Posted inRasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ବଳହୀନ ବାଣୀକାରକ ବୁଧ ଯୁକ୍ତ ହେତୁ ବନ୍ଧୁ ଓ ପରିବାର ସହ କଥାରେ କଥାରେ କଳହ ଘଟିପାରେ। କର୍ମକ୍ଷେତ୍ରରେ କୈାଣସି ଘଟଣାକୁ କେନ୍ଦ୍ରକରି କିଛି ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି। ଶାରିରୀକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ।
ବୃଷ
ବୃଷ
ଆଲୋଚନା କ୍ଷେତ୍ରରେ ଶେଷ ସମୟରେ ନିଷ୍ପତି ବଦଳାଇ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟ ତଥା ଲେଖାପଢ଼ା ଓ ପ୍ରକାଶନ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ। ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
ମିଥୁନ
ମିଥୁନ
କାଳସର୍ପ ଯୋଗର କୁପ୍ରଭାବରେ କାର୍ଯ୍ୟହାନୀ,ମାନସିକ ଅଶାନ୍ତି ସଙ୍ଗକୁ ଶାରୀରିକ ଅସୁସ୍ଥତା ମଧ୍ୟ ଦେଖାଯାଇପାରେ। ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ପ୍ରକାରର ଧନ୍ଦା କରିବା ସକାଶେ ମନ ବଳାଇବେ। ଆଲୋଚନା ଆଳରେ ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି।
କର୍କଟ
କର୍କଟ
କର୍ମସ୍ଥାନରେ ଉଚ୍ଚସ୍ଥ ରବି ଯୋଗୁଁ ଆର୍ଥିକ ଉନ୍ନ୍‌ତି ସଙ୍ଗକୁ ସମ୍ମାନ ଓ ସାମାଜିକ ପ୍ରତିଷ୍ଠା ପାଇପାରନ୍ତି। ଅଫିସ୍‌ କାମରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। କଳା,ସାହିତ୍ୟ,ସଙ୍ଗୀତ ତଥା ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିପାରେ।
ସି˚ହ
ସି˚ହ
ଗ୍ରହ ପ୍ରଭାବରେ ପରିବାର ସକାଶେ ସମସ୍ତ ପ୍ରକାରର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନଙ୍କୁ ସନ୍ତୁଷ୍ଟ କରିବା କଷ୍ଟକର ହୋଇପାରେ। ନିଜେ ରହୁଥିବା ସ୍ଥାନର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଶଂରେ ଭଲ ରହିବାରୁ ଆଶ୍ୱସ୍ତି ଲାଭକରିବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
ରାଶ୍ୟାଧିପତି ସହ ଚନ୍ଦ୍ରଙ୍କ ସଂଯୋଗ ହେତୁ କେତେକ ଅପୂରଣୀୟ ଆଶା ମନକୁ ବାରମ୍ଭାର ମନକୁ ଆଲୋଡିତ କରିବ। ନୂତନ ପ୍ରକଳ୍ପ,ପ୍ରଶାସନ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ଗୃହ ସଜ୍ଜା,ଗାଡି ମରାମତି,ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି।
ତୁଳା
ତୁଳା
ଶନି ଓ ମଙ୍ଗଳଙ୍କ ସଂଯୋଗ ଚତୁର୍ଥଭାବସ୍ଥ ହେତୁ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିପାରେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ନତୁବା ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି। ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।
ବିଛା
ବିଛା
ରାଶିପାଇଁ କେତୁ ଓ ବୁଧଙ୍କ ଅବସ୍ଥିତି ଆପଣଙ୍କ ଅସୁସ୍ଥମାନସିକତାର କୁପ୍ରଭାବରେ କଥାବାର୍ତ୍ତାରେ ବ୍ୟତିକ୍ରମ ସୃଷ୍ଟିହେବ। ସମୟର ପ୍ରତିକୂଳତା ହେତୁ ବିଭିନ୍ନ ପ୍ରକାରର ସମସ୍ୟା ଭିତରେ ମନ ଭାରାକ୍ରାନ୍ତ ରହିବ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ କୈାଣସି କାମକୁ ମୁହାଁଇବା ଠିକ୍‌ ହେବନି।
ଧନୁ
ଧନୁ
ବିଚାରଧାରାକୁ ପ୍ରବାହିତ କରି ସଠିକ୍‌ ନିଷ୍ପତି ନେବାରେ ବାଧା ସୃଷ୍ଟି କରିବ। ଫଳତଃ ପ୍ରତ୍ୟେକ କ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ପନିପରିବା ଦୋକାନୀ,ହୋଟେଲ ମାଲିକମାନେ କ୍ଷତିଗ୍ରସ୍ଥ ହୋଇପାରନ୍ତି। ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ।
ମକର
ମକର
କୈାଣସି କାର୍ଯ୍ୟ କରିନପାରିବା ଯୋଗୁଁ ଅସ୍ଥିର ରହିପାରନ୍ତି। ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇ ପାରନ୍ତି। ଫେରିବା ବାଟରେ ସାୟାହ୍ନରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଗଠନମୂଳକ କାମ,ଲେଖାପଢା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ ଗତି କରିବାର ବହୁ ସମ୍ଭାବନା ରହିଛି। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇ ପାରନ୍ତି। ଆଜିର ଆମଦାନୀ କାରବାର,ପରିବହନ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ।
ମୀନମୀନ
ରାହୁ ଓ ବୁଧଙ୍କ ପ୍ରଭାବ ଯୋଗୁଁ ପାରିବାରିକ ସ୍ତରରେ ପଛକଥା ନଭାବି ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟାକରିବା ଭଲ ହେବ। ନିଜର କାମ ସକାଶେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ,ମାଲି ମକଦ୍ଦମା, ସଂଗଠନ,ଲେଖାପଢା,ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?