Posted inRasifala

ରାଶିଫଳ: ବୁଧବାର, ମେ ୨୨ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବାରେ କୌଣସି ଅସୁବିଧା ରହିବ ନାହିଁ ା ଅଫିସ୍‌ କାମରେ ଏପରି କି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ ା ଧନସ୍ଥାନସ୍ଥ ପାପଗ୍ରହାଦି ଅର୍ଥସଂକଟ ସୃଷ୍ଟି କରିପାରନ୍ତି। ମହିଳାମାନଙ୍କ ମାନସିକ ସ୍ଥିତି ଭଲ ରହିବ ନାହିଁ।
ବୃଷ
ବୃଷ

ଶ୍ରୁତିରୋଚକ କଥା କହି ବନ୍ଧୁମାନଙ୍କ ପ୍ରିୟଭାଜନ ହେବେ। କର୍ମକ୍ଷେତ୍ରସ୍ଥ ବିଭିନ୍ନ ବିଷୟରେ ଚିନ୍ତା କରିବା କାରଣରୁ ଟେନ୍ସନ ଲାଗି ରହିବ ା ଆକସ୍ମିକ ଆବଶ୍ୟକତା ଖର୍ଚ୍ଚ ପରିମାଣକୁ ବୃଦ୍ଧି କରିବ। ଆଲୋଚନା ପରିସରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ ା ମହିଳାମାନଙ୍କର ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ ।

ମିଥୁନ
ମିଥୁନ

ସାମୟିକ ଶାରୀରିକ ଅସୁସ୍ଥତା ପୂର୍ବାହ୍ନ ସମୟଟିକୁ ନିରୁତ୍ସାହିତ କରିବ। ବିବାଦୀୟ ପରିସ୍ଥିତିରେ, କର୍ମକ୍ଷେତ୍ରରେ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅନ୍ୟମନସ୍କ ନ ହୋଇ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ସାମୂହିକ କାର୍ଯ୍ୟରେ ନିଜକୁ ସାମିଲ୍‌ କରି ପରିବାର ପାଇଁ ସମୟ ଦେଇପାରିବେ ନାହିଁ।

କର୍କଟ
କର୍କଟ
ଆଜି ମାଙ୍ଗଳିକ କାମ ସକାଶେ ଏହିପରି କର୍ମ ମୁଖର ରହିବେ ଯେ-ଦିନଟି ଶୀଘ୍ର ଶେଷ ହୋଇଯିବା ଭଳି ଅନୁଭବ କରିବେ। ଆର୍ଥିକ କ୍ଷେତ୍ରରେ ଯଦି ସମସ୍ୟା ରହିଥାଏ ତାହାର ପୂର୍ଣ୍ଣଚ୍ଛେଦ ଅପରାହ୍ନରେ ପଡିଯିବ। କିନ୍ତୁ ଅଫିସିଆଲି କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି।
ସି˚ହ
ସି˚ହ
ପଛ କଥାକୁ ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଫାଇଦା ଉଠାଇବାରେ ଅସୁବିଧା ରହିବ ନାହିଁ। ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ। ଅନ୍ୟମାନଙ୍କ ସକାଶେ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ସେମାନଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହୋଇପାରେ।
କନ୍ୟା
ପାରିବାରିକ କ୍ଷେତ୍ରରେ ନିଜ ଲୋକମାନଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିବେ ା ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ। କିନ୍ତୁ ବ୍ୟବସାୟ, ବାଣିଜ୍ୟ, ଗାଡି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି। କୌଣସି ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ନିର୍ବାହ କରିବାକୁ ପଡିପାରେ।
ତୁଳା
ତୁଳା
କାର୍ଯ୍ୟବ୍ୟସ୍ତତା ବୃଦ୍ଧି ପାଇବା ହେତୁ ମନ ଅସ୍ଥିର ରହିବ। ଏକାଧିକ ସମସ୍ୟାର ସମ୍ମୁଖୀନ ହୋଇ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ମହିଳାମାନେ ଘର ପାଇଁ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି।
ବିଛା
ବିଛା
ଆଜି ସକାଳୁ ସକାଳୁ ବନ୍ଧୁମିଳନ ଓ ଧାର୍ମିକ କାର୍ଯ୍ୟରେ ମନ ଉଲ୍ଲସିତ ରହିବ। ବାଚାଳତା ପରିହାର କରି ଅନଧିକାର ଚର୍ଚ୍ଚା କରିବା ଠିକ୍‌ ହେବ ନାହିଁ । ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ସ୍ଥାନ, କାଳ, ପାତ୍ରକୁ ଗୁରୁତ୍ୱ ଦେବା ଭଲ। କ୍ରୀଡା, କଳା ,ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ, କିନ୍ତୁ କିଛି ଅସୁବିଧା ହେବନି।
ଧନୁ
ଧନୁ

ପୂର୍ବ ସମସ୍ୟା ସମାଧାନ ହୋଇଯାଇଥିବା କାରଣରୁ ମନ ଏକପ୍ରକାର ଭଲ ରହିବ ା ନିଜ ଲୋକମାନଙ୍କ ଗହଣରେ ଦକ୍ଷତାର ସହ କାମ କରି ପ୍ରଶଂସିତ ହେବେ। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା କ୍ଷେତ୍ରରେ ସୁଫଳ ପାଇବେ। ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇପାରନ୍ତି। ମହିଳାମାନେ ଅର୍ଥ ଲାଭରୁ ଖୁସୀ ରହିବେ ା

ମକର
ମକର
ଆଜି ଦିନଟିରେ ଯାହା କରିବା ସକାଶେ ମନସ୍ଥ କରିଛନ୍ତି ଅବଶ୍ୟ ବିନା ପ୍ରତିବନ୍ଧକରେ ତାହା ସମ୍ପନ୍ନ କରିବାରେ ସମର୍ଥ ହୋଇପାରିବେ। ସାୟାହ୍ନରେ କାୈଣସି ଶୁଭଖବର ପାଇ ମନ ବହୁତ ଖୁସୀ ହୋଇଯିବ। ଶିଳ୍ପ,ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିପାରନ୍ତି,ଏଣୁ ସତର୍କ ରହିବା ଭଲ।
କୁମ୍ଭ
କୁମ୍ଭ
ଆଜି ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ବ୍ୟବସାୟକ୍ଷେତ୍ରରେ ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଶିଳ୍ପ,ବାଣିଜ୍ୟ ଓ ପରିବହନ କ୍ଷେତ୍ରରୁ ଲାଭବାନ୍‌ ହେବେ। ଜମିଜମା ସମସ୍ୟା, ମାଲିମକଦ୍ଦମା, ଆନୁଷ୍ଠାନିକ କାମରେ ବ୍ୟସ୍ତତା ବୃଦ୍ଧି ପାଇବ।
ମୀନମୀନ
ସମସ୍ୟା ରହିଥିଲେ ମଧ୍ୟ ସମାଧାନ ଦିଗରେ ଉଦ୍ୟମର ଅଭାବ ପରିଲକ୍ଷିତ ହେବ। ପ୍ରତ୍ୟେକ କ୍ଷେତ୍ରରେ ନୀରବ ନ ରହି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ, ଅବଶ୍ୟ ଉପକୃତ ହେବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସାଙ୍ଗଠନିକ କ୍ଷେତ୍ରରୁ ସୁଫଳ ପ୍ରାପ୍ତି ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

ରାଶିଫଳ: ବୁଧବାର, ଫେବୃଆରୀ ୪ ତାରିଖ – Daily Horoscope

ମେଷ ଚତୁଃଗ୍ରହ କର୍ମସ୍ଥାନରେ କାର୍ଯ୍ୟସିଦ୍ଧି, ଅର୍ଥ ଓ ସମ୍ମାନ ଲାଭ କରାଇବେ। କିନ୍ତୁ ନିକିତି ତଉଲ ପରି ପାରିବାରିକ ଜୀବନର ପଲା ନିମ୍ନାଭିମୁଖୀ ହେତୁ ମନାନ୍ତର ଓ…

ରାଶିଫଳ: ମଙ୍ଗଳବାର , ଫେବୃଆରୀ ୩ ତାରିଖ – Daily Horoscope

ମେଷ କେତୁଯୁକ୍ତ ଚନ୍ଦ୍ର କୋଣଭାବସ୍ଥ ଯୋଗୁ କର୍ମକ୍ଷେତ୍ରରେ ଟେନ୍‍ସନ ଲାଗି ରହିବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା…

ରାଶିଫଳ: ସୋମବାର , ଫେବୃଆରୀ ୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଦ୍ୱିଜା ନକ୍ଷତ୍ର ସମସ୍ତ ସମସ୍ୟାକୁ ପ୍ରତିହତ କରିବାରେ ସମର୍ଥ ହେବେ। ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ଯାନବାହନ, ହୋଟେଲଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ…

ରାଶିଫଳ: ରବିବାର, ଫେବୃଆରୀ ୧ ତାରିଖ – Daily Horoscope

ମେଷ ଆଜି ପୁଷ୍ୟା ନକ୍ଷତ୍ରରେ ଚନ୍ଦ୍ର ପରିବାର ଓ କର୍ମକ୍ଷେତ୍ରର ସ୍ଥିତିକୁ କେନ୍ଦ୍ର କରି ଭାବପ୍ରବଣ କରାଇବ। ସାମାଜିକ ସ୍ତରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ…

ରାଶିଫଳ: ଶନିବାର, ଜାନୁଆରୀ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହଚକ୍ରର ଅନୁକୂଳତା କର୍ମକ୍ଷେତ୍ର, ପାରିବାରିକ ଏବଂ ସାମାଜିକ ଦିଗକୁ ଋଦ୍ଧିମନ୍ତ କରିବ। ଶିଳ୍ପ, ନିର୍ମାଣ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ। ଆନୁଷ୍ଠାନିକ କାମରେ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri