Posted inRasifala

ରାଶିଫଳ: ରବିବାର, ନଭେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ, ପରିବାରରେ, ମିତ୍ର ବନ୍ଧୁରେ ଆନନ୍ଦମୟ ପରିବେଶ ସୃଷ୍ଟି କରିବ। କିନ୍ତୁ ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆକସ୍ମିକ ଭାବରେ ଆତ୍ମୀୟମାନଙ୍କ ନିକଟରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ।
ବୃଷ
ବୃଷ
ଅନ୍ୟମାନଙ୍କ କାନକୁ ମିଠା ଲାଗିଲା ଭଳି କଥା କହି କାମ ହାସଲ କରିବେ। ବହୁତ ବିଳମ୍ବରେ ହାତକୁ ନେଇଥିବା କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ଫେରନ୍ତା ବାଟରେ ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ, କିନ୍ତୁ ପ୍ରକାଶ୍ୟରେ କିଛି କହିପାରିବେ ନାହିଁ। ବ୍ୟବସାୟ, ପରିବହନ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ଆନୁଷ୍ଠାନିକ କାମରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ପାରିବାରିକ କ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି, ଯାହାକି ସମସ୍ୟା ସୃଷ୍ଟି କରବ। ଅର୍ଥ ସମ୍ବନ୍ଧିତ କ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି। ବିଭିନ୍ନ ଦିଗରୁ ରୋଜଗାର ବଢ଼ିବା ସହ ଅଳଙ୍କାର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
କର୍କଟ
କର୍କଟ
ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହିବ ନାହିଁ। ଯାତ୍ରା ସମୟରେ ଅନ୍ୟମନସ୍କ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ କିମ୍ବା ଧନହାନି ଘଟିପାରେ। ନିଜ ଘର ପାଖରେ ପରକଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। କୌଣସି ସମସ୍ୟାରେ ମନ ଭାରାକ୍ରାନ୍ତ ରହିଥିବାରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ।
ସି˚ହ
ସି˚ହ
ଅଭାବ ନ ଥିଲେ ମଧ୍ୟ ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗର ଅଭାବ ମାନସିକ ସ୍ଥିରତାକୁ କ୍ଷୁଣ୍ଣ କରିବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ। ଅଫିସ୍‌ରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ସକାଳ ସମୟରେ ବ୍ୟବସାୟିକ କାରବାର, ବନ୍ଧୁଙ୍କ ସହ ଆଲୋଚନା ହେତୁ ଶୁଭଫଳ ପାଇପାରନ୍ତି।
କନ୍ୟା
ଆପଣଙ୍କର ଅଭାବନୀୟ ପରିସ୍ଥିତିକୁ ହୃଦୟଙ୍ଗମ କରି ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଅଧିକାଂଶ କ୍ଷେତ୍ର ବିଶେଷରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। ସଭାସମିତିରେ ରୋକ୍‌ଠୋକ୍‌ କଥା ପାଇଁ ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଅଫିସ୍‌ କାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କଥା ଭୁଲିଯାଇପାରନ୍ତି। ସ୍ବାସ୍ଥ୍ୟ ସମସ୍ୟାରେ ପୀଡିତ କୌଣସି ବନ୍ଧୁଙ୍କ ଦର୍ଶନ ପାଇଁ ମନ ଛଟପଟ ହେବ। ପ୍ରକାଶନ, ଚୁକ୍ତିପତ୍ର, ଆଲୋଚନା ତଥା ଲେଖାପଢ଼ାରୁ ଶୁଭଫଳ ପାଇବେ।
ବିଛା
ବିଛା
ବିଭିନ୍ନ ଅପ୍ରକାଶ୍ୟ ଘଟଣାକୁ କେନ୍ଦ୍ରକରି ଅଧିକାଂଶ ସମୟ ମନ ବିଚଳିତ ରହିବ। ଅନ୍ୟମାନଙ୍କ ମିଥ୍ୟାଳାପ କାରଣରୁ ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ମନ କଥା ମନରେ ରହିଯିବ ସିନା ଅଯଥା ରାଗି ଅନ୍ୟମାନଙ୍କ ସହ ଥିବା ସମ୍ପର୍କକୁ ଖରାପ କଲା ଭଳି କିଛି କାମ କରନ୍ତୁ ନାହିଁ। ଧନ ହାନି ଘଟିପାରେ।
ଧନୁ
ଧନୁ
ଆକସ୍ମିକ ସୃଷ୍ଟି ହୋଇଥିବା ପରିସ୍ଥିତି ଆପଣଙ୍କୁ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବାକୁ ବାଧ୍ୟ କରିବ। ଅଧିକାଂଶ ସମୟରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ମକର
ମକର
କାମର ଚାପ ବୃଦ୍ଧି ପାଇବା ଫଳରେ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ବାଣିଜ୍ୟ, ପରିବହନ, ନିର୍ମାଣ, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସଫଳତା ହାସଲ କରିବେ। ସଙ୍ଗଠନ, ସଭାସମିତି, ଆନୁଷ୍ଠାନିକ କାମ ତଥା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ଠିକ୍‌ ରହିଲେ ମଧ୍ୟ ସମସ୍ୟାଜନିତ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଅଯଥା ଖର୍ଚ୍ଚାନ୍ତ ଦୁଶ୍ଚିନ୍ତାର କାରଣ ହେବ। ପରିବାରରେ ସାଧାରଣ ଭୁଲ୍‌ ବୁଝାମଣାକୁ ଦୂରେଇ ନେଲେ ଉପକୃତ ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ଏଣୁ ବିବାଦୀୟ ଘଟଣାରେ ନୀରବତା ଶ୍ରେୟ ଅଟେ।
ମୀନମୀନ
ସମସ୍ୟା ସମାଧାନ କରିବା ସକାଶେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ରପ୍ତାନି ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ପ୍ରିୟ ବନ୍ଧୁଟି ସହ ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ସକାଳୁ ସକାଳୁ ଆଶା କରୁଥିବା କୌଣସି ଖବର ସହକର୍ମୀଙ୍କ ନିକଟରୁ ପାଇ ଖୁସି ହୋଇଯିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri