Posted inRasifala

ରାଶିଫଳ: ମଙ୍ଗଳବାର, ମେ ୫ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କର ସ୍ବାସ୍ଥ୍ୟ ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ଅର୍ଥ,ସୁଖ ଓ ସମ୍ମାନର ଅଭାବ ରହିବ ନାହିଁ। କି ନ୍ତୁ କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫୟତ୍‌ ଦେବାକୁ ପଡିପାରେ।
ବୃଷ
ବୃଷ
ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ କୈାଣସି କାମ ଅଟକିବ ନାହିଁ। ପାରିବାରିକ ସ୍ଥିତିି ଭଲ ରହିବା ସହ ଅର୍ଥନୈତିକ ପ୍ରଗତି ସାମୁହିକ ଜୀବନଯାତ୍ରାକୁ ସୁଖମୟ କରିବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ଅତ୍ୟଧିକ କାର୍ଯ୍ୟବ୍ୟସ୍ତ ଯୋଗୁଁ ଖାଦ୍ୟବେପୟ ଠିକ୍‌ ରହିନପାରେ।
ମିଥୁନ
ମିଥୁନ
ପୂର୍ବର ସମସ୍ୟା ସମାଧାନ ହେବା କାରଣରୁ ମାନସିକ ଶା ନ୍ତି ପାଇବେ। ବହୁତ ଦିନରୁ ରହିଯାଇଥିବା ଅପୂର୍ଣ୍ଣ କାମକୁ ଆଜି ସଂନ୍ଧ୍ୟା ସୁଧା ସମ୍ପୂର୍ଣ୍ଣ କରିବେ। ସାମାଜିକ ସ୍ତରରେ ଆନୁଷ୍ଠାନିକ କିମ୍ବା ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ଅଫିସରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ।
କର୍କଟ
କର୍କଟ
ଆଶା ଓ ଆଶଙ୍କା ମଧ୍ୟରେ ସମୟ କଟଇବା ସଙ୍ଗକୁ ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ। ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ଆପଣ ପରିସ୍ଥିତିକୁ ସମ୍ଭାଳି ନେବେ। ପାରିଶ୍ରମିକ କମ ହେବ,ଯାହାକି ମନ ଦୁଃଖର କାରଣ ହୋଇପାରେ। ଆତ୍ମୀୟ ମାନେ ପ୍ରତ୍ୟେକ କ୍ଷେତ୍ର ସକାଶେ ସାହାଯ୍ୟର ପ୍ରତିଶୃତି ଦେବେ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରି ମାନସିକ ପରିସ୍ଥିତି ଭଲ ରହିନପାରେ। କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ। ଏହା ସଙ୍ଗକୁ ମାନସିକ ଅବସାଦ ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।
କନ୍ୟା
ଆଜି ଆପଣ ଯିବା ରାସ୍ଥାରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡିବେ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟ, ପ୍ରତିଦ୍ୱନ୍ଦିତା ,କଚେରୀ ମାମଲା ବିଷୟରେ ଚି ନ୍ତା କରିବାକୁ ପଡିପାରେ। ପାରିବାରିକ ସ୍ତରରେ ଅର୍ଥ ସମ୍ପର୍କୀୟ ଚିନ୍ତାରେ ଚିନ୍ତିତ ରହିବେ।
ତୁଳା
ତୁଳା
ଆଜି ଅର୍ଥ ଓ ସମ୍ମାନ ପାଇବେ ଏବଂ ଏହା ସଙ୍ଗକୁ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁଁ କର୍ମ ମୁଖର ହେବେ। ଦିନ ମଧ୍ୟରେ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ। ଅଫିସରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସୈାଜନ୍ୟରୁ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି।
ବିଛା
ବିଛା
ନିକଟ ସମ୍ପର୍କୀୟ ମାନଙ୍କୁ ନିଜ ସପକ୍ଷରେ ଆଣିବାରେ ସମର୍ଥ ହେବେ। ବାରମ୍ବାର ଚେଷ୍ଟାର ପରିଣାମ ସ୍ବରୂପ ଆଜି ସାମାନ୍ୟ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟସାଧିତ ହେବ। କିନ୍ତୁ ଭୁଲ୍‌ ବୁଝାମଣା ହେତୁ ଜ୍ୟେଷ୍ଠାର ପାରିବାରିକ କଳହ ଦେଖାଦେଇପାରେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କାରଣରୁ କ୍ଷୋଭ ପ୍ରକାଶ କରିପାରନ୍ତି।
ଧନୁ
ଧନୁ
ପରିସ୍ଥିତିର ମୁକାବିଲା କର ନ୍ତ,ଦେଖିବେ ସବୁ କିଛି ଠିକ୍‌ ହୋଇଯିବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି,ଏଣୁ ସାବଧାନ ରହିବା ଭଲ। ନିର୍ମାଣଧୀନ କାମ ଶେଷ ପର୍ଯ୍ୟାୟକୁ ଯିବାରେ କିଛି ଅସୁବିଧା ହେବ ନାହିଁ। ଜମିଜମା କାରବାରରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମକର
ମକର
ଆଜିର ଯାତ୍ରା,ବାଣିଜ୍ୟ,ତଥା ପାରିବାରିକ ଜୀବନକୁ ପ୍ରଭାବିତ କରିପାରେ। ନିଜ ଲୋକ ମାନଙ୍କ ଦ୍ୱାରା ସମସ୍ୟାଗ୍ରସ୍ଥ ହୋଇପାରନ୍ତି। ଅବଶ୍ୟ ବନ୍ଧୁ ମାନଙ୍କ ସହ ଆଲୋଚନା କରି ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ କୈାଣସି ଯୋଜନା କରିବେ। ନିଜର ଦୂରଦର୍ଶିତା ହେତୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟାଇବେ।
କୁମ୍ଭ
କୁମ୍ଭ
ହାତକୁ ନେଇଥିବା କାମ ଗୁଡିକ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବାରେ ପ୍ରତିବନ୍ଧକ ରହିବ ନାହିଁ। କି ନ୍ତୁ ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକା ନ୍ତ ରହିପାରେ। ଆତ୍ମୀୟ ମାନଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୈତୃକ ସମ୍ପତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।
ମୀନମୀନ
ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ଏକ ପ୍ରକାର ନିୟାନ୍ତ୍ରଣାଧୀନ ରହିବ। ପରିବାର ପାଇଁ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅନ୍ୟର ଉପକାର ଚିନ୍ତା କରିବେ କିନ୍ତୁ ନିଜ ପରିବାରରେ ଜିଦ୍‌ କରି କଷ୍ଟ ଭୋଗିବେ। କଳା, ସାହିତ୍ୟ, ସାମ୍ବାଦିକତା, ଆଲୋଚନା, ସତ୍‌ସଙ୍ଗ, ଆନୁଷ୍ଠାନିକ କ୍ଷେତ୍ରରୁ ସୁଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ଆଲୋଚନା କ୍ରମରେ ଘରର କେତେକ କାମକୁ କରିବା…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରି ଶାରୀରିକ ଓ ମାନସିକ ସୁସ୍ଥତା ଅକ୍ଷୁଣ୍ଣ ରଖିବେ । କର୍ମକ୍ଷେତ୍ରରେ ଅଗ୍ରଗତି କରିବେ, କିନ୍ତୁ କିଛିଟା ପ୍ରତିରୋଧର…

ରାଶିଫଳ: ସୋମବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପରାମର୍ଶରେ ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ। କୃତିକା ନକ୍ଷତ୍ର ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି…

ରାଶିଫଳ: ରବିବାର , ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ଅଭିଳଷିତ କାର୍ଯ୍ୟ ହାସଲ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri