Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୫ ତାରିଖ – Daily Horoscope

ମେଷ
ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ, ଫଳରେ ପାଇବାକୁ ଥିବା ଜିନିଷଟି ନ ପାଇ ନିରାଶ ହୋଇପାରନ୍ତି। ପରିବାରରେ ଶାନ୍ତି ଫେରି ଆସିବା ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। କଚେରି ମାମଲାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବୃଷ
ବୃଷ
କୌଣସି କାମ କରିବା ପାଇଁ ଇଛା ହେବନାହିଁ। ହାତରେ ଗୁରୁ ଦାୟିତ୍ୱ ଥିଲେ ମଧ୍ୟ ଅପୂର୍ଣ୍ଣତା ହେତୁ ବ୍ୟସ୍ତତା ବଢିଯିବ। ସାହିତ୍ୟ, ସାମ୍ବାଦିକତା, ରାଜନୀତି, କଳା, କ୍ରୀଡା, ସଙ୍ଗୀତକ୍ଷେତ୍ର ମନ୍ଦ ହେବନି। ଅପବ୍ୟୟ, ଅତୀତ ଚିନ୍ତା, କାର୍ଯ୍ୟହାନୀ, ବ୍ୟବସାୟିକ ବିଫଳତା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ। କୈାଣସି କ୍ଷେତ୍ରରେ ପ୍ରତିବାଦ କଲେ ଟେନ୍ସନ୍‌କୁ ନିମନ୍ତ୍ରଣ କରିବେ।
ମିଥୁନ
ମିଥୁନ
ବନ୍ଧୁଙ୍କ ସହାୟତାରେ ଆଜି ଦିନଟିରେ ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଅଘାତ ଦେଇପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ସକାଳୁ ସକାଳୁ କିଛି ଅପେକ୍ଷା କରି ରହିଥିବା ଖବର ପାଇ ସାମୟିକ ଖୁସୀ ହୋଇଯିବେ।
କର୍କଟ
କର୍କଟ
ପରିଶ୍ରମ ମୁତାବକ ପାରିଶ୍ରମିକ ପାଇବା କଷ୍ଟକର ହୋଇପାରେ। ପୂର୍ବେ ଯେଉଁମାନଙ୍କ ସହ ସମ୍ପର୍କ ଭଲଥିଲା ବର୍ତମାନ ସେମାନେ ଦୂରେଇ ରହିବେ। ବନ୍ଧୁମାନେ ଫାଇଦା ହାସଲ ପାଇଁ ଚେଷ୍ଟା କରିପାରନ୍ତି। ପରିବହନ, ପ୍ରଶାସନ, ଜମିଜମା, ଗୃହନିର୍ମାଣ, କଳା, କ୍ରୀଡାରୁ ସମ୍ମାନ ଓ ପ୍ରଶଂସା ଉଣା ହେବନାହିଁ।
ସି˚ହ
ସି˚ହ
ପରିବାରରେ ସ୍ତ୍ରୀ ଏବଂ ବାଣିଜ୍ୟ, ବ୍ୟବସାୟରେ ସମସ୍ୟା ସୃଷ୍ଟି ହୋଇପାରେ। ପରୋକ୍ଷ ଶତ୍ରୁତା କାରଣରୁ ବନ୍ଧୁମାନେ ଅସହଯୋଗ ମନୋଭାବ ପୋଷଣ କରିବେ। ସହକର୍ମୀଙ୍କ ମଧ୍ୟସ୍ଥତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପୈତୃକ ସମ୍ପତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବ। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବାକୁ ବାଧ୍ୟ ହେବେ।
କନ୍ୟା
ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କାମରେ ଯାତ୍ରା ପାଇଁ ଅନୁକୂଳ। ପାରିବାରିିକ ପ୍ରତିରୋଧ ହେତୁ ଅଟକି ରହିଥିବା କାମ ଗୁଡିକୁ ଆଜି ପୂର୍ଣ୍ଣାଙ୍ଗ କରିପାରିବେ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବାରୁ ସାମିକ ମନ ଖୁସୀ ରହିବ। ବନ୍ଧୁଙ୍କ ହସ୍ତକ୍ଷେପ ଦ୍ୱରା କଳା, ସଙ୍ଗୀତ, ଚଳଚ୍ଚିତ୍ର, ଆନୁଷ୍ଠାନିକ ଓ ପ୍ରଶାସନିକ ସ୍ତରର ସମସ୍ୟା ସମାଧାନ ହୋଇପାରିବ।
ତୁଳା
ତୁଳା
ପରିବାର ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଶଂରେ ଭଲ ରହିବ। ଅର୍ଥ ଲାଭ, ଶାରିରୀକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି ରହିବ। ପଦସ୍ଥବ୍ୟଚ୍ଛିଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ଶିଳ୍ପ,ବାଣିଜ୍ୟ ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବିଛା
ବିଛା
ଆନୁଷ୍ଠାନିକ କାମରେ ବନ୍ଧୁମିଳନ ଜନିତ ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ କିନ୍ତୁ ସମ୍ପୂର୍ଣ୍ଣ ଭାବରେ ହୁଏତ ହୋଇ ନ ପାରେ । ଅଧ୍ୟୟନ, ଅଧ୍ୟାପନା ସଙ୍ଗକୁ ଜଳ, ତୈଳ, ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ। ରାଜନୀତିରେ, କର୍ମକ୍ଷେତ୍ରରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବେ।
ଧନୁ
ଧନୁ
ଅର୍ଥଲାଭ,ସଦ୍‌ଭାବନା ସହ ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କେତେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ। ପ୍ରଶାସନ,ଏଜେନ୍ସିପ୍‌, ଶିଳ୍ପ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ। ସଭାସମିତିରେ ବନ୍ଧୁମାନଙ୍କର କଟୁକ୍ତି ଶୁଣି ମନ ଦୁଃଖ କରିପାରନ୍ତି।
ମକର
ମକର
ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ। ବନ୍ଧୁଙ୍କ ଦ୍ୱାରା ନିମନ୍ତ୍ରିତ ହୋଇ ହଠାତ୍‌ ଯାତ୍ରା କରିବାକୁ ପଡିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବଦାନ୍ୟତାରୁ କାର୍ଯ୍ୟ ସାଧନ କରି ପ୍ରଶଂସିତ ହେବେ। ଆଲୋଚନାର ଶେଷ ପର୍ଯ୍ୟାୟରେ ସାଧାରଣ କଥାରେ ବନ୍ଧୁ କ୍ଷୁବ୍ଧ ହୋଇ ପାରନ୍ତି।
କୁମ୍ଭ
କୁମ୍ଭ
ଆର୍ଥିକ ଅନଟନ କାମକୁ ସ୍ଥଗିତ ରଖିବାର ବହୁତ ସମ୍ବାବନା ରହିଛି। ପ୍ରତ୍ୟେକ କ୍ଷେତ୍ରରେ ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। କିନ୍ତୁ ଆପଣ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ। ପାରିବାରିକ ସ୍ଥିତି ପୂର୍ବପରି ରହିବ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳନ୍ତୁ, ନତୁବା ଝାମେଲା ବଢି ଯାଇପାରେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ତାହାକୁ ଓଲଟା ବୁଝତ୍ବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଦୁଃଶ୍ଚିନ୍ତାର କାରଣ ହୋଇପାରେ। ବ୍ୟବସାୟରେ ସଫଳତା ହାସଲ କରିପାରିବେ। ଯାତ୍ରା ସମୟରେ ଯାନ ବାହାନରେ ସତର୍କ ରୁହନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଫେବୃଆରୀ ୧୯ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ ନାହିଁ। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ…

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri