Posted inRasifala

ରାଶିଫଳ: ଶନିବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ବାକ୍‌ଯୁଦ୍ଧ,କଥା କଟାକଟି ଜନନିତ ମତାନ୍ତରର ଆଶଙ୍କା ରହିଛି । ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ । ଆନୁଷ୍ଠାନିକ କ୍ଷେତ୍ର ପାଇଁ କୈାଣସି ପ୍ରତିକୂଳ ପ୍ରଭାବ ପଡିବ ନାହିଁ । ସାମାଜିକ ସ୍ତରରେ ପାଖ ପଡୋଶୀ ମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି ।
ବୃଷ
ବୃଷ
ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ମତନ୍ତର ଓ ଯୁକ୍ତିତର୍କ ମାଧ୍ୟମରେ ବିଜାତୀୟ ବ୍ୟକ୍ତିଙ୍କ ସହ କଳହ ଘଟିପାରେ । ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ । କୈାଣସି ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି ।
ମିଥୁନ
ମିଥୁନ
ମାନସିକ ସ୍ତରରେ ବ୍ୟଗ୍ରତା ଓ ଅସ୍ଥିରତା ଆଜିର ମୁଖ୍ୟ ସମସ୍ୟା ରୂପେ ଦେଖାଦେବ । କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା,ରପ୍ତାନୀ କାରବାରରେ କଳହ,କିମ୍ବା ବନ୍ଧୁଙ୍କ ସହ ମତାନ୍ତର ଏହାର କାରଣ ହୋଇପାରେ । ଅସୁବିଧାରେ ପଡିଥିବା ଲୋକଟି କୁ ସାହାଯ୍ୟ କରିବେ କିନ୍ତୁ ସମାଲୋଚିତ ହେବାକୁ ପଡିପାରେ ।
କର୍କଟ
କର୍କଟ
ବିଭିନ୍ନ୍‌ ପ୍ରକାରର ପାରିବାରିକ ସମସ୍ୟା କୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍‌ ରହିନପାରେ । ଶିଳ୍ପ,ବାଣିଜ୍ୟ,ବ୍ୟବସାୟ. ପରିବହନ,ହୋଟେଲ,ଯାନ୍ତ୍ରିକ ଶିଳ୍ପ,ଓ ପରିବହନରେ ସଫଳତା ମିଳିବ । ଅଫିସ୍‌ ରେ ସହକର୍ମୀ ମାନଙ୍କ ସହ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ ।
ସି˚ହ
ସି˚ହ
ନିଜର କଥା ଓ ବ୍ୟବହାରରେ ସଂଯମତା ଅବଲମ୍ବନ କଲେ ଉପକୃତ ହୋଇପାରିବେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ସଭାସମିତିରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବାର ଅଅଶା କରାଯାଇପାରେ ।
କନ୍ୟା
ପରିବାରର ଅଶାନ୍ତ ପରିସ୍ଥିତି,ଗୃହଛିଦ୍ର.ବନ୍ଧୁଙ୍କ ଅନୁଚିତ କାର୍ଯ୍ୟକଳାପ ଦୁଃଶ୍ଚିନ୍ତାର କାରଣ ହୋଇପାରେ । ମନ ଭଲ ନଥିବାରୁ ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିବେ । କଚେରୀ ମାମଲା ଦିଗରୁ ସାମୟିକ ଆଶ୍ୱସ୍ଥି ଲାଭର ସୂଚନା ପାଇବେ । ଅନ୍ୟମନସ୍ଥତା ହୋଇପାରନ୍ତି।
ତୁଳା
ତୁଳା
ଯାହା ଚାହୁଁଛନ୍ତି ତାହା କରିପାରିବେ,ପ୍ରତିବନ୍ଧକ ବିନା ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ଜମିଜମା କିମ୍ବା ନିର୍ମାଣ ଓ ସାଂଗଠନିକ କ୍ଷେତ୍ରରେ ବିତର୍କର ସମ୍ଭାବନା ରହିଛି । ଯାନାବାହନ ଚାଳନାରେ ସତର୍କ ରହନ୍ତୁ,ଅନ୍ୟଥା ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ । ବନ୍ଧୁ ଗହଣରେ ବ୍ୟବହାରିକ ବ୍ୟତିକ୍ରମ ସାମୟିକ ବାଧା ସୃଷ୍ଟି କରିପାରେ।
ବିଛା
ବିଛା
 ନିର୍ଦ୍ଦିଷ୍ଟ ସମୟରେ ଆପଣଙ୍କ ଅନୁପସ୍ଥିତି ପାଇଁ କୈଫିୟତ ଦେବାକୁ ପଡିପାରେ । ଆପଣଙ୍କ ଆସିବା ବାଟକୁ ଚାହିଁ ବସିଥିବା ବନ୍ଧୁଟି ମନେ ମନେ ବହୁତ ବିରକ୍ତି ପ୍ରକାଶ କରିବ । ପୂର୍ବର ଅସୁବିଧାଜନକ ସମୟ କ୍ରମଶଃ ବଦଳି ଯିବ ଓ ବନ୍ଧୁ ମାନେ ସହେଯାଗର ହାତ ବଢାଇବେ । ଯାନବାହନ,ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ ।
ଧନୁ
ଧନୁ
ପରିବାର ମଧ୍ୟରେ ବୁଝାମଣାର ଅଭାବ ଜନିତ ସମସ୍ୟା ଯୋଗୁଁ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ । ମାନସିକ ଅସ୍ଥିରତା ମଧ୍ୟରେ ପଡୋଶୀମାନେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାରେ ମଧ୍ୟ କଳହ କରିପାରନ୍ତି । ଆର୍ଥିକ ସ୍ଥିତି ବହୁତ ଭଲ ରହିବ ଏବଂ କୈାଣସି ମୂଲ୍ୟବାନ ଜିନିଷ ଖରିଦ କରିପାରନ୍ତି ।
ମକର
ମକର
ପାରିବାରିକ କ୍ଷେତ୍ରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ସଭାସମିତିରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧି ପାଇବ । ଶୀଘ୍ର ଆସିବାକୁ କହି ଆସିନଥିବା ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବା ହେତୁ ବିବାଦ ଅପସରି ଯିବ ଓ କାମ ମଧ୍ୟ ସନ୍ତୋଷଜନକ ରହିବ । ତଥାପି ପିଲା ମାନଙ୍କ ସକାଶେ କୈାଣସି ବ୍ୟକ୍ତିଙ୍କ ସହ ତର୍କର ସମ୍ମୁଖୀନ ହୋଇପାରନ୍ତି । ବ୍ୟବସାୟ,ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନର ଆଶା ରହିଛି ।
ମୀନମୀନ
ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ଅନ୍ୟ ମାନଙ୍କ କଥାକୁ ନେଇ ମାନସିକ ସୁସ୍ଥତା କେତେକାଂଶରେ ବାଧାପ୍ରାପ୍ତ ହେବ । ଆର୍ଥିକ ଦିଗରୁ ଦିନଟି ସନ୍ତୋଷଜନକ ରହିବା ସହ ପାରିବାରିକ ସଦ୍‌ଭାବ ଜନିତ ମନ ଖୁସୀ ରହିବ । ବନ୍ଧୁ ଗହଣରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ କାରଣ ଅଯଥା ମନାନ୍ତର ସୃଷ୍ଟି ହୋଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri