Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ
ଆଜି କେନ୍ଦ୍ରକୋଣାଧିପଙ୍କ ଷଡ଼ାଷ୍ଟସ୍ଥିତିରୁ ଯାହା ଭାବୁଥିଲେ ତାହା ସହଜ ଓ ସୁବିଧାରେ ପାଇପାରିବେ ନାହିଁ । ଶନିଙ୍କ ଯୋଗୁ କାମଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବନାହିଁ। କିନ୍ତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରି ପାରନ୍ତି।
ବୃଷ
ବୃଷ
ବ୍ୟୟଭାବସ୍ଥ ଶୁକ୍ର ହେତୁ ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ପ୍ରକାରର କାରଣରୁ ମନଟା ଭଲ ରହିବ ନାହିଁ। ଆଲୋଚନା କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇଲେ ଅନର୍ଥର କାରଣ ହୋଇପାରେ। ବାଣିଜ୍ୟ ଓ ବ୍ୟବସାୟ ତଥା ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ମିଥୁନ
ମିଥୁନ
ପାପଯୁକ୍ତ ବୃହସ୍ପତି ଯୋଗୁ ଆଜି ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇପାରିବ ନାହିଁ। ବୁଧଙ୍କ ଦୁର୍ବଳତା କାରଣରୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ। ନିର୍ମାଣ କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢିଚାଲିବ।
କର୍କଟ
କର୍କଟ
ରାଶ୍ୟାଧିପ ସ୍ବଗୃହସ୍ଥ ଯୋଗୁ ସୁସ୍ଥତା ଫେରି ଆସିବ ଏବଂ ଆର୍ଥିକ ସଙ୍କଟ କ୍ରମଶଃ ଦୂରେଇଯିବ। କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବ୍ୟବସାୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରର ଅସଂଗତି ଦୂର କରିବା ସକାଶେ ପଦସ୍ଥବ୍ୟକ୍ତିଙ୍କ ସହ ଯୋଗାଯୋଗ କଲେ ଉପକୃତ ହେବେ। କୌଣସି ଆନୁଷ୍ଠାନିକ କାମ ସକାଶେ ଦୂରଯାତ୍ରା କରିବାକୁ ପଡିପାରେ। କଳା, ସାହିତ୍ୟ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ଯୋଗୁ ମନ ଖୁସି ରହିବ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ ପରିବହନରେ ଲାଭବାନ୍‌ ହେବେ।
କନ୍ୟା
ଗୁରୁମଙ୍ଗୁଳି ଯୋଗ କେତୁଯୋଗରୁ ଶୁଭଫଳ ପାଇବା ବଦଳରେ ପାରିବାରିକ ଅଶାନ୍ତି ଯୋଗୁ ବ୍ୟସ୍ତ ବିବ୍ରତ ହେବେ। କର୍ମକ୍ଷେତ୍ରରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମାଲି ମକଦ୍ଦମା, ତର୍କ ବିତର୍କ, ସଭା ସମିତି, ସଙ୍ଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇପାରନ୍ତି।
ତୁଳା
ତୁଳା
ତୃତୀୟାଧିପ ମଙ୍ଗଳ ଯୁକ୍ତ ହେତୁ ବନ୍ଧୁଙ୍କୁ ବିଭିନ୍ନ ପ୍ରକାରର କଥା କହିବା କାରଣରୁ ବିବାଦ ବଢ଼ିପାରେ। ଭଲ ସମ୍ପର୍କ ନ ଥିବା କାରଣରୁ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଶୁକ୍ରଙ୍କ ଶୁଭ ସଂସ୍ଥାନରୁ ଦୀର୍ଘଦିନର ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ। ଜ୍ୟେଷ୍ଠା ନକ୍ଷତ୍ରର ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। କଳା, ସାହିତ୍ୟ, ପ୍ରକାଶନ, ରାଜନୀତି, ସଙ୍ଗଠନ ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏ ସମାଧାନ ହୋଇଯିବ।
ଧନୁ
ଧନୁ
ସ୍ବଗୃହୀ ବୃହସ୍ପତି ଯୋଗୁ ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ସୁଧୁରିବାରେ ଲାଗିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଆତ୍ମୀୟମାନଙ୍କ ସହଯୋଗରେ ପରିବାରରେ ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ। ଶିଳ୍ପ, ବ୍ୟବସାୟ, ପ୍ରଶାସନ, ରାଜନୀତି, ଗବେଷଣା ଓ ବ୍ୟବସାୟରେ ଉନ୍ନତି କରିବେ।
ମକର
ମକର
ସପ୍ତମାଧିପତି ନିଜ ରାଶିରେ ରହି ଆପଣଙ୍କ ଆଶା ଓ ଅଭିଳାଷକୁ ପୂରଣ କରିବେ। କିନ୍ତୁ ଧନିଷ୍ଠା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ, ନତୁବା ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇ ପାରନ୍ତି। ଆଜିର ଯାତ୍ରା, ବନ୍ଧୁଙ୍କ ସହ ଆଲୋଚନା, ବାଣିଜ୍ୟ ଏବଂ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
କୁମ୍ଭ
କୁମ୍ଭ
ଭାଗ୍ୟାଧିପତି ସ୍ବଗୃହକୁ ଦେଖୁଥିବାରୁ ଆଜି ଯାହା ଚାହିଁବେ ତାହା ପାଇବାରେ କୌଣସି ଅସୁବିଧା ହେବନାହିଁ। ପାରିବାରିକ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କଲେ ଭଲ ହେବ। କଚେରି ମାମଲା ଫଇସଲା ହେବା ସହ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଆଜିର ଯାତ୍ରା ଅବଶ୍ୟ ସଫଳ ହେବ।
ମୀନମୀନ
ଶୁକ୍ରଙ୍କ ସୁପ୍ରଭାବରୁ ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କର ମନ ବୁଝିଲା ଭଳି କଥା କହି କାମ ହାସଲ କରିବେ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ। ଆଜି ଯାତ୍ରା, ବ୍ୟବସାୟ ଓ ଲୋକ ସମ୍ପର୍କ କାମ ପାଇଁ ଦିନଟି ବହୁତ ଭଲ ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri