Posted inRasifala

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ
ଆଜି ଅଷ୍ଟମ ଚନ୍ଦ୍ର ହେତୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗଟି ଅନୁକୂଳ ରହିଲେ ମଧ୍ୟ ସାମାନ୍ୟ ବ୍ୟତିକ୍ରମ ମଧ୍ୟ ପରିଲକ୍ଷିତ ହୋଇପାରେ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି, ଦୂରଯାତ୍ରା ଓ ସ୍ଥାନାନ୍ତରର ସୂଚନା ପାଇ ବିସ୍ମିତ ହୋଇପାରନ୍ତି । ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ହଠାତ୍‌ ବଦଳିଯିବ ।
ବୃଷ
ବୃଷ
ନୀଚସ୍ଥ ଚନ୍ଦ୍ରଙ୍କ ଯୋଗୁ ଅଫିସରେ ସହକର୍ମୀଙ୍କ ସହ ମତାନ୍ତର ଘଟିବାର ସମ୍ୟକ୍‌ ସୂଚନା ରହିଛି । ପରିବାର ସକାଶେ ଆକସ୍ମିକ ଆବଶ୍ୟତା କାରଣରୁ ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇ ଚିନ୍ତାକୁ ବଢାଇ ଦେବ । କେତେକ କାରଣକୁ ନେଇ ଇଚ୍ଛା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ ।
ମିଥୁନ
ମିଥୁନ
ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ପ୍ରକାରର ଧନ୍ଦା କରିବା ସକାଶେ ମନ ବଳାଇବେ । କର୍ମକ୍ଷେତ୍ରରେ ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି ଓ ତାହାଙ୍କ ସାହାଯ୍ୟ ମଧ୍ୟ ପାଇବେ। ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।
କର୍କଟ
କର୍କଟ
ବକ୍ରୀ ଶୁକ୍ରଙ୍କ କାରଣରୁ ପରିବାରର କେତେକ ବ୍ୟତିକ୍ରମ କଥାକୁ ନେଇ ଚିନ୍ତିତ ରହିବେ । ଅଧସ୍ତନ କର୍ମଚାରୀ ଜଣେ କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି କଳହର ମାତ୍ରାକୁ ବଢାଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ ତଥା ଚଳଚ୍ଚିତ୍ର, ସାମ୍ବାଦିକତା କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ।
ସି˚ହ
ସି˚ହ
କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ଅନ୍ୟମାନଙ୍କ ପରାମର୍ଶକୁ ଗ୍ରହଣ କରିବା ଭଲ ହେବ । ବୃହସ୍ପତିଙ୍କ ଦୁର୍ବଳତା କାରଣରୁ ପିଲା ମାନଙ୍କୁ କେନ୍ଦ୍ରକରି କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଅନ୍ୟମାନେ ଶତ୍ରୁତା କଲେ କିଛି ସିନା କରିପାରିବେ ନାହିଁ। ଆତ୍ମୀୟମାନଙ୍କ ସକାଶେ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ।
କନ୍ୟା
ଅତୀତର କୌଣସି ଘଟଣାବଳୀକୁ କେନ୍ଦ୍ରକରି ମନରେ ଅନାଗତ ଭୟ ଓ ଆଶଙ୍କା ସୃଷ୍ଟି ହେବ । ସପ୍ତମାଧିପତି ନୀଚସ୍ଥ କାରଣରୁ ବ୍ୟବସାୟ,ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ଆଶଙ୍କା ରହିଛି । ଗୃହ ସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି ।
ତୁଳା
ତୁଳା
ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ ଦୃଷ୍ଟିକୋଣ ବଦଳି ଯାଇପାରେ । ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିବା ପରି ଆଶଙ୍କା ଦେଖାଦେବ । ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ନତୁବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଫେରିବା ସମୟରେ ଘରକୁ ବରାଦ ମୁତାବକ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି ।
ବିଛା
ବିଛା
ରାଶିରେ ଦୁର୍ବଳଚନ୍ଦ୍ର ପ୍ରଭାବରୁ ଦୁର୍ଭାବନା ଜନିତ ଅଭାବ ଅସୁବିଧା ନ ଥିଲେ ମଧ୍ୟ ମନଟା ଗୋଳେଇଘାଣ୍ଟି ଲାଗିବ । ପୁନଶ୍ଚ ଏହାସଙ୍ଗକୁ ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ମଧ୍ୟ ବଳିପଡ଼ିବ । ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ଲୋକକୁ ପରଖି ଯାହା କରିବା କଥା କହିବା ଓ କରିବା ଭଲ ହେବ ।
ଧନୁ
ଧନୁ
ଧନସ୍ଥାନସ୍ଥ ବଳବାନ୍‌ ଶନି ହେତୁ ଜମା ଅଭାବ ଅନୁଭବ କରିପାରିବେ ନାହିଁ, ଯେତେବେଳେ ଯାହା ଚାହିଁବେ ତାହା ପାଇପାରିବେ । ଗଣ ଯୋଗାଯୋଗ, ସାମ୍ବାଦିକତା, ଆମଦାନୀ କାରବାର,ପନିପରିବା ଦୋକାନୀ, ହୋଟେଲ ମାଲିକମାନେ ନିଜ ନିଜର ସ୍ଥାନରେ ବେଶ୍‌ ଖୁସୀ ରହିବେ ।
ମକର
ମକର

ଘର ଲୋକ ହୁଅନ୍ତୁ କିମ୍ବା ବାହାର ଲୋକ ହୁଅନ୍ତୁ, ସଭିଏ ଆପଣଙ୍କ କଥାକୁ ମାନି ଚଳିବେ । କେତେକ କ୍ଷେତ୍ରରେ ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇ ପାରନ୍ତି । ସହକର୍ମୀ କିମ୍ବା ଆତ୍ମୀୟ ସ୍ବଜନଙ୍କଠାରୁ ସାୟାହ୍ନରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ ।

କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ ଗତି କରିବାର ବହୁ ସମ୍ଭାବନା ରହିଛି । ବିନା ଖର୍ଚ୍ଚରେ କିମ୍ବା ସରଳ ଓ ସହଜରେ କୌଣସି କାମ ହାସଲ କରିବା ଆଜି ଦୁରୂହ ହୋଇପଡ଼ିବ । ପରିବାରରେ କାହାର ସ୍ବାସ୍ଥ୍ୟହାନି କାରଣରୁ ମନ ସ୍ଥିର ରହି ପାରିବ ନାହିଁ । ଅବଶ୍ୟ ବନ୍ଧୁମାନଙ୍କ ସହାୟତା ନେଇ ବ୍ୟବସାୟରେ ବକେୟା ଅର୍ଥ ଆଦାୟ ।
ମୀନମୀନ

କେତୁଙ୍କ କୁପ୍ରଭାବରୁ କର୍ମକ୍ଷେତ୍ର ସକାଶେ ସାମୟିକ ଚିନ୍ତିତ ରହିବେ କିନ୍ତୁ ପରକ୍ଷଣରେ ସବୁ କିଛି ଠିକ୍‌ ହୋଇଯିବ । ଶିକ୍ଷା, ସନ୍ତାନ, ଅଧ୍ୟୟନ, ଅଧ୍ୟାପନା, ଆଲୋଚନା ପାଇଁ ପ୍ରକୃଷ୍ଟ ଦିନଟିଏ କହିଲେ ଅତ୍ୟୁକ୍ତି ହେବ ନାହିଁ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଂଗଠନ, ଲେଖାପଢାରେ ସମସ୍ୟା ସମାଧାନ ହୋଇଯିବ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri