Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ
ମଙ୍ଗଳଙ୍କ ଦୃଷ୍ଟି ପ୍ରଭାବରେ ଆପଣଙ୍କ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ କ୍ରମଶଃ ଦୂରେଇଯିବ। କର୍ମକ୍ଷେତ୍ରରେ କୈାଶଳପୂର୍ଣ୍ଣ ବ୍ୟବହାର ଅନ୍ୟ ମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଭୁଲ୍‌ ବୁଝାମଣାରୁ ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ରକରି ଝଗଡା ଲାଗିପାରେ।
ବୃଷ
ବୃଷ
ଶୁକ୍ରଙ୍କ ପ୍ରଭାବରେ କଥାକୁ ଠିକ୍‌ ଭାବରେ ନ ବୁଝି କିମ୍ବା କଥା କଥାକେ ମଉଜିଆ କଥା କହିବାକୁ ନେଇ କଳହ ଲାଗିପାରେ। ଛୋଟ ଛୋଟ କଥାକୁ କେନ୍ଦ୍ରକରି ଅଫିସରେ ମନ ଭଲ ଲାଗିବ ନାହିଁ । ଦୀର୍ଘଦିନରୁ ଅଟକି ରହିଥିବା କାମର ଚିନ୍ତା ଆଜି ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଓ ପରିବହନ ବେଶ୍‌ ଭଲରେ ଚାଲିବ।
ମିଥୁନ
ମିଥୁନ
ବନ୍ଧୁକାରକ ବୁଧଙ୍କ ଶୁଭ ସଂସ୍ଥିତି ନିଜ ବନ୍ଧୁମାନଙ୍କୁ ଆପେଣଇ ନେବାରେ ସମର୍ଥ କରାଇବ । ବିଭିନ୍ନ ଯୋଜନା, ସାଙ୍ଗଠନିକ କାର୍ଯ୍ୟ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରି ପାରନ୍ତି। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
କର୍କଟ
କର୍କଟ
ସାମୟିକ ଭୁଲ୍‌ ବୁଝାମଣା କାରଣରୁ ଆଜି ବନ୍ଧୁଙ୍କ ସହ ବିବାଦ ଓ କିଛି ନୂତନ କାମରେ ପ୍ରତିବନ୍ଧକ ହେତୁ ଚିନ୍ତିତ ରହିବେ। ଅପେକ୍ଷା କରିଥିବା ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡିବେ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ ଜଣେ ବନ୍ଧୁ ମୁଖ୍ୟ ଭୂମିକା ଗ୍ରହଣ କରିବେ। ପ୍ରତିକୁଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ଆଜି ସ୍ବରାଶିସ୍ଥ ଚନ୍ଦ୍ର ପ୍ରଭାବରୁ ଧାର୍ମିକ କାର୍ଯ୍ୟ, ସତ୍‌ସଙ୍ଗ, ଦେବାର୍ଚ୍ଚନା କରିବାକୁ ମନ ବଳାଇବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ଆଜି ସତକଥା କହି ବିବାଦ ଘେରରେ ପଡି ପାରନ୍ତି, ଏଣୁ ଭାବିଚିନ୍ତି କୁହନ୍ତୁ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
ଭାଗ୍ୟସ୍ଥାନ ପ୍ରତି ଗ୍ରହଦୃଷ୍ଟି ଆପଣଙ୍କ ଆଶା ଓ ଅଭିଳାଷ ପୂରଣ କରିବାରେ ସମର୍ଥ ହେବ। ପ୍ରତ୍ୟେକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଶନିଙ୍କ ପ୍ରଭାବରୁ ସନ୍ଦେହ ଘେରରେ ରହିବେ । କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବା ସଙ୍ଗକୁ ଚିତ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ ଲକ୍ଷ୍ୟ ପୂରଣ ଦିଗରେ ଅସହଯୋଗ, ଅସମ୍ମାନ ପାଇ ଦୁଃଖିତ ହେବେ।
ତୁଳା
ତୁଳା
କେନ୍ଦ୍ରସ୍ଥ ଚନ୍ଦ୍ର ଜନିତ ନୂତନ ବନ୍ଧୁ ସମ୍ପର୍କ ଓ ସୁଚିନ୍ତିତ କାର୍ଯ୍ୟଧାରା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ । ଜଣେ ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । କୌଣସି ନିର୍ଦ୍ଦିଷ୍ଟ କାରଣ ନ ଥାଇ କିମ୍ବା କୌଣସି ଅଭାବ ନ ଥାଇ ମଧ୍ୟ ଚିତ୍ରାର ମନଟା ଭଲ ଲାଗି ନ ପାରେ।
ବିଛା
ବିଛା
ଗ୍ରହଚକ୍ରର ପରିବର୍ତନରେ ଯାହା ଖୋଜୁଛନ୍ତି ଓ ଆଶା କରୁଛନ୍ତି ଅବଶ୍ୟ ପାଇବେ ମାତ୍ର ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । କଳା, ସାହିତ୍ୟ, ସଭା ସମିତିରେ ଆଗ୍ରହୀ ହେବେ । ଅନୁରାଧାର ନିଜେ ରହିବା ପରିସରରେ ସାଧାରଣ କଥାକୁ କେନ୍ଦ୍ର କରି ଅପରାହ୍ନରେ ଟେନସନ୍‌ ବଢିପାରେ ।
ଧନୁ
ଧନୁ
ରାଶିସ୍ଥ ଗ୍ରହ ସମ୍ପର୍କରୁ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ କିନ୍ତୁ କର୍ମକ୍ଷେତ୍ରରେ ଅସନ୍ତୋଷର ମାତ୍ରା କ୍ରମଶଃ ବୃଦ୍ଧି ପାଇବ । ଅତି ଦରକାରୀ ଜିନିଷଗୁଡିକ ପରକୁ ଦେଇ ଅପଦସ୍ତ ହୋଇପାରନ୍ତିା ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍‌ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
ସପ୍ତମାଧିପତି ରାଶିସ୍ଥ ହେତୁ ବନ୍ଧୁମାନଙ୍କ ସହ ଆଲୋଚନା ପରିସରରେ ନୀରବତା ଅବଲମ୍ବନ କରି ବନ୍ଧୁ କହୁଥିବା କଥାର ସତ୍ୟତାକୁ ଉପଲବ୍‌ଧି କରପାରିିବେ । ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ,ଏହି କାରଣରୁ ପାଖ ମାଡିବେ ନାହିଁ। ପରିହାସଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବାରେ ସାହାଯ୍ୟ କରିବ।
କୁମ୍ଭ
କୁମ୍ଭ
ଆଜିର ଯାତ୍ରା,ଶୁଭକାର୍ଯ୍ୟାରମ୍ଭ, ସତ୍‌ଚିନ୍ତା ଓ ଶୁଦ୍ଧଭାବନା ମନରେ ଭାବାନ୍ତର ସୃଷ୍ଟି କରିବ। ସାମାନ୍ୟ କେତେକ ସଧାରଣ ଅସୁବିଧାକୁ ବାଦ୍‌ ଦେଲେ ଦିନଟିରେ ବହୁତ ଭଲ କାମ କରିବେ। ଆଶା ପୂରଣ ହେବ, ଅର୍ଥ ପାଇବେ, କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରି ପାରିବେ । ନୂତନ ଜିନିଷ କ୍ରୟ କରିବା ସକାଶେ ପାଇଁ ମନ ବଳିବ।
ମୀନମୀନ
ଅଫିସ୍‌ରୁ ଫେରିବା ସମୟକୁ ଆଜି ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡି ଯାଇଥିବ । ଫେରନ୍ତା ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରି ପାରନ୍ତି। ବାକି ରହିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସ୍ବନକ୍ଷତ୍ରସ୍ଥ ଯୋଗୁ କର୍ମମୁଖର ରହିବେ ଏବଂ ପାରିବାରିକ କ୍ଷେତ୍ର ସରସ ସୁନ୍ଦର ରହିବ। ଆନୁଷ୍ଠାନିକ କାମରେ, ସଭାସମିତିରେ, ସତ୍‌ସଙ୍ଗର ସାନ୍ନିଧ୍ୟ ଲାଭରେ, ଆଲୋଚନା…

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri