Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ
ଆଜି ଏକାଧାରରେ ଆପଣଙ୍କ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିବ। ରାଗି ଯାଇଥିବା ଅବୁଝା ବନ୍ଧୁମାନଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ କାମରେ ବ୍ୟସ୍ତତା ବୃଦ୍ଧି ପାଇବ। ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ।
ବୃଷ
ବୃଷ
ଅଯାଚିତ ଭାବରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କେତେକ ସାଧାରଣ କଥାକୁ କେନ୍ଦ୍ର କରି କିମ୍ବା ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବା ସାଙ୍ଗକୁ ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଯେତେ ଭଲ କାମ କଲେ ମଧ୍ୟ ପରିବାର ଭିତରୁ ସମାଲୋଚିତ ହେବାକୁ ପଡିବ। ଆଜି ନିକଟ ସମ୍ପର୍କୀୟମାନଙ୍କ ଦ୍ୱାରା ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ। ଚେଷ୍ଟା କରୁଥିବା କାମରେ ସାମାନ୍ୟ ସଫଳତା ବିଳମ୍ବରେ ପାଇବେ।
କର୍କଟ
କର୍କଟ
ଆଜି ଆକସ୍ମିକ ଭାବରେ ଦୂରରେ ରହୁଥିବା ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ସମ୍ବାଦ ଶୁଣି ଖୁସି ହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ, କିନ୍ତୁ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କମ୍ପାନୀ ତରଫରୁ ଆଦେଶପ୍ରାପ୍ତ ହୋଇ ଦୂରଭ୍ରମଣର ସୁବିଧା ଲାଭ କରିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତା ପ୍ରକଟ କରିପାରନ୍ତି।
କନ୍ୟା
ଦୀର୍ଘ ଦିନର ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ସୃଷ୍ଟି କରିପାରେ। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରି ସମାଲୋଚିତ ହୋଇପାରନ୍ତି। ପରକଥାରେ ପଡି ଭୁଲ୍‍ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡିପାରେ। ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇପାରନ୍ତି।
ତୁଳା
ତୁଳା
ସାମାଜିକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନତୁବା ହଇରାଣ ହେବାକୁ ପଡିପାରେ। ସାୟାହ୍ନେ ପାରିବାରିକ ଅଶାନ୍ତି ହେତୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ଅସ୍ଥିରତା କର୍ମକ୍ଷେତ୍ରକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ନିଜ ନିଜର ସାଙ୍ଗସାଥୀମାନଙ୍କ ମଧ୍ୟରେ ସାମୟିକ ଅଶାନ୍ତି ଦେଖାଦେଇପାରେ। ଅଫିସ୍‌ କାମରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ମକର
ମକର
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯିବେ, ତାହା ଅବଶ୍ୟ ସଫଳ ହେବ। ଘରର କେତେକ ଅତ୍ୟାବଶ୍ୟକ ଜିନିଷକୁ ଆଣିବାକୁ ବାଧ୍ୟ ହେବେ। ଅପରାହ୍ନରେ କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡିବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରର ଅସଜଡା ପରିସ୍ଥିତିକୁ ସଜାଡି ନେବାର ପ୍ରୟାସ କରି ନିଶ୍ଚିତ ସଫଳତା ପାଇବେ। ଆର୍ଥିକ ସ୍ଥିତି କ୍ରମଶଃ ଦୁର୍ବଳ ରହିବା କାରଣରୁ ସାମୟିକ ଚିନ୍ତା କରିବାକୁ ପଡିବ। ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସହଜ ଓ ସୁବିଧାରେ ହାତକୁ ନେଇଥିବା କାମଗୁଡିକ ସମ୍ପନ୍ନ ହୋଇଯିବ। ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବା ସମ୍ଭାବନା ରହିଛି।
ମୀନମୀନ
ପାରସ୍ପରିକ ଭୁଲ୍‌ ବୁଝାମଣା କାରଣରୁ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ। ନିଜ ପରିସରରେ ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ପ୍ରବୃତ୍ତି ଯୋଗୁଁ ହଇରାଣ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri