Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କ ରାଶିରେ ଶୁକ୍ରଙ୍କ ସହ ଚନ୍ଦ୍ରଙ୍କ ସଂଯୋଗରୁ ମନ ପ୍ରଫୁଲ୍ଲ ରହିବା ସହ ହସଖୁସିରେ ଦିନଟି ଅତିବାହିତ ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ କରିବେ। ଏହା ସାଙ୍ଗକୁ ସୁଖଭ୍ରମଣ ଯୋଗ ମଧ୍ୟ ରହିଛି। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ ସମ୍ମାନଜନକ ସ୍ଥିତିରେ ରହିବା ସହ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବୃଷ
ବୃଷ
ବିଳାସକାରକ ଗ୍ରହଙ୍କ ଶୁଭ ସଂସ୍ଥାନରୁ ମନୋରଞ୍ଜନ ପ୍ରିୟ ହେବେ ଏବଂ ତତ୍‌ ସମ୍ପର୍କିତ ଉପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବା ସାଙ୍ଗକୁ ଅର୍ଥଲାଭ ମଧ୍ୟ ହେବ। ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେବା ସହ ସନ୍ତାନ ହେତୁକ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ। ବ୍ୟବସାୟିକ ସ୍ଥିତି ପୂର୍ବ ପରି ରହିବ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ଶନିଙ୍କ ପ୍ରଭାବ କାମକୁ ବିଳମ୍ବ ଓ ସମସ୍ୟାବହୁଳ କରିବ। କିନ୍ତୁ ଏକାଦଶସ୍ଥ ଗ୍ରହ ଆପଣଙ୍କ ଆଶା ଓ ଅଭିଳାଷକୁ ପୂର୍ଣ୍ଣ କରିବାରେ ପଶ୍ଚାଦ୍‌ପଦ ହେବନାହିଁ। ବନ୍ଧୁମାନଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମନାନ୍ତରର ଆଶଙ୍କା ରହିଛି। କଳା, କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
କର୍କଟ
କର୍କଟ
ପ୍ରତ୍ୟେକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ, ଅବଶ୍ୟ ଖର୍ଚ୍ଚାନ୍ତ ହେଲେ ମଧ୍ୟ ସୁଯୋଗର ସଦୁପଯୋଗ କରିବାରେ ସଫଳ ହେବେ। କିନ୍ତୁ ଅଶ୍ଳେଷା ନକ୍ଷତ୍ର ମନକଥା ମନରେ ରଖିପାରିବେ ନାହିଁ, ଅନ୍ୟକୁ କହି ସମସ୍ୟାକୁ ଡାକି ଆଣିବେ। ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ।
ସି˚ହ
ସି˚ହ
ପୂର୍ବ ପରିକଳ୍ପିତ କାର୍ଯ୍ୟାରମ୍ଭ କଲେ କୌଣସି ଅସୁବିଧା ହେବନାହିଁ। ତଥାପି ପ୍ରତ୍ୟେକ କ୍ଷେତ୍ରରେ ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲ ଭାବରେ ଚିନ୍ତା କରିବା ଭଲ ହେବ। ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁମାନଙ୍କ ସାହାଯ୍ୟରେ ସଫଳତା ହାସଲ କରିବେ। ସ୍ଥଗିତ କାମ ସକାଶେ ଉପରିସ୍ଥଙ୍କୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
କନ୍ୟା
ଧନ ସ୍ଥାନକୁ ଗ୍ରହଙ୍କ ଦୃଷ୍ଟି ଆପଣଙ୍କୁ ଅର୍ଥ ସାଙ୍ଗକୁ ମନ ଚାହୁଁଥିବା ସୁବିଧା ସୁଯୋଗ ମଧ୍ୟ ପ୍ରଦାନ କରିବ। ହସ୍ତା ନକ୍ଷତ୍ର ଅସୁବିଧା କ୍ଷେତ୍ରରେ ନେତୃ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଅସ୍ଥିରତା ଦେଖାଦେଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାକୁ ସମର୍ଥ ହେବେ।
ତୁଳା
ତୁଳା
ଆପଣଙ୍କ ମନ ଯେମିତି, କାମ ମଧ୍ୟ ତଦନୁରୂପ ହେବାରେ କୌଣସି ଅସୁବିଧା ରହିବ ନାହିଁ। ଚେଷ୍ଟା କରୁଥିବା କାର୍ଯ୍ୟ ହାସଲ ସକାଶେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି।
ବିଛା
ବିଛା
ଗ୍ରହ ସ୍ଥିତି ଅନୁକୂଳ ରହିଥିଲେ ମଧ୍ୟ କୌଣସି ପରିସ୍ଥିତି ଆପଣଙ୍କୁ ଅସ୍ଥିରତା ପ୍ରଦାନ କରିପାରେ। କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପ୍ରତିକୂଳତା କାରଣରୁ ଆଜିହିଁ ସମ୍ପନ୍ନ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ଯାତ୍ରା, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ।
ଧନୁ
ଧନୁ
ଆପଣ ଧନୁ ପରି ନଇଁଯିବେ ସିନା କୌଣସି କ୍ଷେତ୍ରରେ ଭାଙ୍ଗପଡିବେ ନାହିଁ। ଏହି କାରଣରୁ ପରିବାର, ବନ୍ଧୁବର୍ଗ, ସାହିପଡ଼ିଶା ପ୍ରତ୍ୟେକ ଦିଗରୁ ଅପ୍ରିୟତା ମାଡ଼ି ଆସିବ। ଆକସ୍ମିକ ଭାବରେ ସ୍ଥାନାନ୍ତର କିମ୍ବା ନୂତନ କର୍ମସଂସ୍ଥାନ ପାଇଁ ମନ ବଳିପାରେ। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି ଏବଂ ସମ୍ପର୍କରେ ନ୍ୟୂନତାରୁ କ୍ଷୋଭ ପ୍ରକାଶ ମଧ୍ୟ କରିପାରନ୍ତି।
ମକର
ମକର
ସବୁ ଦିଗରୁ ଭଲ ଥିଲେ ମଧ୍ୟ ଯାହା ମନକୁ ଆସିଲା ତାହା କହିବା ଓ କରିବା ସମସ୍ୟାର କାରଣ ହେବ। ଯେତେ ଚେଷ୍ଟା କଲେ ମଧ୍ୟ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇ ପାରିବ ନାହିଁ। ବ୍ୟାବହାରିକ ବିଷମତା ଜନିତ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିବେ। ତଥାପି ପରକ୍ଷଣରେ ସମସ୍ୟା ସମାଧାନ ପାଇଁ ଚେଷ୍ଟିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଏକାଦଶସ୍ଥ ଉଚ୍ଚାରୋହୀ ମଙ୍ଗଳଙ୍କ ଯୋଗୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ। କିନ୍ତୁ ପରିବାରରେ ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ନିଜ ଦୋଷକୁ ଅସ୍ବୀକାର କରି ପାଖରେ ନ ଥିବା ଜିନିଷଟି ପାଇଁ ପରିବାରରେ ବିବାଦ ବଢ଼ିବ। ଆର୍ଥିକ, ବ୍ୟବସାୟିକ କ୍ଷେତ୍ର ଭଲ ରହିବା ସହ ବିବାଦୀୟ କ୍ଷେତ୍ରରେ ବିଜୟୀ ହେବେ।
ମୀନମୀନ
କେତୁଙ୍କ କୁପ୍ରଭାବରେ ଅପରିଣାମଦର୍ଶୀ ହୋଇ କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ତଥାପି ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିବେ। ଅର୍ଥ ସଂକଟ ରହିଥିଲେ ମଧ୍ୟ ନୂତନ କାର୍ଯ୍ୟାରମ୍ଭରେ କୃତକାର୍ଯ୍ୟ ହେବେ। ବନ୍ଧୁମାନଙ୍କ ସହଯୋଗରେ ନିଜ ପରିସରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ଯୁକ୍ତ ଏକାଦଶସ୍ଥ ଚନ୍ଦ୍ର ସନ୍ତାନଙ୍କ ସ୍ବାସ୍ଥ୍ୟହାନି ସାଙ୍ଗକୁ ସୁସମ୍ପର୍କ କ୍ଷେତ୍ରରେ ବାଧା ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଚାପର ସମ୍ମୁଖୀନ ହୋଇପାରନ୍ତି। ପ୍ରଶାସନିକ ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସ୍ବନକ୍ଷତ୍ରସ୍ଥ ଯୋଗୁ କର୍ମମୁଖର ରହିବେ ଏବଂ ପାରିବାରିକ କ୍ଷେତ୍ର ସରସ ସୁନ୍ଦର ରହିବ। ଆନୁଷ୍ଠାନିକ କାମରେ, ସଭାସମିତିରେ, ସତ୍‌ସଙ୍ଗର ସାନ୍ନିଧ୍ୟ ଲାଭରେ, ଆଲୋଚନା…

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri