Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ
ବାରମ୍ବାର ପ୍ରତିବନ୍ଧକ ମଧ୍ୟଦେଇ ବହୁପୂର୍ବରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଅର୍ଥଶ୍ରାଦ୍ଧ ଓ ବୁଦ୍ଧି ଖର୍ଚ୍ଚ କରିବାକୁ ପଡିବ। ବନ୍ଧୁମାନଙ୍କ ସଙ୍ଗ ଲାଭରୁ ଧର୍ମକାର୍ଯ୍ୟ ପାଇଁ ପ୍ରେରଣା ମିଳିପାରେ। ବ୍ୟବସାୟରେ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। ଘର ଲୋକ ମାନଙ୍କ ଉପରେ ଅଯଥା ବିରକ୍ତିି ପ୍ରକାଶ କରନ୍ତୁ ନାହିଁ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ମତଭେଦ କାରଣରୁ ପାରିବାରିକ ଅସ୍ଥିରତା ସଙ୍ଗକୁ କର୍ମକ୍ଷେତ୍ର ମଧ୍ୟ ସମସ୍ୟା ବହୁଳ ରହିବ। ଆଜି ସହକର୍ମୀଙ୍କ ସହାୟତାରେ ଅର୍ଥଲାଭ ସଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ। ଘରର କେତେକ ବ୍ୟତିକ୍ରମ ବିଷୟକୁ ନେଇ ଚିନ୍ତା ପ୍ରକଟ କରି ପାରନ୍ତି। କମ୍ପାନୀ କାମରେ ମାଲିକ ସହ ଛୋଟ କଥାରୁ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ।
ମିଥୁନ
ମିଥୁନ
ଆତ୍ମୀୟ ସ୍ବଜନଙ୍କ ସହ ଭୁଲ୍‌ ବୁଝାମଣାରୁ କଳହ ସୃଷ୍ଟିର ସମ୍ଭାବନା ରହିଛି। ରାଜନୀତି, ସଭାସମିତି ଓ ଆନୁଷ୍ଟାନିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତିି। ପ୍ରିୟବନ୍ଧୁଙ୍କ ପ୍ରଭାବରେ ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ। ଅସାବଧାନତା କାରଣରୁ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ।
କର୍କଟ
କର୍କଟ
ପାରିବାରିକ ଜୀବନରେ ବ୍ୟୟବହୁଳ ଖର୍ଚ୍ଚ ମାନସିକ ସ୍ଥିତିକୁ ପ୍ରଭାବିତ କରିବ। ନିଜର ସ୍ବାର୍ଥ ସାଧନ ଦିଗରେ ଅନ୍ୟକୁ ନିୟୋଜିତ କରିବା ସକାଶେ ଯୋଜନା କରିପାରନ୍ତି। ବନ୍ଧୁମାନଙ୍କ ସାହାଯ୍ୟରେ ବାଣିଜ୍ୟ,ଶିଳ୍ପ ଓ ବ୍ୟବସାୟରେ ଦ୍ୱନ୍ଦ୍ବର ଅବସାନ ଘଟିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବାର ଆଶଙ୍କା ରହିଛି।
ସି˚ହ
ସି˚ହ
ମନ କଥା ମନ ଭିତରେ ସାଇତି ରଖି ନିତିଦିନିଆ କାମ ସକାଶେ ସକାଳୁ ସକାଳୁ ବାହାରିବାକୁ ପଡିପାରେ। କୌଣସି କାମ ସକାଶେ ବାରମ୍ବାର ଅସଫଳତା ହେତୁ ନିଜ ଲୋକମାନଙ୍କ ଉପରୁ ଭରଷା ତୁଟି ଯାଇପାରେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କ ସହମତିରେ କାମ କଲେ ଉପକୃତ ହେବେ। ଶାରୀରିକ ଅସୁସ୍ଥତା ଅନୁଭବ କରିବେ।
କନ୍ୟା
ଆପଣଙ୍କ ସୁଚିନ୍ତିତ ଯୋଜନା ଅନୁଯାୟୀ କାର୍ଯ୍ୟ ହାସଲ କରିବାରେ କୌଣସି ଅସୁବିଧା ରହିବ ନାହିଁ। ତଥାପି ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ରପ୍ତାନୀ ବାଣିଜ୍ୟ, ପରିବହନ ଓ ନୂତନ ବ୍ୟବସାୟରେ ଆଶା ଜନକ ଫଳ ପାଇବେ। ବନ୍ଧୁଙ୍କ କଥା ଓ କାମକୁ ପ୍ରାଧାନ୍ୟ ଦେଇ ଘର କାମକୁ ଅବହେଳା କରିପାରନ୍ତି।
ତୁଳା
ତୁଳା
ବୃଥା ସନ୍ଦେହ କିମ୍ବା ଭୁଲ୍‌ ବୁଝାମଣା କାରଣରୁ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ବିଭ୍ରାନ୍ତ କରିପାରେ। ତଥାପି ସ୍ବାତୀ ନକ୍ଷତ୍ର କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟରୁ ଉତ୍ସାହିତ ହେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ସରସତା ରହିବ ନାହିଁ। କାର୍ଯ୍ୟସାଧନ କ୍ଷେତ୍ରରେ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସୀ ହେବେ।
ବିଛା
ବିଛା
କୌଣସି ନୂତନ ବନ୍ଧୁତ୍ୱ ସଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୁଳ ବାତାବରଣ ସୃଷ୍ଟି ହେବ। କିଣା ବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିଯିବାର ଆଶଙ୍କାକୁ ଏଡି ହେବନାହିଁ। ବୃଥା ସନ୍ଦେହ ଜନିତ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କଳା,ସାହିତ୍ୟ, ରାଜନୀତିରେ ଚେଷ୍ଟା ସଫଳ ହେବେ।
ଧନୁ
ଧନୁ
କୌଣସି ଆନୁଷ୍ଠାନିକ ମଧ୍ୟରେ ପ୍ରିୟ ବନ୍ଧୁଙ୍କର ସାନ୍ନିଧ୍ୟ ଲାଭରୁ ଆନନ୍ଦ ଅନୁଭବ କରିବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇ ପାରନ୍ତି। ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟରେ ଟେନସନ୍‌ କିଛି ମାତ୍ରାରେ କମିଯିବ। କେତେକ କ୍ଷେତ୍ରରେ ପର ଉପରେ ନିର୍ଭର କରିବା ସକାଶେ ବାଧ୍ୟ ହୋଇପାରନ୍ତି।
ମକର
ମକର
କୌଣସି କାମ ନ ଅଟକିଲେ ମଧ୍ୟ କାମ ହାସଲର ଦୀର୍ଘତା ମନକୁ ଭାରାକ୍ରାନ୍ତ କରିବ। ଏହା ସଙ୍ଗକୁ ସଦା ସର୍ବଦା ରୋଗ, ଋଣ ଓ ଶତ୍ରୁତା ଲାଗି ରହିବା କାରଣରୁ ମନ ଭଲ ରହିବ ନାହିଁ। ଭଲ ସମ୍ପର୍କ ନଥିବା ବ୍ୟକ୍ତିମାନଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍‌ ହେବ ନାହିଁ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ସମ୍ମନ୍ନ ହେଉଥିବାରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ। କିନ୍ତୁ ଶତଭିଷା ନକ୍ଷତ୍ର କର୍ମକ୍ଷେତ୍ରରେ କିଛି କରିବା ସକାଶେ ଯାହା ଓ ଯେପରି ଭାବୁଛନ୍ତି ଶୀଘ୍ର ଆରମ୍ଭ କରନ୍ତୁ, ସଫଳତା ନିଶ୍ଚିତ ମିଳିବ। ସାମ୍ବାଦିକତା, ପ୍ରଶାସନ, ପ୍ରକାଶନ, ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଶୁଭଫଳ ପାଇବେ।
ମୀନମୀନ
ଧୀରେ ଧୀରେ ସ୍ବାସ୍ଥ୍ୟ ସମସ୍ୟାରେ ସୁଧାର ଆସିବ ଓ ବିଦେଶଯାତ୍ରା, ମାଲିମକଦ୍ଦମା, ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ। ନିଜ ପରିବାର ସମ୍ଭନ୍ଧରେ କୌଣସି ସୂତ୍ରରୁ ଶୁଣା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। କର୍ମକ୍ଷେତ୍ରରେ ବୁଝାମଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri