Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ

ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ସକାଳୁଆ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ଲାଗି ରହିବ। ଯାନବାହନ ଚଳାଇବା ସମୟରେ ଅନ୍ୟମନସ୍କତା ଅସୁବିଧାର କାରଣ ହେବାର ସମ୍ଭାବନା ରହିଛି।
ବୃଷ
ବୃଷ
ଆର୍ଥିକ ଅଭାବ ଓ ଅନଟନକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ। ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ବନ୍ଧୁ ମିଳନ, କଳା, ସାହିତ୍ୟ, ସଭା ସମିତିରେ ସମ୍ମାନିତ ହେବେ। ବ୍ୟବସାୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ।
ମିଥୁନ
ମିଥୁନ
ଆପଣଙ୍କର ସହନଶୀଳତା ଓ ଉଦାରତା ଗୁଣରୁ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରନ୍ତୁ, ନତୁବା ପରେ ଅନୁତାପ କରିବାକୁ ପଡିପାରେ। ପ୍ରକୃତ ଘଟଣା ନ ବୁଝି ପଡୋଶୀ ବିନା କାରଣରେ କ୍ରୋଧ ପ୍ରକାଶ କରିପାରନ୍ତି। ସହକର୍ମୀଙ୍କ ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ।
କର୍କଟ
କର୍କଟ
ବିଗତ ଦିନ ମାନଙ୍କରୁ ରହିଯାଇଥିବା କାମଗୁଡିକ ସହଜ ଓ ସୁବିଧାରେ ହେବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ଥି ଲାଭ କରିବେ। ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ଏଣୁ ସତର୍କତାର ସହ କାମ କରିବା ଭଲ।
ସି˚ହ
ସି˚ହ
ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ କାମଗୁଡିକ ସୁବିଦାରେ ହୋଇପାରିବ ନାହିଁ। ରାଜନୀତି ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ଜମିଜମା, କଳକାରଖାନା, ସଭାସମିତିରେ ସଫଳତା ଅର୍ଜନ କରିବେ। ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମଧ୍ୟ ମନ ବଳିପାରେ।
କନ୍ୟା
କାମ ଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିବେ। ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ କିନ୍ତୁ ଯାହା କାମକୁ ଆସିବନାହିଁ। ଅର୍ଥ ଲାଭରୁ କିମ୍ବା କଳ୍ପନାର ବାହାରେ ଥିବା କୈାଣସି କାର୍ଯ୍ୟ ହାସଲ ହେତୁ ଖୁସୀ ରହିବେ। ସଭାସମିତି,କଳା,ସାହିତ୍ୟ, ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ସାମିଲ୍‌ ହୋଇପାରନ୍ତି।
ତୁଳା
ତୁଳା
ଆଜି ଆପଣ ଆଜି ନିଜ ଲୋକମାନଙ୍କ ଉପରେ ଭରସା କରି ପାରିବେ ନାହିଁ। ଫଳରେ କାମ ହାସଲ ପାଇଁ ଅନ୍ୟର ସହାଯ୍ୟ ଲୋଡିବାକୁ ବାଧ୍ୟ ହେବେ। ଯାନବାହାନ ଚାଳାନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା କୈାଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିବ। ଚିତ୍ରାର ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
ସହକର୍ମୀଙ୍କ ପ୍ରାୟୋଜିତ କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଆଲୋଚନା ପରିସରରେ ଶତ୍ରୁତା କରୁଥିବା ବ୍ୟଚ୍ଛି ଦ୍ୱାରା ଅସମ୍ମାନିତ ହୋଇ ପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୁତ୍ରରେ ଅର୍ଥ ଆଣିବେ। କୌଣସି ଗୁରୁତ୍ୱପୂର୍ଣ୍ଣ କାମରେ ବନ୍ଧୁ ମିଳନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ଧନୁ
ଧନୁ
କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଅଧିକାଂଶ ସମୟ ଭଲ ଲାଗିବ ନାହିଁ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହାକି ଚିନ୍ତା ବୃଦ୍ଧି କରିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ। ନିର୍ମାଣ, ଚୁକ୍ତିପତ୍ର, ମାଲିମକଦ୍ଦମା ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମକର
ମକର
କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପରୋକ୍ଷଶତ୍ରୁତା କାରଣରୁ କାମ ହାସଲ କରିବାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ। ଏହା ସଙ୍ଗକୁ ପଡୋଶୀ କେହି ପ୍ରତିବାଦର ସ୍ବର ଉଠାଇ ମନରେ ଅସ୍ଥିରତା ସୃଷ୍ଟି କରିପାରନ୍ତି।
କୁମ୍ଭ
କୁମ୍ଭ
ଆକସ୍ମିକ ଭାବରେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଆକସ୍ମିକ ଦୂର ଯାତ୍ରା କରିବାକୁ ପଡିପାରେ। ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ।
ମୀନମୀନ

ପରିବାରରେ ସମସ୍ୟା ସମାଧାନ ନହେବା କାରଣରୁ ଟେନସନ୍‌ ବଢିଯାଇପାରେ। କର୍ମକ୍ଷେତ୍ରରେ ସହଯୋଗ ଭିତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ସାଧାରଣ କଥାକୁ କେନ୍ଦ୍ର କରି ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହେବାର ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri