Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ

ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ଓ କଳା, କ୍ରୀଡ଼ା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ନିକଟ ସମ୍ପର୍କୀୟମାନଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକ ମାନଙ୍କୁ ଦାୟୀ କରିବେ।
ବୃଷ
ବୃଷ
ପରୋକ୍ଷ ଶତ୍ରୁତା କାରଣରୁ ନିଜେ କୌଣସି ପ୍ରକାରର ଭୁଲ୍‌ ନ କରି ମଧ୍ୟ ଦୋଷୀ ରୂପେ ପରିଗଣିତ ହେବେ। କେତେକ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଏହା ଘଟିବାର ସମ୍ଭାବନା ଅଧିକ ରହିଛି। ଅର୍ଥ କିମ୍ବା ଆବଶ୍ୟକତା ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ । ସାଧାରଣ ପରିସ୍ଥିତିରେ ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟରେ ଉନ୍ନତି, ଗୃହରେ ଶାନ୍ତି, ଜମିଜମା ବିବାଦର ସମାଧାନ କାରଣରୁ ଆନନ୍ଦ ଅନୁଭବ କରିବେ । ସଭାସମିତି, ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଅନୁକୂଳ ଫଳ ପାଇବେ। ପ୍ରେସ୍‌ ପବ୍ଳିକେଶନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହେବେ। ଶିଳ୍ପ, ବାଣିଜ୍ୟରେ ବିଭିନ୍ନ ପ୍ରକାରର ଚାପର ସମ୍ମୁଖୀନ ହୋଇପାରନ୍ତି।
କର୍କଟ
କର୍କଟ
ନୂତନ କର୍ମାରମ୍ଭର ପ୍ରାଥମିକ ସ୍ତରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ । ଭ୍ରମଣ ସୁଯୋଗ, ସତ୍ସଙ୍ଗ, ବନ୍ଧୁଙ୍କ ନିମନ୍ତ୍ରଣ, ଦୂରଯାତ୍ରା ଓ ବନ୍ଧୁମିଳନ ଜନିତ ମନ ଏକପ୍ରକାର ଖୁସୀ ରହିବ। ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ।
ସି˚ହ
ସି˚ହ
ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ । ସଦାବେଳେ ହାତଖାଲି ରହିବାରୁ ମନରେ ସରସତା ରହିବ ନାହିଁ । ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ ।
କନ୍ୟା
ହଠାତ୍‌ ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କକୁ ନେଇ ବିବାଦ ଦେଖାଦେଇ ପାରେ। ଚିତ୍ରା ନକ୍ଷତ୍ରର ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯତ୍ନ କରିପାରନ୍ତି। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିି ବିଶେଷ ସହାୟତା କରିବେ। ଭଲ ସମ୍ପର୍କ ନ ଥିବା ଆମତ୍ୀୟମାନେ ପଛରେ ବିଭିନ୍ନ ପ୍ରକାରର କଟୁ କଥା କହିବେ।
ତୁଳା
ତୁଳା
ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁ ମିଳନ ଘଟିବ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ବରେ ପଡିପାରନ୍ତି। ବକେୟା ଟଙ୍କା ପାଇଁ ସମସ୍ୟା ଉପୁଜିବା ସହ ପରିବହନରେ ଝଗଡା ଲାଗିପାରେ।
ବିଛା
ବିଛା
ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି । ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପ୍ରିୟଜନମାନଙ୍କ ସାହାଯ୍ୟରୁ ଅପରାହ୍ନେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। ବ୍ୟବସାୟ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସମଧାନ କରିବାରେ ସାହାଯ୍ୟ କରିବ। ଯେ କୌଣସି କାମ ଆରମ୍ଭ ପୂର୍ବରୁ ସରଳ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ଶାରୀରିକ ସୁସ୍ଥତା ଫେରିପାଇବେ କିନ୍ତୁ ବହୁତ ହଇରାଣ, ହରକତ ହେବାକୁ ପଡିପାରେ। ଲେଖାପଢ଼ା ତଥା ପ୍ରକାଶନ, ପ୍ରଶାସନ, ଯୋଗାଯୋଗ କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
କୌଣସି ପ୍ରିୟଜନଙ୍କ ସମ୍ପର୍କରେ ଚିନ୍ତା କରି ମନଟା ଭଲ ଲାଗି ନ ପାରେ ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, ସ୍ତ୍ରୀ ସମ୍ପର୍କ, ବିବାଦୀୟ ଘଟଣା ନିର୍ମାଣ ଓ ପରିବହନରେ ସମସ୍ୟା ଏହାର କାରଣ ହେବ। ନିଜ ଅବହେଳାରୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ନୂତନ ଗୃହ, ଯାନ ବାହାନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ଆର୍ଥିକ ସମସ୍ୟା, ମାମଲା, ଜମିଜମା ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଉଦ୍ୱିଗ୍ନ ରହିବ।
ମୀନମୀନ

ଆଜି ଯେଉଁ କାମରେ ହାତଦେବେ, ସେଥିରେ ନିଶ୍ଚିତ ସଫଳତା ହାସଲ କରିବେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri