Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ
ଆଜି ବିଭିନ୍ନ ପ୍ରକାର ଘଟଣା ପ୍ରବାହଜନିତ ମାନସିକ ଅସ୍ଥିରତା କାରଣରୁ ଲାଗି ରହିବ। ଅ-ନାମାକ୍ଷର ବ୍ୟକ୍ତି ପରୋକ୍ଷଭାବେ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା ଜାରି ରଖିଲେ ଉପକୃତ ହୋଇପାରିବେ। କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବା ସମ୍ଭାବନା ରହିଛି।
ବୃଷ
ବୃଷ
ରାଜନୈତିକ କ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ବ-ନାମାକ୍ଷର ବ୍ୟକ୍ତିମାନେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ। ଆଗାମୀ କାଲିର ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍‌ଦାର କରିପାରନ୍ତି। କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହୋଇପାରନ୍ତି।
ମିଥୁନ
ମିଥୁନ
ବନ୍ଧୁଙ୍କ ପରାମର୍ଶାନୁଯାୟୀ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ଘ-ନାମାକ୍ଷର ବ୍ୟକ୍ତି ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ କିମ୍ବା ପ୍ରଶାସନିକ ସ୍ତରରେ ଦକ୍ଷତାଭିତ୍ତିକ ପ୍ରଶଂସନୀୟ କାମ କରିବେ।
କର୍କଟ
କର୍କଟ
ପ୍ରତ୍ୟେକ ସ୍ତରରେ ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବା ଆଶଙ୍କା ଦେଖାଦେବ। ବ୍ୟବସାୟ,ପରିବହନ ,କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ। ପୁଷ୍ୟା ନକ୍ଷତ୍ରର ବୃଦ୍ଧ ପିତାମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।
ସି˚ହ
ସି˚ହ
ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ମ-ନାମାକ୍ଷର ବ୍ୟକ୍ତିମାନେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି। ବୁଦ୍ଧିଜୀବୀମାନଙ୍କ ଦ୍ୱାରା ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ।
କନ୍ୟା
ଆଜି ଆପଣ ଆତ୍ମୀୟସ୍ବଜନ କିମ୍ବା ପାଖ ପଡ଼ୋଶୀଙ୍କ ଠାରୁ ସହଯୋଗ ଲାଭକରି କାମଟିକୁ ପୂରା କରିପାରିବେ। ପ-ନାମାକ୍ଷର ବ୍ୟକ୍ତିଙ୍କ ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ।
ତୁଳା
ତୁଳା
ଏଣୁତେଣୁ ଗୁଡ଼ାଏ କଥା ମନରେ ସ୍ଥାନ ଦେବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ,ଏଣୁ ମନଟା ସାମୟିକ ଭାବରେ ଗୋଳମାଳିଆ ରହିବ। ସ୍ବାତୀ ନକ୍ଷତ୍ରର ପରିବାରରେ ସୁଖଶାନ୍ତି ସାଙ୍ଗକୁ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ।
ବିଛା
ବିଛା
ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ନ-ନାମାକ୍ଷର ବ୍ୟକ୍ତିମାନେ ମନୋରଞ୍ଜନ, ବନ୍ଧୁ ମିଳନ, ଆଲୋଚନା, ସମିତି କିମ୍ବା ଯାତ୍ରା ପାଇଁ ଆଗ୍ରହୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନ୍‌ସନ ବଢ଼ିପାରେ।
ଧନୁ
ଧନୁ
ଯୋଜନାକୁ କାର୍ଯ୍ୟକାରୀ କରିବା ବିଷୟରେ ବନ୍ଧୁଙ୍କ ସହ ଖୋଲାଖୋଲି ଆଲୋଚନା କରିବା ଭଲ ହେବ। ମୂଳା ନକ୍ଷତ୍ରର ବିବାଦୀୟ ଘଟଣା ସକାଶେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ। ଯାତ୍ରା ସମୟରେ କଥା ଦେଇଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ।
ମକର
ମକର
ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଶ୍ରବଣା ନକ୍ଷତ୍ର ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। ଶ-ନାମାକ୍ଷର ବ୍ୟକ୍ତିମାନେ କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।
ମୀନମୀନ
ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି ହୋଇପାରେ। ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ରେବତୀ ନକ୍ଷତ୍ରର ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବା ସୂଚନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?