Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ
ଆଜି ବନ୍ଧୁମାନଙ୍କ ସହ ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ବନ୍ଧୁବାନ୍ଧବ, ସହକର୍ମୀ, ଧାରକରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ବୃଷ
ବୃଷ
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ, ପୂର୍ବ ପରିକଳ୍ପିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ ପାଇଁ ମନ ବଳାଇପାରନ୍ତି। ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡନ ସୃଷ୍ଟି କରିବ। କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହୋଇପାରେ। ହଠାତ୍‌ ବାହାରକୁ ଯିବା ସମୟରେ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହେବେ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଅସ୍ଥିରତା ଓ ଅଶାନ୍ତି ସକାଶେ ମନ ଭଲ ରହିବ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ନିଜର ବୁଦ୍ଧିବଳ ଖଟାଇ ଅର୍ଥଲାଭ କରିବେ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ।
କର୍କଟ
କର୍କଟ
ଆଜି ଯେଉଁ ଆଶା ନେଇ କାହା ପାଇଁ କିଛି କରିବେ, ତଥାପି ତାହାଠାରୁ ପ୍ରତିବଦଳରେ କିଛି ପାଇବେ ନାହିଁ । ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ । ପ୍ରଶାସନିକ ସ୍ତରରେ, ରାଜନୈତିକ କ୍ଷେତ୍ରରେ ତପତ୍ରତା ବୃଦ୍ଧି ପାଇବ । ବନ୍ଧୁଙ୍କ ସହ ସାଧାରଣ ଯୁକ୍ତିତର୍କରୁ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ସି˚ହ
ସି˚ହ
ସକାଳୁ ସକାଳୁ କିଛି ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ଖୁସି ହୋଇପାରେ। ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ। ରଚନାତ୍ମକ କାମ, ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ। ପରିବହନ, ନିର୍ମାଣ, ବାଣିଜ୍ୟ, ବ୍ୟବସାୟ ସକାଶେ ଦିନଟି ବହୁତ ଭଲ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରି ପାରିବେ ନାହିଁ । ବନ୍ଧୁଙ୍କ ପାଖରେ ଅଭାବ ଅସୁବିଧା ଜଣାଇଲେ ଆଶା ପୂରଣ ହୋଇପାରିବ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିବେ। ପରିବାର ଭିତରେ ସୃଷ୍ଟି ହୋଇଥିବା ଅପ୍ରୀତିକର ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନରେ ବନ୍ଧୁ ସାହାଯ୍ୟ କରିବେ । ଅଫିସ ଭିତରେ କିମ୍ବା ଆଜିର ଫେରନ୍ତା ରାସ୍ତାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ, ଅବଶ୍ୟ ଲାଭବାନ ହେବେ। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଆଜି ସକାଳୁ ସକାଳୁ ଦୂରଯାତ୍ରା କରିବାକୁ ପଡିପାରେ । ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ । କର୍ମକ୍ଷେତ୍ରରେ ପ୍ରତ୍ୟେକଙ୍କର ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲ୍ଲଭ ହୋଇପଡିବ।
ଧନୁ
ଧନୁ
ଦୀର୍ଘ ଦିନରୁ ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆତ୍ମୀୟ ସ୍ବଜନମାନଙ୍କ ଉପସ୍ଥିତି ଯୋଗୁ ଖୁସି ହେବେ । ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ପାରିବାରିକ ଭୁଲ୍‌ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ । ଯାନ୍ତ୍ରିକ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି।
ମକର
ମକର
ଆଜି ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରି କାମ ହାସଲ କରିବାରେ ସମର୍ଥ ହେବେ। ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ବ୍ୟବସାୟ ଓ ପରିବହନରେ ଉନ୍ନତି ଘଟିବ। ଆକସ୍ମିକ ଭାବେ କୌଣସି ସମସ୍ୟାର ସମ୍ମୁଖୀନ ହୋଇ ନିର୍ମାଣାଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ । ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣି ମନ ଭଲ ରହିବ ନାହିଁ।
କୁମ୍ଭ
କୁମ୍ଭ
ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ। ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ।
ମୀନମୀନ
ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ ଓ ସମସ୍ୟା ସମାଧାନ ବଦଳରେ ବଢେଇଦେବେ । ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁସମ୍ପର୍କ ରେ କିଛିଟା ସମସ୍ୟା ସୃଷ୍ଟି ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri