Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ
ଆଜି ଜନ୍ମଚନ୍ଦ୍ର ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ କିନ୍ତୁ ଯାତ୍ରା, ବିବାଦ, ଗୃହାରମ୍ଭ ବର୍ଜନୀୟ । ପରିବାରରେ ପୁତ୍ରକନ୍ୟା ହେତୁକ ସୁଖ ମିଳିବ ଓ ଶାନ୍ତି ଫେରି ଆସିବ। ମାତ୍ର ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଦୂରଯାତ୍ରା ପାଇଁ ପ୍ରସ୍ତୁତିରେ ସମସ୍ୟା ଦେଖାଦେଇପାରେ।
ବୃଷ
ବୃଷ
ଅଷ୍ଟମସ୍ଥ ଗ୍ରହ ଯୋଗୁ ଯାହା କରନ୍ତୁନା କାହିଁକି ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟା ଲାଗିରହିବ। ଖଳ ଲୋକମାନଙ୍କ ପ୍ରରୋଚନାରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିପାରେ। ଆଜିର ଯାତ୍ରା, ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ପରୋକ୍ଷ ଭାବରେ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ନିକଟରୁ ଦୂରେଇ ରହିବା ଭଲ ।
ମିଥୁନ
ମିଥୁନ
ଏକାଦଶସ୍ଥ ଚନ୍ଦ୍ର ଯୋଗୁ ଅର୍ଥନୈତିକ ପ୍ରଗତିର ଶୀର୍ଷକୁ ସ୍ପର୍ଶ କରିପାରିବେ। କିନ୍ତୁ କେତୁଜନିତ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ସହ ଟିକିଏ ଟିକିଏ କଥାରେ କଳହ ଲାଗିପାରେ ଏଣୁ ଭାବିଚିନ୍ତି କଥାବାର୍ତ୍ତା କରିବା ଭଲ। ପରିବାରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇବେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
କର୍କଟ
କର୍କଟ
କର୍ମଭାବସ୍ଥ ଚନ୍ଦ୍ର ପ୍ରଭାବରେ ବହୁଦିଗରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟସାଧ୍ୟ ହୋଇପାରେ। ଜମିଜମା, ଯାତ୍ରା, ବାଣିଜ୍ୟ କୌଣସି ଦିଗରୁ ପ୍ରାୟତଃ ଅସୁବିଧା ରହିବ ନାହିଁ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଆପଣଙ୍କ ଯୁକ୍ତିନିଷ୍ଠ ବିଚାରଧାରା ଓ ଶୃଙ୍ଖଳିତ କାର୍ଯ୍ୟ ପଦ୍ଧତି ସମସ୍ୟା ସମାଧାନରେ ସହାୟକ ହେବ। ଆଜିର ଗ୍ରହସ୍ଥିତି ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ସାହାଯ୍ୟ କରିବ। ଗତକାଲି ଠାରୁ ଆପଣ ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
କନ୍ୟା
ଚତୁର୍ଥ କେନ୍ଦ୍ରସ୍ଥ ଗ୍ରହ ପ୍ରଭାବରେ ଦିନଟି ଏତେ ଭଲ ଯେ ଆପଣ ଅନୁଭବ କଲେ ଜାଣି ପାରିବେ କିନ୍ତୁ କରି ନ ଜାଣିଲେ ଓଲଟା ଫଳ ମିଳିବ। କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ପ୍ରତଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରିବେ। ଫଳରେ ଲୋକ ସମ୍ପର୍କ ବୃଦ୍ଧି ପାଇବ ଓ ପ୍ରଶଂସିତ ମଧ୍ୟ ହେବେ। ଆବଶ୍ୟକତା ପୂରଣ କରିବା ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ।
ତୁଳା
ତୁଳା
ରାଶିସ୍ଥ ଚନ୍ଦ୍ର ଯୋଗୁ ପ୍ରତ୍ୟେକ କ୍ଷେତ୍ରରୁ ଯାହା ପାଉଛନ୍ତି ସେତିକିରେ ସନ୍ତୁଷ୍ଟ ରହିବା ଭଲ, ଅନ୍ୟଥା ବେଶି ଆଶାକରି କିଛି ପାଇବେନାହିଁ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆଜିର ଯାତ୍ରା ଶୁଭପ୍ରଦ ହେବ। କଳା,ସାହିତ୍ୟ,ସାମ୍ବାଦିକତା, ନିର୍ମାଣ ଓ ଯାତ୍ରା ପାଇଁ ବହୁତ ଭଲ ରହିବ।
ବିଛା
ବିଛା
ମୁଖଭାବସ୍ଥ ପାପଗ୍ରହ ଯୋଗୁ ସାଧାରଣ କଥାରେ ଉତ୍ତେଜନା ବୃଦ୍ଧି ପାଇବା କାରଣରୁ କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ତଥାପି ଅନୁରାଧା ନକ୍ଷତ୍ର ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ସଫଳତା ହାସଲ କରିପାରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରି ସଫଳତା ହାସଲ କରିପାରନ୍ତି।
ଧନୁ
ଧନୁ
ରାଶିରେ ଏକାଧିକ ଗ୍ରହ ଯୋଗୁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ତଥାପି ସଫଳତା ପାଇଲେ ମଧ୍ୟ ନୂତନ କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ। ବନ୍ଧୁମାନଙ୍କ ଉପରେ ପୂର୍ଣ୍ଣ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ବୈବାହିକ କର୍ମ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ।
ମକର
ମକର
ରାହୁ ପ୍ରଭାବରେ ଆପଣଙ୍କ ବିରକ୍ତିପୂର୍ଣ୍ଣ ବ୍ୟବହାର କିମ୍ବା ଅର୍ଥ ସମ୍ବନ୍ଧିତ ସମସ୍ୟାରେ ମାନସିକ ସ୍ଥିତି ଭଲ ରହି ନ ପାରେ। ଦୁଷ୍ଟଲୋକଙ୍କ କଥାକୁ ସତ୍ୟ ମନେକରି ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ଓ ମନରେ ସନ୍ଦେହଜନିତ ଅଶାନ୍ତ ଭାବନା ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ସାଧାରଣ କଥାକୁ କେନ୍ଦ୍ରକରି ମିତ୍ରମାନେ ମଧ୍ୟ ଆକସ୍ମିକ ଭାବରେ ଶତ୍ରୁ ପାଲଟି ଯିବାର ଆଶଙ୍କା ରହିଛି। ଅବଶ୍ୟ ଆନୁଷ୍ଠାନିକ କ୍ଷେତ୍ରରେ, ରାଜନୈତିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢିପାରେ। ଅଧିକ ବୁଲାବୁଲି କାରଣରୁ ଶିରପୀଡାଜନିତ ଅସୁସ୍ଥତା ଦେଖାଦେଇପାରେ।
ମୀନମୀନ
ଆଜିର କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବାରୁ ମାନସିକ ଶାନ୍ତି ବୃଦ୍ଧିପ୍ରାପ୍ତ ହେବ। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri