Posted inRasifala

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ
ପ୍ରକୃତିବଶତଃ ମନର ଅସନ୍ତୋଷକୁ କଠୋର ବାକ୍ୟରେ ପ୍ରକାଶ କରିପାରନ୍ତି। ବହୁତଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ କିଛି ବିଫଳତାରୁ ଚିନ୍ତିତ ରହିପାରନ୍ତି। ଅଫିସିଆଲି କାମ ଚାପରେ ନିଜକୁ ଆଡ୍‌ଜଷ୍ଟ କରିବାକୁ ବାଧ୍ୟ ହେବେ। ଯାନ୍ତ୍ରିକ ଜିନିଷର ବ୍ୟବସାୟ ପାଇଁ ଭଲ।
ବୃଷ
ବୃଷ
ପରିବାର ସଦସ୍ୟ, ପାଖପଡୋଶୀ କିମ୍ବା ସହକର୍ମୀଙ୍କ ସହ ଏହା ଘଟିବାର ଆଶଙ୍କା ରହିଛି। ଅତୀତରୁ ରହିଆସିଥିବା ରୋଗପୀଡା, ଶତ୍ରୁତା ଓ ଧାର କରଜ ସକାଶେ ଚିନ୍ତାକୁ ବଢାଇବ। ଅବଶ୍ୟ କର୍ମ କ୍ଷେତ୍ର, ଯାନବାହନ, ଦୋକାନ ବାଡି, ସଭା ସମିତି, ସାଂସ୍କୃତିକ କାର୍ଯ୍ୟକ୍ରମରୁ ଉପକୃତ ହେବେ।
ମିଥୁନ
ମିଥୁନ
ଆଜିର ଯାତ୍ରା ସମୟରେ ଅନ୍ୟମନସ୍କ କିମ୍ବା ଅସାବଧାନତା କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିପାରେ। କୌଣସି ଅଭାବ ନ ଥିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ମନକୁ ବିଚଳିତ କରିବ। ଅନ୍ୟମାନଙ୍କ ଦ୍ୱାରା ପ୍ରେରିତ ନ ହୋଇ ଲକ୍ଷ୍ୟହୀନ ଯାତ୍ରାରୁ ବିରତ ରହିବା ଭଲ ହେବ।
କର୍କଟ
କର୍କଟ
ଲାଭସ୍ଥାନରେ ଶୁକ୍ରଥିବାରୁ ଭୋଗବିଳାସ ସଙ୍ଗକୁ ଷ୍ଟେସନେରୀ ଜିନିଷ, ନୂତନ ବସ୍ତ୍ର ଅଳଙ୍କାର ପ୍ରାପ୍ତି ହୋଇପାରେ। ଯାନ୍ତ୍ରିକ ଜିନିଷ କିମ୍ବା ଗାଡି ମୋଟର ଆଦି କ୍ରୟ କରିବା ସକାଶେ ମନ ବଳାଇ କୃତକାର୍ଯ୍ୟ ହେବେ। ଦୀର୍ଘ ସମୟ ଗୋଟିଏ ସ୍ଥାନରେ ଅଟକି ରହି ଓ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହି ନ ପାରେ।
ସି˚ହ
ସି˚ହ
ଧନାଧିପତି ପାପଗ୍ରହ ଯୁକ୍ତ ହୋଇଥିବାରୁ ଆର୍ଥିକ ଅନଟନ ଓ ପାରିବାରିକ ଦୁଶ୍ଚିନ୍ତା କେତେ ମାତ୍ରାରେ ମାନସିକ ଅଶାନ୍ତି ସୃଷ୍ଟି କରିବ। ଆପଣଙ୍କ ଖର୍ଚ୍ଚ ପରିମାଣ ବଢିଯିବା ସଙ୍ଗକୁ ମନରେ ଆଶଙ୍କା ଓ ଅସ୍ଥିରତା ଲାଗି ରହିବ। ଅବଶ୍ୟ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ।
କନ୍ୟା
ଆଜି ଚତୁର୍ଥସ୍ଥ କେତୁ ଯୋଗୁ ମନ ସ୍ଥିର ରହିବ ନାହିଁ, ସାଧାରଣ କଥାରେ ମଧ୍ୟ ବିରକ୍ତି ଅନୁଭବ କରିବେ। ଆପଣ ଗୋଟିଏ ସ୍ଥାନରେ ଜିନିଷ କିମ୍ବା କାଗଜପତ୍ର ପ୍ରଭୃତି ରଖିଦେଇ ବିସ୍ମରଣ କାରଣରୁ ବ୍ୟସ୍ତ ହେବେ। ପୁଣି ଆଣ୍ଠୁଠାରୁ ଗୋଡ ତଳକୁ ମାଂସପେଶୀରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ତୁଳା
ତୁଳା
ଆଜିର ପ୍ରତ୍ୟୁଷଯାତ୍ରା, ପ୍ରତିଯୋଗିତା, ପରିବାର ଓ କର୍ମକ୍ଷେତ୍ର ସକାଶେ ମନ୍ଦ ହେବନି। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଆଧ୍ୟାତ୍ମିକ ସଭା ସମିତିରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ଅଭାବ ନ ଥିଲେ କେତେକ ସମସ୍ୟା ହେତୁ ବିଶାଖା ନକ୍ଷତ୍ର ଚିନ୍ତିତ ରହିବେ।
ବିଛା
ବିଛା
ଆର୍ଥିକ ଅଭିବୃଦ୍ଧି ଓ ସମ୍ମାନ, ପ୍ରତିଷ୍ଠା ମାନସିକ ସ୍ଥିତିକୁ ଋଦ୍ଧିମନ୍ତ କରିବ। ତଥାପି ତରବରିଆ ଭାବରେ କୌଣସି କାମ ନ କରି ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ଦେଖି ଚାହିଁ କାମ କରନ୍ତୁ। ପାଖରେ ଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ। ବୈଷୟିକ ସୁଖ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲ ରହିବ।
ଧନୁ
ଧନୁ
ରାଶିରେ କେତୁ ହେତୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ ଏବଂ ଟିକିଏ ଟିକିଏ କଥାରେ ରାଗିବେ। ବହୁତ ପରିଶ୍ରମ ପରେ ଆଜି ହଠାତ୍‌ ଆପଣ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହୋଇପାରନ୍ତି। ଯାହା ଭାବୁଛନ୍ତି ଶୀଘ୍ର କରନ୍ତୁ ପୁଣି ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇବେ।
ମକର
ମକର

ଆପଣଙ୍କର ସହଜରେ କାମ ହାସଲ ହେବା କଷ୍ଟକର ହେବ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ତଥା ବିଭିନ୍ନ ପ୍ରକାରର ଝମେଲା ହେତୁ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଅର୍ଥ ସମ୍ପର୍କରୁ ଖୁସି ରହିବେ ଏବଂ ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।

କୁମ୍ଭ
କୁମ୍ଭ
ଦ୍ୱାଦଶସ୍ଥ ରାଶ୍ୟାଧିପତି ଯୋଗୁଁ ବିଶେଷ କ୍ଷତି ନ ହେଲେ ମଧ୍ୟ ସ୍ବାସ୍ଥ୍ୟ ସେତେ ଭଲ ରହିବ ନାହିଁ। ନିର୍ମାଣାଧୀନ କାର୍ଯ୍ୟ କିମ୍ବା ନୂଆ ଯୋଜନାର ପରିକଳ୍ପନା ଉପରେ ଗୁରୁତ୍ୱ ଦେବେ। ଘର କଥା ମନକୁ ବାରମ୍ବାର ଆଲୋଡିତ କରିବ। ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ, ଅନ୍ୟଥା ବିବଦମାନ ପରିସ୍ଥିତିର ସାମନା କରିବାକୁ ପଡିପାରେ।
ମୀନମୀନ

ଚନ୍ଦ୍ର ରାଶିରେ ଥିବାରୁ ପାରିବାରିକ ସ୍ଥିରତା ସଙ୍ଗକୁ ସ୍ବାସ୍ଥ୍ୟରେ ଉନ୍ନତି ମନକୁ ସାନ୍ତ୍ୱନା ଦେବାରେ ସହାୟକ ହେବ। ଆପଣ ମନ କଥା କାହାକୁ କହିପାରିବେ ନାହିଁ କିମ୍ବା ସମାଧାନର ରାସ୍ତା ମଧ୍ୟ ଖୋଜି ପାଇବା କଷ୍ଟକର ହୋଇପଡି। ଆଜି ହଠାତ୍‌ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri