Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜି ସକାଳୁ ସକାଳୁ ଆକସ୍ମିକ ଭାବରେ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି। ଅଫିସ୍‌ରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ।
ବୃଷ
ବୃଷ
ମାନସିକ ଅସ୍ଥିରତା ବୃଦ୍ଧି କରିବାରେ ନିଜର ବନ୍ଧୁମାନଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅନ୍ୟ କାରଣ ହୋଇପାରେ। ସନ୍ତାନମାନଙ୍କ ସମସ୍ୟା ସମାଧାନର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋରଦାର କରି ପାରନ୍ତି।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ପ୍ରିୟଜନ ମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ। ସାଂଗଠନିକ ସ୍ତରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଉପସ୍ଥିତ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ। ବ୍ୟବସାୟ,ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ବନ୍ଧୁ ସାହାଯ୍ୟ କରିବେ। ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ। ନିଜର ଚତୁଃପାର୍ଶ୍ୱରେ ପ୍ରତିକୁଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ଯେତେ ପ୍ରକାରର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନଙ୍କୁ ତାହା ସାଧାରଣ ମନେ ହେବ ଫଳରେ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ସଭାସମିତିରେ, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମହାଜନୀ ଋଣ ପରିଶୋଧ କରିବା ସକାଶେ ବ୍ୟସ୍ତ ରହିପାରନ୍ତି।
କନ୍ୟା
ଆଜି ସାମାଜିକ ସ୍ତରରେ ଜନମଙ୍ଗଳ କାଯର୍‌ୟରେ ନିଜକୁ ନିୟୋଜିତ କରିପାରନ୍ତି। ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ପରିବାରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ଚିନ୍ତିତ ହେବେ। ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବା ସହ ଆର୍ଥିକ ସ୍ଥିତି କ୍ରମଶଃ ନିମ୍ନାଭିମୁଖୀ ହେବ।
ତୁଳା
ତୁଳା
କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ,ନତୁବା ଅଯଥା କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ପରିବାରରେ ସୁଖ ଶାନ୍ତି ରାଜୁତି କରିବ। ବ୍ୟବସାୟ ଓ ପରିବହନରେ,କଳା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ।
ବିଛା
ବିଛା
ଆଜିର ଯାତ୍ରା ସମୟରେ, ବନ୍ଧୁ ମିଳନରେ, ସଭା ସମିତିରେ, ଆଗ୍ରହୀ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନସନ୍‌ ବଢିପାରେ। ପାରିବାରିକ ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗର ଅଭାବ ରହିବ ନାହିଁ। ନିଜରଭଳି ମନେ ହେଉଥିବା କେତେକ ଲୋକ ଆପଣଙ୍କ ପାଇଁ ଅପପ୍ରଚାର ଚଳାଇ ପାରନ୍ତି।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। କୌଶଳ ପ୍ରୟୋଗ କରି, ବନ୍ଧୁମାନଙ୍କୁ ମନାଇ,ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ। ଭାବିଚିନ୍ତି କାମ କରନ୍ତୁ, ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବ। ଆଜି ହଠାତ୍‌ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି।
ମକର
ମକର
ଅଭାବ ଲାଗି ରହିଥିଲେ ମଧ୍ୟ ଧାର କରଜ କରି କାମ ତୁଲାଇ ନେବେ। ଈର୍ଷାପରାୟଣ ମନୋଭାବ ନେଇ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ। ଯାନ ବାହାନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ। ପରିବାରରେ ମତ ପାର୍ଥକ୍ୟ କାରଣରୁ ଅଶାନ୍ତି ଉପୁଜିବ।
କୁମ୍ଭ
କୁମ୍ଭ
ଆପଣଙ୍କ କାମ ହାସଲରେ ବନ୍ଧୁଙ୍କ ବାଚନିକ ସାହାଯ୍ୟ ସାମାନ୍ୟ ସହାୟକ ହୋଇପାରେ। ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସନ୍ତୁ ନାହିଁ। ଶିଳ୍ପ,ବାଣିଜ୍ୟ, ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। ଜମିଜମା କାରବାରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
ସକାଳୁ ସକାଳୁ ଶୁଭ ଖବର ପାଇ ମନଟା ଖୁସୀ ହୋଇଯିବ। ନିଜ ଲୋକମାନଙ୍କ ଚାଲି ଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରି ପାରନ୍ତି। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri