Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ
ଶୁଭେତ୍ସୁଙ୍କ ପରାମର୍ଶରେ ନୂଆ ନୂଆ କାମ କରିବା ସକାଶେ ମନ ବଳାଇବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରାଇବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିବେ।
ବୃଷ
ବୃଷ
ବିଭିନ୍ନ ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲା ଭଳି ଅନୁଭବ କରିବେ। ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଶୁଭଫଳ ପାଇବେ।
ମିଥୁନ
ମିଥୁନ
ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତାପ୍ରକଟ କରି ପାରନ୍ତି। ସଙ୍ଗଠନ, ରାଜନୀତି, ଆନୁଷ୍ଠାନିକ କାମ, କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ନୂତନ ବ୍ୟବସାୟ ଯୋଡିବା ପାଇଁ ଚିନ୍ତା କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସଂଯମତାର ଅଭାବ ଓ ଧନହାନୀ ଦୁଃଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
ପଞ୍ଚମରେ ବୃହସ୍ପତି ରହିଥିବାରୁ ଆପଣ ଠିକ୍‌ ନିଷ୍କତ୍ତି ନେଇ କାର୍ଯ୍ୟ କରିବେ। ରାହୁଙ୍କ ପ୍ରଭାବରେ ଗୋଟିଏ ଜାଗାରେ ସ୍ଥିର ଭାବରେ ରହିପାରିବେ ନାହିଁ। କର୍ମକ୍ଷେତ୍ରରେ ଚନ୍ଦ୍ର କର୍ମ କୁଶଳତା ପ୍ରଦାନ କରିବେ। ମଙ୍ଗଳଙ୍କ ପ୍ରଭାବରେ ଆପଣଙ୍କ ବ୍ୟବହାର କଠୋର ହୋଇପାରେ। ଭାଗ୍ୟସ୍ଥାନ ପ୍ରତି ତିନୋଟି ଗ୍ରହଙ୍କ ଦୃଷ୍ଟି ଅର୍ଥଲାଭ କରାଇବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସୃଷ୍ଟି ହୋଇଥିବା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଆର୍ଥିକ ଦିଗରୁ ଉପକୃତ ହେବେ କିନ୍ତୁ ପୂର୍ଣ୍ଣ ଆବଶ୍ୟକତା ଅପୂରଣୀୟ ରହିବ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ସରସ ସୁନ୍ଦର କରିପାରେ। ଆଲୋଚନା ପରିସରରେ ସତକଥା କହି ବିବାଦ ଘେରରେ ପଡି ପାରନ୍ତି, ଏଣୁ ଭାବିଚିନ୍ତି କୁହନ୍ତୁ।
କନ୍ୟା
ଅତୀତ ବିବାଦକୁ କେନ୍ଦ୍ରକରି ହଠାତ୍‌ କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। ଆମତ୍ୀୟ ମାନଙ୍କ ଅସହଯୋଗ,ଅସମ୍ମାନ ପାଇ ଦୁଃଖିତ ହେବେ। କୌଣସି ସମ୍ପର୍କୀୟ ବନ୍ଧୁଙ୍କୁ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରି ପାରନ୍ତି।
ତୁଳା
ତୁଳା
ପିଲାମାନଙ୍କ ବୈବାହିକ ସମ୍ପର୍କକୁ ନେଇ ନୂତନ ବନ୍ଧୁତ୍ୱ ସକାଶେ ଆଲୋଚନା କରିପାରନ୍ତି। ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ଧର୍ମକାର୍ଯ୍ୟ କିମ୍ବା ଆନୁଷ୍ଠାନ ପାଇଁ ସତ୍ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ପିଲାଙ୍କ ଆଚରଣରେ ଅସନ୍ତୋଷ ବ୍ୟକ୍ତ କରି ମନେ ମନେ ବିରକ୍ତ ପ୍ରକାଶ କରିପାରନ୍ତି।
ବିଛା
ବିଛା
ଦୀର୍ଘଦିନରୁ ଯାହା ମନରେ ଆଶାବାନ୍ଧି ବସିଛନ୍ତି ଆଜି ତାହା ଅବଶ୍ୟ ପାଇବେ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଅପକୃତ ହେବେ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ।
ଧନୁ
ଧନୁ
ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍‌ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇ ପଡିବେ। ବିବାଦୀୟ ଘଟଣାରେ ଦୁଃସାହାସିକ ପଦକ୍ଷେପ ନେବା ଠିକ୍‌ ହେବନି। ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତା କେନ୍ଦ୍ର କରି ହଠାତ୍‌ ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ପରିବାର ସକାଶେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ପରିହାସଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରେ ଏଣୁ ସତର୍କତା ଅବଲମ୍ବନ କରିବା ଭଲ ା ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାର ସାମୟିକ ଆଶ୍ୱସ୍ଥି ଅନୁଭବ କରିବେ।
କୁମ୍ଭ
କୁମ୍ଭ
ପରିବାରର ଆବଶ୍ୟକତା ଅନୁଭବ କରି କୌଣସି ନୂତନ ଜିନିଷ କ୍ରୟ କରିବା ସକାଶେ ପାଇଁ ମନ ବଳାଇପାରନ୍ତି। କର୍ମ କ୍ଷେତ୍ରରେ ଛୋଟ କଥାକୁ ଧରି ବସନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିବ ା ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ, ଦୀର୍ଘ ଦିନରୁ ଲାଗି ରହିଥିବା ପୁରାତନ ରୋଗପୀଡାରୁ ବିଶେଷ କଷ୍ଟ ପାଇବେ।
ମୀନମୀନ
କର୍ମ କ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡି ଯାଇପାରେ। ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ସୁସମ୍ପର୍କ ବ୍ୟାହତ ହୋଇପାରେ। ପରିବାର ଭିତରେ ଥିବା ଭୁଲ୍‌ ବୁଝାମଣାର ସମାଧାନ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri