Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ
ପାପଯୁକ୍ତ ଚନ୍ଦ୍ର ଓ ଦୁର୍ବଳ ମଙ୍ଗଳ ହେତୁ ମାନସିକ ସ୍ଥିତି ଦୁର୍ବଳ ରହିବା କାରଣରୁ ମନ ଭଲ ରହିବ ନାହିଁ। ପରିବହନରେ ଝଗଡା, ଯାନବାହନରେ ସମସ୍ୟା ଦେଖାଦେଇପାରେ। ଇଚ୍ଛା ନ ଥାଇ ମଧ୍ୟ କେତେକ ପରିସ୍ଥିତିରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ।
ବୃଷ
ବୃଷ
ଗୁରୁଦୃଷ୍ଟ ବୁଧ ଓ ଶୁକ୍ର ଯୋଗୁ ଅକାଟ୍ୟ ଯୁକ୍ତି ବଳରେ ସମସ୍ୟାର ସମାଧାନ କରିବେ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। ଧନସ୍ଥାନସ୍ଥ ପାପଗ୍ରହଙ୍କ କୁପ୍ରଭାବରୁ ଆର୍ଥିକ ସ୍ଥିତିରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ କର୍ମକ୍ଷେତ୍ର ମଧ୍ୟ ସମସ୍ୟାବହୁଳ ରହିବାର ସୂଚନା ରହିଛି।
ମିଥୁନ
ମିଥୁନ
ବିଭିନ୍ନ ପ୍ରକାରର କାର୍ଯ୍ୟବ୍ୟସ୍ତତା କାରଣରୁ ଅଥବା ଅନିଦ୍ରାଜନିତ ଶାରୀରିକ ଓ ମାନସିକ ସ୍ଥିତି ଭଲ ରହି ନ ପାରେ। ଅନୁକୂଳଗ୍ରହ ସମ୍ବନ୍ଧଜନିତ ବନ୍ଧୁଙ୍କ ସାହାଯ୍ୟ ହେତୁ ଆର୍ଥିକ ପରିସ୍ଥିତିରେ ଉନ୍ନତି ଘଟିବ। ରାଜନୀତି ପ୍ରତି ମନ ବଳିପାରେ। ଗୃହ, ଭୂମି, ଗାଡିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିଲେ ମଧ୍ୟ ସମାଧାନର ଆଶା ରହିଛି।
କର୍କଟ
କର୍କଟ
କଠିନ ପରିଶ୍ରମ ହେତୁ ସାମୟିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଗତକାଲିର ଯୋଜନା ବଦଳାଇବା ପାଇଁ କଷ୍ଟ ସ୍ବୀକାର କରିବାକୁ ପଡିବ। ଆର୍ଥିକ ସମସ୍ୟା, ଯାନବାହନ, ନିର୍ମାଣ କାମ, ସଭା ସମିତିରେ ବାଧା ଉପୁଜିପାରେ। ଦୀର୍ଘଦିନ ହେଲା ଦେଖି ନ ଥିବା ବନ୍ଧୁଙ୍କ ସହ ଦେଖା କରିବାର ସୁଯୋଗ ଲାଭକରି ଖୁସିହେବେ।
ସି˚ହ
ସି˚ହ
ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ଅସ୍ଥିରତା କାରଣରୁ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଅବହେଳା କରିପାରନ୍ତି। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହୋଇପାରନ୍ତି। ଇଣ୍ଟରଭ୍ୟୁ, ପାରିବାରିକ ସ୍ଥିତି, ବ୍ୟବସାୟ ଓ ପରିବହନ ସମ୍ବନ୍ଧୀୟ କାର୍ଯ୍ୟରେ ସୁଫଳ ପାଇପାରନ୍ତି।
କନ୍ୟା
ଆଶା କରୁଥିବା ଦିଗରୁ ଅଚାନକ ଭାବରେ ଶୁଭ ଖବର ଶୁଣି ଖୁସି ହେବେ। ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେବାର ଆଶଙ୍କା ରହିଛ। ପୂର୍ବରୁ ପରଖି ନେଇ ନ ଥିଲେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। ଅବଶ୍ୟ କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ।
ତୁଳା
ତୁଳା
ସକାଳୁ ସକାଳୁ ଶୁଭ ଖବର ପାଇ ମନ ଏକ ପ୍ରକାର ଖୁସି ହୋଇଯିବ। ଗୁରୁଜନମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ଅର୍ଥ ଲାଭରୁ ଖୁସି ରହିବେ। ଘର ସାହସଜ୍ଜା କମ୍ବା ମରାମତି କାମରେ ସମୟ ଅତିବାହିତ କରିପାରନ୍ତି। ପାରିବାରିକ ସମସ୍ୟାର ସରଳ ସମାଧାନ କରିବାର ପାଖ ପଡୋଶୀ ଓ ବନ୍ଧୁମାନଙ୍କ ଉପକାରକୁ ଭୁଲି ପାରିବେ ନାହିଁ।
ବିଛା
ବିଛା
ଆଜିର ଯାତ୍ରାରେ ଅଜଣା ଅଶୁଣା ବ୍ୟକ୍ତି ପ୍ରତି ସତର୍କ ରୁହନ୍ତୁ। ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ କିନ୍ତୁ କାମବେଳକୁ ଆଶାନୁରୂପ ମିଳି ନ ପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଅଭିଳଷିତ କାମ ହାସଲ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଛୋଟ ମୋଟ ସମସ୍ୟାକୁ ନେଇ ବ୍ୟସ୍ତତା ବଢିପାରେ।
ଧନୁ
ଧନୁ
ପରିବାରର ଖର୍ଚ୍ଚ ପରିମାଣ ବଢିଯିବା କାରଣରୁ ମାନସିକ ସ୍ଥିତି ବିଗିଡି ଯାଇପାରେ। ଅତି ନିଜର ଲୋକଟି ଅନ୍ୟଦ୍ୱାରା ପ୍ରଭାବିତ ହୋଇ ସେହି ବ୍ୟକ୍ତି ସହ ଯୋଗ ନ କରିପାରେ। ବିବାଦୀୟ ପରିସ୍ଥିତି କିମ୍ବା ପରିବହନରେ ଆକସ୍ମିକ ସମସ୍ୟାର ସମାଧାନ ହୋଇଯିବ। ମନୋରଞ୍ଜନ କାର୍ଯ୍ୟରେ ଅଂଶ ଗ୍ରହଣ କରି ପାରନ୍ତି।
ମକର
ମକର
ଆଜି ସକାଳୁ ସକାଳୁ କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ। ବନ୍ଧୁଙ୍କ ରୁଗ୍‌ଣ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ଥି ଲାଭ କରିବେ। ଆବଶ୍ୟକତା କ୍ରମଶଃ ବୃଦ୍ଧି ପାଉଥିବାରୁ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡିପାରେ। ଉଚ୍ଚବର୍ଗଙ୍କ ସହାୟତା ପାଇବା ସହ କର୍ମକ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ର, ପରିବାର, ଯାନ ବାହାନ, ବନ୍ଧୁ ସମ୍ପର୍କକୁ ଦୃଢୀଭୂତ କରିବ। ବିନା ଆହ୍ବାନରେ ଅନ୍ୟମାନଙ୍କ ସକାଶେ ଭଲ କାମ କରିବାକୁ ଯାଇ ଅପଦସ୍ତ ହୋଇପାରନ୍ତି। ବାତବ୍ୟାଧି ଜନିତ ହାତ ପାଦ କିମ୍ବା ଆଣ୍ଠୁଗଣ୍ଠିରେ ଦରଜ ଜନିତ ପୀଡ଼ା ଲାଗିପାରେ। କୌଣସି ନୂଆ ଜାଗାକୁ ଯିବାକୁ ମନସ୍ଥ କରି ବାଟରୁ ଫେରି ଅସିବାକୁ ପଡିପାରେ।
ମୀନମୀନ
ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବିବାଦ ବୃଦ୍ଧିର ଆଶଙ୍କା ରହିଛି। ଅବଶ୍ୟ ବନ୍ଧୁଙ୍କ ଠାରୁ ଅଯାତିତ ଭାବେ ସହାୟତା ପାଇ ସମସ୍ୟାକୁ ସମାଧାନ କରିପାରିବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ। ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିଲେ ମଧ୍ୟ ନିୟନ୍ତ୍ରଣ ବାହାରକୁ ଯିବନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri