Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜି ସକାଳୁ ସକାଳୁ ଆକସ୍ମିକ ଭାବରେ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି। ଅଫିସ୍‌ରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ।
ବୃଷ
ବୃଷ
ମାନସିକ ଅସ୍ଥିରତା ବୃଦ୍ଧି କରିବାରେ ନିଜର ବନ୍ଧୁମାନଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅନ୍ୟ କାରଣ ହୋଇପାରେ। ସନ୍ତାନମାନଙ୍କ ସମସ୍ୟା ସମାଧାନର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋରଦାର କରି ପାରନ୍ତି।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ପ୍ରିୟଜନ ମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ। ସାଂଗଠନିକ ସ୍ତରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଉପସ୍ଥିତ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ। ବ୍ୟବସାୟ,ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ବନ୍ଧୁ ସାହାଯ୍ୟ କରିବେ। ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ। ନିଜର ଚତୁଃପାର୍ଶ୍ୱରେ ପ୍ରତିକୁଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ଯେତେ ପ୍ରକାରର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନଙ୍କୁ ତାହା ସାଧାରଣ ମନେ ହେବ ଫଳରେ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ସଭାସମିତିରେ, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମହାଜନୀ ଋଣ ପରିଶୋଧ କରିବା ସକାଶେ ବ୍ୟସ୍ତ ରହିପାରନ୍ତି।
କନ୍ୟା
ଆଜି ସାମାଜିକ ସ୍ତରରେ ଜନମଙ୍ଗଳ କାଯର୍‌ୟରେ ନିଜକୁ ନିୟୋଜିତ କରିପାରନ୍ତି। ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ପରିବାରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ଚିନ୍ତିତ ହେବେ। ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବା ସହ ଆର୍ଥିକ ସ୍ଥିତି କ୍ରମଶଃ ନିମ୍ନାଭିମୁଖୀ ହେବ।
ତୁଳା
ତୁଳା
କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ,ନତୁବା ଅଯଥା କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ପରିବାରରେ ସୁଖ ଶାନ୍ତି ରାଜୁତି କରିବ। ବ୍ୟବସାୟ ଓ ପରିବହନରେ,କଳା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ।
ବିଛା
ବିଛା
ଆଜିର ଯାତ୍ରା ସମୟରେ, ବନ୍ଧୁ ମିଳନରେ, ସଭା ସମିତିରେ, ଆଗ୍ରହୀ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନସନ୍‌ ବଢିପାରେ। ପାରିବାରିକ ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗର ଅଭାବ ରହିବ ନାହିଁ। ନିଜରଭଳି ମନେ ହେଉଥିବା କେତେକ ଲୋକ ଆପଣଙ୍କ ପାଇଁ ଅପପ୍ରଚାର ଚଳାଇ ପାରନ୍ତି।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। କୌଶଳ ପ୍ରୟୋଗ କରି, ବନ୍ଧୁମାନଙ୍କୁ ମନାଇ,ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ। ଭାବିଚିନ୍ତି କାମ କରନ୍ତୁ, ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବ। ଆଜି ହଠାତ୍‌ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି।
ମକର
ମକର
ଅଭାବ ଲାଗି ରହିଥିଲେ ମଧ୍ୟ ଧାର କରଜ କରି କାମ ତୁଲାଇ ନେବେ। ଈର୍ଷାପରାୟଣ ମନୋଭାବ ନେଇ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ। ଯାନ ବାହାନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ। ପରିବାରରେ ମତ ପାର୍ଥକ୍ୟ କାରଣରୁ ଅଶାନ୍ତି ଉପୁଜିବ।
କୁମ୍ଭ
କୁମ୍ଭ
ଆପଣଙ୍କ କାମ ହାସଲରେ ବନ୍ଧୁଙ୍କ ବାଚନିକ ସାହାଯ୍ୟ ସାମାନ୍ୟ ସହାୟକ ହୋଇପାରେ। ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସନ୍ତୁ ନାହିଁ। ଶିଳ୍ପ,ବାଣିଜ୍ୟ, ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। ଜମିଜମା କାରବାରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
ସକାଳୁ ସକାଳୁ ଶୁଭ ଖବର ପାଇ ମନଟା ଖୁସୀ ହୋଇଯିବ। ନିଜ ଲୋକମାନଙ୍କ ଚାଲି ଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରି ପାରନ୍ତି। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri