Posted inRasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ
ଆଜି ନିଜ ରାଶିରେ ଶୁକ୍ର ରହିଥିବାରୁ ଦ୍ୱିଜା ନକ୍ଷତ୍ର ପାଇଁ ଅର୍ଥଲାଭ ଓ ମନୋରଞ୍ଜନ ସକାଶେ ମନ ବଳିବ । କିନ୍ତୁ ରାହୁ ଓ କେତୁ ମଧ୍ୟବର୍ତ୍ତୀ ଚନ୍ଦ୍ର ହେତୁ ଅଶ୍ୱିନୀ ନକ୍ଷତ୍ରର ମନଟା ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ । କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ ।
ବୃଷ
ବୃଷ
ଏକାଦଶସ୍ଥ ରବିଙ୍କ ପ୍ରଭାବରୁ ପ୍ରଭାବଶାଳୀ ଲୋକଙ୍କ ସୁନଜରରେ ଆସି ଲାଭବାନ୍‌ ହେବେ । ରବିଙ୍କ ପୂର୍ଣ୍ଣକିରଣରେ ଚନ୍ଦ୍ରଙ୍କ ଉଜ୍ଜ୍ୱଳତା ପରି ସେବା ଓ ପରୋପକାର ପ୍ରବୃତ୍ତିରୁ ସାମାଜିକ ସମ୍ମାନ ପାଇବେ । ମୃଗଶିରା ନକ୍ଷତ୍ରାଧିପ ମଙ୍ଗଳ ଅନ୍ୟ ଦୁଇଗ୍ରହ ସଙ୍ଗରେ ରହି ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରନ୍ତି ।
ମିଥୁନ
ମିଥୁନ
ଧନାଧିପ କେନ୍ଦ୍ରସ୍ଥ ହୋଇ ତୃତୀୟାଧିପଙ୍କ ଦୃଷ୍ଟିପଥାରୂଢ ଯୋଗୁଁ ବନ୍ଧୁଙ୍କ ସହାୟତାରେ ଅର୍ଥଲାଭ ଘଟିବ । ମଙ୍ଗଳଙ୍କ ନକ୍ଷତ୍ର ଜାତବ୍ୟକ୍ତି କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଏକପ୍ରକାର ଭଲ ରହିପାରେ ।
କର୍କଟ
କର୍କଟ
ଚନ୍ଦ୍ର ଭାଗ୍ୟସ୍ଥାନସ୍ଥ ରବିଙ୍କ ସମ୍ମୁଖରେ ରହି ଅର୍ଥ, ସମ୍ମାନ, ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା ଲାଭ କରିବେ । କିନ୍ତୁ ପୁଷ୍ୟାନକ୍ଷତ୍ର କାର୍ଯ୍ୟବ୍ୟସ୍ତତା ମଧ୍ୟରେ ଖାଇବା ପିଇବାରେ ଅବହେଳା କରି ସ୍ବାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିପାରନ୍ତି । ବ୍ୟବସାୟ ଓ ପରିବହନ ଭଲରେ ଚାଲିବ କିନ୍ତୁ ନିର୍ମାଣ କାର୍ଯ୍ୟ ଅଟକି ଯାଇପାରେ ।
ସି˚ହ
ସି˚ହ
ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟରେ ମାନସିକ ସୁସ୍ଥତା ରହି ନ ପାରେ । କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବା ସହିତ ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହେବ । ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବା ସହ ବନ୍ଧୁ ଆର୍ଥିକ ସହାୟତାରେ କାମ ହାସଲ କରିପାରିବେ ।
କନ୍ୟା
କର୍ମଭାବସ୍ଥ ରାହୁଙ୍କ ଉପସ୍ଥିତିରୁ ଆଜି ଆପଣ ସୁଯୋଗ ପାଇଲେ ମଧ୍ୟ ତାହାର ସଦ୍‌ବ୍ୟବହାର କରିବା କାଠିକର ପାଠ ହୋଇପାରେ । ପରିବାରରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଅଶାନ୍ତ ପରିସ୍ଥିତି ସୃଷ୍ଟିକରିବ । ଲେଖାପଢା, ସାହିତ୍ୟଚର୍ଚ୍ଚା, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ । ବ୍ୟବସାୟିକ ସ୍ଥିତି ମନ୍ଦ ହେବନି ।
ତୁଳା
ତୁଳା
ଶୁକ୍ରଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିଲେ ମଧ୍ୟ କର୍ମକ୍ଷେତ୍ରରେ କିଛିନା କିଛି କାରଣକୁ ନେଇ ଟେନ୍ସନ ଲାଗିରହିବ । ଜମା ପଡୁ ନ ଥିବା ଲୋକମାନଙ୍କ ଦ୍ୱାରା ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ । ଦୀର୍ଘ ଦିନରୁ ଭଟ୍ଟା ପଡିଥିବା ସମ୍ପର୍କ ପୁନଃ ସ୍ଥାପିତ ହେବାର ଆଶା ରହିଛି ।
ବିଛା
ବିଛା
ମୁଖଭାବସ୍ଥ କେତୁ ଆପଣଙ୍କ ମନୋଭାବର ଉପସ୍ଥାପନା ପ୍ରଣାଳୀକୁ ବିକୃତ କରିବ । ଫଳତଃ ସାଧାରଣ କଥାରେ ରାଗି ବିରକ୍ତି ପ୍ରକାଶ କରିବା ଦ୍ୱାରା ନିଜ ପାଇଁ ଅନିଷ୍ଟକର ପରିସ୍ଥିତି ସୃଷ୍ଟି କରିପାରେ । କୌଣସି ମାଙ୍ଗଳିକ କାମରେ ବନ୍ଧୁମାନଙ୍କ ସାହାଯ୍ୟ କଲେ ମଧ୍ୟ ପରକ୍ଷଣରେ ନିନ୍ଦିତ ହୋଇପାରନ୍ତି ।
ଧନୁ
ଧନୁ
ଶନିକ୍ଷେତ୍ରସ୍ଥ ବୃହସ୍ପତି ଯୋଗୁଁ ପରାଧୀନ ଭାବରେ ରହି ନିଜକୁ ସଂକୁଚିତ ମନେକରିବେ । ମନ ଭଲ ନ ରହିଲେ ସୁଦ୍ଧା ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାହାଙ୍କ ସଙ୍ଗରେ ଯିବାକୁ ବାଧ୍ୟ ହେବେ । ବନ୍ଧୁଙ୍କ ହସ୍ତକ୍ଷେପ ଦ୍ୱାରା ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।
ମକର
ମକର
ଶାରୀରିକସୁସ୍ଥତା ଅକ୍ଷୁଣ୍ଣ ରହିଥିଲେ ମଧ୍ୟ ମାନସିକ ଅସ୍ଥିରତା ବ୍ୟସ୍ତତା ବୃଦ୍ଧି କରିବ । କୌଣସି ବନ୍ଧୁଙ୍କ ନିକଟରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ଅପରାହ୍ନରେ ପାଇବେ । ନିଜ ଲୋକମାନଙ୍କ ଉପରେ ଭରସା କରି ପରିଶେଷରେ ମୁଣ୍ଡରେ ହାତଦେଇ ବସିବାକୁ ପଡିପାରେ ।
କୁମ୍ଭ
କୁମ୍ଭ
ଚତୁର୍ଥକେନ୍ଦ୍ରସ୍ଥ ଶୁକ୍ର ପ୍ରଭାବରେ ପାରସ୍ପରିକ ସହମତି ମଧ୍ୟରେ ପରିବାରରେ ସୁଖ ଶାନ୍ତି ଫେରି ଆସିବ । ଭଲ ସମ୍ପର୍କ ରଖୁ ନ ଥିବା ବ୍ୟକ୍ତିମାନଙ୍କ ନିକଟରୁ ଆଜି ଯଥା ସମ୍ଭବ ଦୂରେଇ ରହିବା ଭଲ । ଅଯଥା ବିରକ୍ତି ପ୍ରକାଶ ନ କରି ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରନ୍ତୁ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ।
ମୀନମୀନ
କର୍ମକ୍ଷେତ୍ରର କୌଣସି ନିକଟତମ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri