Posted inRasifala

ରାଶିଫଳ: ଶନିବାର, ଜାନୁଆରି ୧୧ ତାରିଖ – Daily Horoscope

ମେଷ
ରାଶ୍ୟାଧିପ ମଙ୍ଗଳ ସ୍ବଗୃହୀ ହେଲେ ମଧ୍ୟ ବାଧକାଧିପ ଶନିଙ୍କ ନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ସମସ୍ୟା ପୂର୍ଣ୍ଣତଃ ଉପଶମ ନ ହୋଇପାରେ । ନିଜ ପରିସରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପାରିବାରିକ କ୍ଷେତ୍ରର ଅସନ୍ତୋଷ ଆପୋସ ଆଲୋଚନା ଦ୍ୱାରା ସମାଧାନ ହୋଇପାରିବ । ଆର୍ଥିକ ସଙ୍କଟ ମଧ୍ୟରେ ଗତି କରି ବିଚଳିତ ରହିବେ।
ବୃଷ
ବୃଷ
ରାଶ୍ୟାଧିପ କର୍ମାଧିପଙ୍କ ନକ୍ଷତ୍ରରେ ରହିଥିବାରୁ ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପ୍ରତ୍ୟେକ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ । ପାରିବାରିକ କ୍ଷେତ୍ରରେ ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଲୋକସମ୍ପର୍କ, ବ୍ୟବସାୟିକ ସ୍ଥିତି, ପୂର୍ବ ସ୍ଥିରୀକୃତ କାଯର୍ର୍‌ୟ,ଯାତ୍ରାରୁ ସୁଫଳ ପାଇବେ ।
ମିଥୁନ
ମିଥୁନ
କୌଣସି ହିତୈଷୀ ବନ୍ଧୁଙ୍କ ସାହାଯ୍ୟ ପ୍ରତିଶ୍ରୁତିରୁ ଦୁସ୍ଥ ମାନସିକତାରେ ପରିବର୍ତ୍ତନ ଘଟିପାରେ । ଆର୍ଥିକ ଓ ପାରିବାରିକ ସ୍ଥିତିରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ । କର୍ମକ୍ଷେତ୍ରରେ ଅବହେଳିତ କାମ ସକାଶେ ଅନୁତାପ କରିବାକୁ ପଡ଼ିବ । ଶୁକ୍ରଙ୍କ ଶୁଭତ୍ୱରୁ ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି।
କର୍କଟ
କର୍କଟ
ରାଜଯୋଗକାରକ ମଙ୍ଗଳଙ୍କ ସୁପ୍ରଭାବରୁ କାର୍ଯ୍ୟସିଦ୍ଧି,ବନ୍ଧୁପ୍ରୀତି,ଅର୍ଥଲାଭ, ଶୁଭଖବରାଦି ପ୍ରାପ୍ତହେବ । ପରୋକ୍ଷ ଶତ୍ରୁତା ପ୍ରତ୍ୟେକ କାର୍ଯ୍ୟରେ ସାମୟିକ ସମସ୍ୟା ସୃଷ୍ଟି କଲେ ମଧ୍ୟ ଆପଣଙ୍କ କର୍ମପ୍ରବାହର ଗତିରୋଧ ହେବ ନାହିଁ । ବ୍ୟବସାୟ, ପରିବହନ, ପ୍ରଶାସନ ଓ ଆନୁଷ୍ଠାନିକ କାର୍ଯ୍ୟକ୍ରମରେ ଟେନ୍‌ସନ କିଛି ମାତ୍ରାରେ ଲାଗିରହିବ।
ସି˚ହ
ସି˚ହ
ମଙ୍ଗଳପ୍ରଦ ମଙ୍ଗଳ ଅମଙ୍ଗଳ ବିନାଶକରି ମାଙ୍ଗଳିକ କାମପାଇଁ ମାର୍ଗ ଉନ୍ମୁକ୍ତ କରିବେ । ଲୋକସମ୍ପର୍କ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରି ପ୍ରଶଂସିତ ହେବେ। କିନ୍ତୁ ମଘା ନକ୍ଷତ୍ର ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ସ୍ଥଗିତ କାମପାଇଁ କୈଫିୟତ ଦେବାକୁ ପଡ଼ିପାରେ । ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବା ଆଶଙ୍କା ରହିଛି ।
କନ୍ୟା
ଚତୁର୍ଥ ଓ ଦଶମସ୍ଥାନ ପାପାକ୍ରାନ୍ତ ଯୋଗୁ ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ସମସ୍ୟାବହୁଳ ରହିବ । ସମ୍ପର୍କୀୟମାନେ ସମ୍ମୁଖରେ ହିତବାଣୀ ଶୁଣାଉଥିଲେ ହେଁ ପରୋକ୍ଷରେ ବିରୁଦ୍ଧାଚରଣ କରିବେ । ସଭାସମିତିରେ, ଆଲୋଚନା ଅବସରରେ ସମ୍ମାନଜନକ ସ୍ଥିତିରେ ରହିପାରନ୍ତି। ଯାତ୍ରା,ବାଣିଜ୍ୟ, ଶିଳ୍ପ, ପ୍ରକଳ୍ପାରମ୍ଭ ପାଇଁ କୌଣସି ଅସୁବିଧା ହେବନାହିଁ ।
ତୁଳା
ତୁଳା
ଆଜି ଶୁକ୍ରଙ୍କ ସ୍ଥାନ ସ୍ଥିତିରୁ ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମୟ ଅତିବାହିତ କରିବେ । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ । ଘରୋଇ ବ୍ୟାପାରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ବରେ ପଡ଼ିପାରନ୍ତି । ଅସାବଧାନତା କାରଣରୁ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ ।
ବିଛା
ବିଛା
ଏକାଧିକ ଗ୍ରହ ଧନସ୍ଥାନସ୍ଥ ଯୋଗୁ ବିଭିନ୍ନ କାମରୁ ଅର୍ଥଲାଭର ସମ୍ଭାବନା ରହିଛି । କିନ୍ତୁ କଥାବାର୍ତ୍ତା କିମ୍ବା ବ୍ୟବହାରରେ କୌଣସି ବ୍ୟତିକ୍ରମ ଅଶାନ୍ତ ସ୍ଥିତି ଉତ୍ପନ୍ନ କରିପାରେ । ଯାତ୍ରା,ବାଣିଜ୍ୟ,ପରିବହନ,କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ । ନିକଟ ସମ୍ପର୍କୀୟ ମାନଙ୍କ ସହ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ ।
ଧନୁ
ଧନୁ
ରାଶିରେ ଏକାଧିକ ଗ୍ରହ ଦୈହିକ ଓ ମାନସିକ ସ୍ଥିତିକୁ ବିକ୍ଷିପ୍ତ କରିପାରେ । କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ନିଜର ପତିଆରା ବୃଦ୍ଧି ପାଇବ ଓ ବିଜୟୀ ହେବେ । ସନ୍ତାନଙ୍କ ବୈବାହିକ କର୍ମ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ସୂଚନା ରହିଛି ।ଅନ୍ୟାନ୍ୟ କାର୍ଯ୍ୟରେ ବ୍ୟସ୍ତ ରହିବା କାରଣରୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ ।
ମକର
ମକର
ଶୁକ୍ର ପ୍ରଭାବରେ ମନକୁ ସୁହାଇଲା ଭଳି କଥା କହି କାମ ହାସଲ କରିପାରିବେ । କିନ୍ତୁ ଶ୍ରବଣା ନକ୍ଷତ୍ର ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହୋଇପାରନ୍ତି। ସାଧାରଣ ଯୁକ୍ତିତର୍କଜନିତ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ ।
କୁମ୍ଭ
କୁମ୍ଭ
ଦ୍ୱାଦଶସ୍ଥ ଶୁକ୍ର ବିଳାସବ୍ୟସନ ଓ ମନୋରଞ୍ଜନର ମଉକା ସୃଷ୍ଟି କରିପାରନ୍ତି । କିନ୍ତୁ ଶତଭିଷା ନକ୍ଷତ୍ରର ଅଭାବ ନ ଥିଲେ ମଧ୍ୟ ଅର୍ଥ ସମ୍ପର୍କି ତ କାମରେ ଅସ୍ଥିରତା ଲାଗି ରହିବ । ଅନ୍ୟ ମାନଙ୍କ କଥାରେ ପ୍ରଭାବି ତ ହେବା ସହ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବି ବ୍ରତ ହେବେ । ନିଜ ପରିବେଶରେ କିମ୍ବା ସଭାସମିତି ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ।
ମୀନମୀନ
ପାପଗ୍ରହ ପ୍ରଭାବରେ ପାରିବାରିକ କ୍ଷେତ୍ର ବୁଝାମଣା ଅଭାବରୁ ଅଶାନ୍ତ ରହିବ । ଗାଡ଼ି,ମୋଟର ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ  ବିଳମ୍ବିତ ସମୟରେ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବା ବ୍ୟତୀତ ଅନ୍ୟ କୌଣସି ଅସୁବିଧା ରହିବ ନାହିଁ । ଆଜି ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri