Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ
ଆଜି ଚତୁର୍ଥାଧିପ ଚନ୍ଦ୍ର ସପ୍ତମଭାବସ୍ଥ ଯୋଗୁ ପରିଜନଙ୍କ ସହ ଯାତ୍ରା, ବନ୍ଧୁମିଳନ ସଙ୍ଗକୁ ନୂତନ ବସ୍ତ୍ରଭୂଷଣାଦି ପରିଧାନ କରିବେ। ଅର୍ଥ ସମ୍ବନ୍ଧୀୟ ଆଲୋଚନା ସହ ବାଣିଜ୍ୟ, ବ୍ୟବସାୟ ଓ ପ୍ରତିଦ୍ୱନ୍ଦ୍ୱିତାରୁ ସଫଳତା ପ୍ରାପ୍ତ ହେବେ। ରୋଗୀର ଆରୋଗ୍ୟ ସକାଶେ, ଋଣ ପରିଶୋଧ ପାଇଁ ମାନସିକ ସ୍ତରରେ ବ୍ୟଗ୍ରତା ପ୍ରକାଶ ପାଇବ।
ବୃଷ
ବୃଷ
ମୁଖଭାବସ୍ଥ ରାହୁ ପ୍ରଭାବରୁ ଯୁକ୍ତିତର୍କକୁ କେନ୍ଦ୍ରକରି ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ। ଆକସ୍ମିକ ଖର୍ଚ୍ଚଭାର ବୃଦ୍ଧି କାରଣରୁ ମନରେ ସରସତା ରହିବ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ କେହି ଜଣେ ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି। ସାମାଜିକ ସ୍ତରରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ।
ମିଥୁନ
ମିଥୁନ
କୋଣଭାବସ୍ଥ ଚନ୍ଦ୍ର ନୂତନ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହୋଇପାରିବ। ଯାହା ଭାବିଛନ୍ତି ତାହାହିଁ ହେବ ଓ ପାଇବା ଜିନିଷ ମଧ୍ୟ ପାଇବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ଲାଭର ସୂଚନା ରହିଛି। ଅନାମନ୍ତ୍ରିତ ଭାବରେ ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପମାନିତ ହୋଇପାରନ୍ତି।
କର୍କଟ
କର୍କଟ
ଆଜିର ଶୁଭଚନ୍ଦ୍ର ହେତୁ ସାମାଜିକ ସମ୍ମାନ ସହ ଲୋକସମ୍ପର୍କ ବୃଦ୍ଧି ହେବ। ମାନସିକ ସ୍ତରରେ କେତେକ ଅକୁହା କଥାକୁ ବିଶ୍ଳେଷଣ କରି ଅବସାଦ ଉପତ୍ନ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟା ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ ା ଅବଶ୍ୟ ହିତୈଷୀମାନଙ୍କ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ।
ସି˚ହ
ସି˚ହ
ଆପଣଙ୍କ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅବଶ୍ୟ ରାଜନୈତିକ ସ୍ତର, ପ୍ରଶାସନିକ କ୍ଷେତ୍ର, ସଙ୍ଗଠନ ପାଇଁ ଦିନଟି ବହୁତ ଭଲ। ବିବାଦୀୟ ଘଟଣାରେ ବିଜୟ ଲାଭ କାରଣରୁ ବନ୍ଧୁ ମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ଆବଶ୍ୟକତା ପୂରଣ କ୍ଷେତ୍ରରେ ଧାର କରିବାକୁ ପଡ଼ିପାରେ।
କନ୍ୟା
ଚନ୍ଦ୍ରଙ୍କ ଶୁଭ ପ୍ରଭାବରେ ଆପଣଙ୍କ ଆକର୍ଷଣୀୟ କଥନଶୈଳୀ ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିପାର୍ଶ୍ୱିକ କେତେକ ବ୍ୟତିକ୍ରମ ଜନିତ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ଆଲୋଚନାରେ ଭାବ ପ୍ରବଣତା ପରିହାର ପୂର୍ବକ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପାରନ୍ତି।
ତୁଳା
ତୁଳା
ଆଜିର ଯାତ୍ରା, ବିବାଦୀୟ କ୍ଷେତ୍ର, ପ୍ରତିଦ୍ୱନ୍ଦ୍ୱିତା ଓ କଚେରି ମାମଲା ପାଇଁ ସମୟର ଅନୁକୂଳତା ନାହିଁ। ପରୋକ୍ଷ ଶତ୍ରୁତା, ଋଣ ପରିଶୋଧ, କ୍ରନିକ୍‌ ରୋଗ ସକାଶେ ସମସ୍ୟାକୁ ଆନୟନ କରିପାରେ। ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ଚିନ୍ତାରେ ରହିପାରନ୍ତି। ମାତ୍ର ଗତକାଲି ଠାରୁ ମନରେ ଭାବୁଥିବା କଥାଟି ଆଜିହିଁ ବାସ୍ତବରେ ପରିଣତ ହେବ।
ବିଛା
ବିଛା
ପ୍ରିୟଜନଙ୍କ ପ୍ରେରଣାରେ ଉଦ୍‌ବୁଧ ହୋଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ସାହାଯ୍ୟ ଲାଭ କରି କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କୌଣସି ମୂଲ୍ୟବାନ ଜିନିଷ ଘରକୁ ଆଣିପାରନ୍ତି। ସାମୟିକ ଭାବରେ ନିର୍ମାଣାଧୀନ କାର୍ଯ୍ୟ, ଭୂମି, ଗାଡିମୋଟର ସମ୍ପର୍କୀୟ ଦୁଃଶ୍ଚିନ୍ତା ଆସିବ।
ଧନୁ
ଧନୁ
ଆଜିର ଗ୍ରହସ୍ଥିତି ଆପଣଙ୍କ ସକାଶେ ପ୍ରତିକୂଳ ପରିବେଶ ସୃଷ୍ଟି କରିପାରେ। ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ଲାଭର ସୂଚନା ରହିଛି। କିନ୍ତୁ ସ୍ବକୀୟ ଉଦ୍ୟମ ଓ ଆପୋସ ଆଲୋଚନା ସଙ୍ଗକୁ ପାରସ୍ପରିକ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡିପାରେ।
ମକର
ମକର
କର୍ମଭାବସ୍ଥ ଚନ୍ଦ୍ରପରିବାର ଓ କର୍ମକ୍ଷେତ୍ରକୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସହାୟକ ହେବ। ଅତି ନିକଟରେ ରହି ଶତ୍ରୁତା କରୁଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ। ପରିବାରରେ କିଛି ଦିନ ହେବ ଲାଗି ରହିଥିବା ସମସ୍ୟାର ସରଳ ସମାଧାନ ଆଜି ହୋଇପାରେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହେବ।
କୁମ୍ଭ
କୁମ୍ଭ
ଆପଣଙ୍କୁ ବନ୍ଧୁ ମାନେ ମନ ବୁଝିଲାଭଳି କଥାମାନ କହି ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି। ଟିକିଏ ଜୋର୍‌ ଦେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଜମା ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ତରଫରୁ ସମସ୍ୟା ଆସିପାରେ।
ମୀନମୀନ
ପରିବାରରେ ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ପାରିବାରିିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ। ବିବାଦୀୟ ପରିସ୍ଥିତିରେ ନୀରବତା ଅବଲମ୍ବନ କରିବା ଭଲ ହେବ। ଅନ୍ୟ ଉପରେ ନିର୍ଭର ନ କରି କେତେକ କ୍ଷେତ୍ରରେ ଆମତ୍ନିର୍ଭରଶୀଳ ହୋଇପାରନ୍ତି। ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ ପରିବାରରେ ସାଧାରଣ କଥାରେ ମତଭେଦଜନିତ ମାନସିକ ଅସ୍ଥିରତା ଲାଗିରହିବ। ପରୋକ୍ଷ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା ଜାରି ରଖିଲେ ଉପକୃତ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?