Posted inRasifala

ରାଶିଫଳ: ରବିବାର, ଜୁନ୍ ୭ ତାରିଖ – Daily Horoscope

ମେଷ
ପ୍ରକୃତିବଶତଃ ମନର ଅସନ୍ତୋଷକୁ କଠୋର ବାକ୍ୟରେ ପ୍ରକାଶ କରିପାରନ୍ତି। ବହୁତଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ କିଛି ବିଫଳତାକୁ ନେଇ ଚିନ୍ତିତ ରହିପାରନ୍ତି। ଅଫିସିଆଲି କାମ ଚାପରେ ନିଜକୁ ଆଡଜଷ୍ଟ କରିବାକୁ ବାଧ୍ୟ ହେବେ। ଯାନ୍ତ୍ରିକ ଜିନିଷର ବ୍ୟବସାୟ ପାଇଁ ଭଲ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭୁଲ୍‌ ବୁଝିବେ। ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ। ପିଲାମାନଙ୍କ ଶିକ୍ଷା କିମ୍ବା କର୍ମସଂସ୍ଥାନ ପାଇଁ ଚିନ୍ତା କରିବେ।
ମିଥୁନ
ମିଥୁନ
ଆଜି ବନ୍ଧୁ ମିଳନ ସଙ୍ଗକୁ ଦୂରଯାତ୍ରା, ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ନିଜକୁ ସାମିଲ୍‌ କରିପାରନ୍ତି। ଜମଜିମା, ମାଲିମକଦ୍ଦମା, ନିର୍ମାଣ, ଯୋଗାଯୋଗ, ସାମ୍ବାଦିକତା,ଏଜେନ୍ସିପ୍‌ରେ ପ୍ରତିଷ୍ଠା ଅର୍ଜନ କରିବେ। ବିବାଦୀୟ ଘଟଣାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି।
କର୍କଟ
କର୍କଟ
ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ଆଡଜଷ୍ଟ କରି ଚଳିପାରିବା ହେତୁ କିଛି ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ପ୍ରତିଦ୍ୱନ୍ଦ୍ୱିତା ବଢି ଚାଲିବା କାରଣରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।
ସି˚ହ
ସି˚ହ
ପରିବେଶକୁ ଗମ୍ଭୀର କରି ଦେଇପାରନ୍ତି। ଫଳତଃ ବିଭିନ୍ନ ପ୍ରକାରର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ତଥା ବିଦେଶଯାତ୍ରା ଓ ନୂତନକର୍ମାରମ୍ଭରେ ସଫଳତା ମିଳିବ। ଭୁଲ୍‌ ବୁଝାମଣାରୁ ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।
କନ୍ୟା
ଅର୍ଥ ନିର୍ଦ୍ଦିିଷ୍ଟ ସମୟ ମଧ୍ୟରେ ପାଇବା କଷ୍ଟକର ହେବ। ବନ୍ଧୁଙ୍କ ଉପରେ ଭରସାକରି ପରିଶେଷରେ ମୁଣ୍ଡରେ ହାତଦେଇ ବସିବାକୁ ପଡିପାରେ। ବାଣିଜ୍ୟ, ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ। ତଥାପି ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି।
ତୁଳା
ତୁଳା
ପାରିବାରିକ କ୍ଷେତ୍ର କିଛି ମାତ୍ରାରେ ପ୍ରଭାବିତ ରହିବ। ଧାର୍ମିକ କିମ୍ବା ଆନୁଷ୍ଠାନିକ କାମରେ କୌଣସି ସମସ୍ୟା ସୃଷ୍ଟିର ଆଶଙ୍କା ରହିଛି। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ନତୁବା ଜିନିଷପତ୍ର ଅଦଳ ବଦଳ ହୋଇଯାଇପାରେ। ବନ୍ଧୁମାନଙ୍କ ସାହାଯ୍ୟରୁ କାର୍ଯ୍ୟସିଦ୍ଧି ଘଟିବା ସହ ମୂଲ୍ୟବାନ୍‌ ଦ୍ରବ୍ୟଲାଭ ହେତୁ ଖୁସୀ ହେବେ।
ବିଛା
ବିଛା
ଅତି ଭଲ ସମ୍ପର୍କ ରହିଥିବା କୌଣସି ବନ୍ଧୁଙ୍କ ଅସୌଜନ୍ୟ ବ୍ୟବହାର ମାନସିକ ସ୍ଥିତିକୁ ବିଡମ୍ବିତ କରିପାରେ। ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ, ଫଳରେ ମତଦୈଧ ଘଟିବ। ସାମ୍ବାଦିକତା, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ସମ୍ଭାବ୍ୟ ଅସୁବିଧା ଭୋଗ କରିବାକୁ ପଡ଼ିପାରେ। କୌଣସି କଥାରେ ଅନ୍ୟମାନଙ୍କୁ ପୂର୍ଣ୍ଣ ବିଶ୍ୱାସ କରି କାମ କରିବା ଠିକ୍‌ ହେବ ନାହିଁ। ପାଖ, ପଡୋଶୀମାନେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାରେ ମଧ୍ୟ କଳହ କରିବେ । ପିଲାଙ୍କ ସ୍ବାସ୍ଥ୍ୟହାନି ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ମକର
ମକର

ସହଯୋଗ ଓ ସମର୍ଥନ ଆଜିର କାମରେ ଆପଣଙ୍କୁ ବହୁତ ସାହାଯ୍ୟ କରିବ। ବନ୍ଧୁମାନଙ୍କ ଗହଣରେ ନିଜ ନିଜର ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ପିଲାମାନଙ୍କ ସ୍ବାସ୍ଥ୍ୟ ଓ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧି ପାଇବ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥା ଅସାଧାରଣ ପରିସ୍ଥିତି ସୃଷ୍ଟି କରିବ। ଛୋଟ ଛୋଟ କଥାକୁ କେନ୍ଦ୍ରକରି ବିଭିନ୍ନ ପ୍ରକାରର ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମୀନମୀନ

କୌଣସି ଶୁଭକାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ, ସହଯୋଗ ମଧ୍ୟ ଅବଶ୍ୟ ମିଳିବ। ଅସାବଧାନତା କିମ୍ବା ଅନ୍ୟମନସ୍କ କାରଣରୁ କୌଣସି ମୂଲ୍ୟବାନ୍‌ ଜିନିଷ ଠିକ୍‌ ସମୟରେ ନ ପାଇ ବ୍ୟତିବ୍ୟସ୍ତ ହୋଇପାରନ୍ତି। ସଂଗଠନ କିମ୍ବା ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri