Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ
ଚନ୍ଦ୍ର ପ୍ରଭାବରେ ଦିନଟି ଆପଣଙ୍କର ପ୍ରାୟତଃ ଭଲରେ ଯିବ ତଥାପି ତରବରିଆ ନ ହୋଇ ଧୀରସ୍ଥିର ପଦକ୍ଷେପ ନେଲେ ଉପକୃତ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆଜି ହିଁ ସମ୍ପନ୍ନ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।
ବୃଷ
ବୃଷ
ରବିଙ୍କ ଦୃଷ୍ଟିରୁ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବେ। ରୋହିଣୀ ନକ୍ଷତ୍ରର ଅର୍ଥ, ଭୋଗ ବିଳାସ ମଧ୍ୟରେ ସମୟଟି ଭଲରେ କଟିବ। ପାରିବାରିକ କ୍ଷେତ୍ରରେ ସୁଯୋଗ ପାଇବା ସଙ୍ଗକୁ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ ।
ମିଥୁନ
ମିଥୁନ
ନବମ ଚନ୍ଦ୍ର ହେତୁ ଚିନ୍ତା ନ କରି ନିର୍ଭୟରେ ଆଗକୁ ମାଡି ଚାଲନ୍ତୁ, ଦେଖିବେ ଚେଷ୍ଟା ନିଶ୍ଚିତ ଫଳବତୀ ହେବ । ସନ୍ଧ୍ୟାରେ ହଠାତ୍‌ ସାଧାରଣ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରୁହନ୍ତୁ ଅନ୍ୟଥା ତାହା ହିଁ ସମସ୍ୟାର କେନ୍ଦ୍ରବିନ୍ଦୁ ହୋଇପଡିବ । ଆନୁଷ୍ଠାନିକ କାମ ସକାଶେ ତପତ୍ରତା ବଢିପାରେ।
କର୍କଟ
କର୍କଟ
ବୁଧ ଦୃଷ୍ଟି ପ୍ରଭାବରେ କର୍ମକ୍ଷେତ୍ରରେ ମଉଜିଆ କଥା କହି ଅନ୍ୟମାନଙ୍କୁ ନିଜର କରିବାରେ ସକ୍ଷମ ହେବେ । ଅତି ନିକଟରେ ରହୁଥିବା ମିତ୍ରମାନେ କିଛି ପାଇବା ଆଶାରେ ପ୍ରଶଂସା ଗାଇ ବୁଲିବେ । କ୍ରୀଡା, କଳା, ସାହିତ୍ୟ,ସାମ୍ବାଦିକତା ତଥା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ । ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି।
ସି˚ହ
ସି˚ହ
ତୃତୀୟସ୍ଥ ମଙ୍ଗଳ ଭ୍ରାତୃସମ୍ପର୍କ ନଷ୍ଟ କରିବା ସହ ଅତୀତର ଘଟଣାଗୁଡିକର ସମୀକ୍ଷା କରି ମନଟି ଭଲ ଲାଗିବ ନାହିଁ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବେ ଏବଂ ବାଣିଜ୍ୟ,ବ୍ୟବସାୟରେ ଉନ୍ନତି ଘଟିବ । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।
କନ୍ୟା
ରାଶ୍ୟାଧିପତି ଅଷ୍ଟମାଧିପତି ଯୁଚ୍ଛ କାରଣରୁ ଭାବୁଥିବା କାମଟି ବିଧିବଦ୍ଧ ଭାବରେ କରିପାରିବେ ନାହିଁ ଫଳରେ ସୁଯୋଗ ହାତଛଡା ହୋଇପାରେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି।
ତୁଳା
ତୁଳା
ଷଷ୍ଠସ୍ଥାନ ଦୃଷ୍ଟିଜନିତ ପାପାକ୍ରାନ୍ତ ଯୋଗୁ ସମ୍ପର୍କୀୟ ଲୋକମାନଙ୍କ ଶତ୍ରୁତା ଯୋଗୁ ବିଚଳିତବୋଧ କରିବାକୁ ପଡିବ । ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ । ପାରିବାରିିକ ସଦ୍ଭାବ ଅକ୍ଷୁଣ୍ଣ ରହିବ । ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ ଏବଂ ଆପଣଙ୍କ କାମରେ ସହଯୋଗ ମଧ୍ୟ କରିବେ।
ବିଛା
ବିଛା
କେନ୍ଦ୍ରସ୍ଥ ଚନ୍ଦ୍ର ଯୋଗୁ ଲୋକସମ୍ପର୍କ ବୃଦ୍ଧି ପାଇବାରେ ନିଜ ଲୋକମାନେ ହିଁ ପ୍ରତିବନ୍ଧକ ସୃଷ୍ଟି କରିବେ । ଅଫିସ୍‌ରେ ଥିବା ସମୟରେ ବନ୍ଧୁମାନଙ୍କ ବିଷୟରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ମାତ୍ର କର୍ମକ୍ଷେତ୍ରରେ ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ । ପର କଥାରେ ପଡି ଘର ଲୋକମାନଙ୍କୁ ଭୁଲ୍‌ ବୁଝିପାରନ୍ତି।
ଧନୁ
ଧନୁ
ଦଶମ ସ୍ଥାନ ପାପଦୃଷ୍ଟି ବିବର୍ଜିତ ହେତୁ କର୍ମକ୍ଷେତ୍ରରେ କୌଶଳ ପ୍ରୟୋଗ କରି ନିଜ ପରିସରରେ ପ୍ରତିଷ୍ଠିତ ହେବାର ସମ୍ଭାବନା ରହିଛି । ବନ୍ଧୁମାନଙ୍କ ଆହ୍ବାନକ୍ରମେ କୌଣସି ଶୁଭକାର୍ଯ୍ୟରେ ଯୋଗଦେଇପାରନ୍ତି। ଆଜିର ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇବେ । ପ୍ରକାଶନ, ପ୍ରଶାସନ, ଆନୁଷ୍ଠାନିକ କାର୍ଯ୍ୟ ପାଇଁ ଦିନଟି ବହୁତ ଭଲ ।
ମକର
ମକର
ମୁହଁରେ ଚନ୍ଦ୍ର ଯୋଗୁ ହସିଲେ କଥା କହିବେ ଏବଂ ପ୍ରତ୍ୟେକ କ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଝଗଡା ଲାଗିପାରେ ମାତ୍ର ସଭାସମିତିରେ, ଆଲୋଚନା, ଗଠନମୂଳକ କାମ, ଲେଖାପଢା କ୍ଷେତ୍ରରୁ ଶୁଭଫଳ ପାଇବେ।
କୁମ୍ଭ
କୁମ୍ଭ
ଏକାଦଶରେ ଏକାଧିକ ଗ୍ରହ ଯୋଗୁଁ ଗତକାଲି ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ଆଜି ସମର୍ଥ ହେବେ । ଭୁଲ୍‌ ବୁଝାମଣା ଓ ସନ୍ଦେହ ବୃଦ୍ଧି ପାଇବା କାରଣରୁ ପରିବାରରେ ବିଶୃଙ୍ଖଳା ଦେଖା ଦେଇପାରେ । ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ, ଅନ୍ୟଥା ଅଦଳ ବଦଳ ହୋଇଯାଇପାରେ।
ମୀନମୀନ
ବଳବାନ ରାହୁ ଓ କର୍ମସ୍ଥ ଗ୍ରହପ୍ରଭାବରେ ପ୍ରତ୍ୟେକ ବିଷମ ପରିସ୍ଥିତିରେ ମଧ୍ୟ ସାହସିକତାର ପରିଚୟ ଦେଇ ପ୍ରଶଂସିତ ହେବେ । ସ୍ବାର୍ଥ ସାଧନର ମସୁଧା କରି ଭଲ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। କଳା,ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri