Posted inRasifala

ରାଶିଫଳ: ଶନିବାର, ଫେବ୍ରୁଆରି ୮ ତାରିଖ – Daily Horoscope

ମେଷ
ଆଜି କର୍ମସ୍ଥ ଶନି ହେତୁ ଆପଣଙ୍କ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେବାର ପ୍ରଯନତ୍ କରିବେ । ଅବଶ୍ୟ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିବେ ।
ବୃଷ
ବୃଷ
ତୃତୀୟସ୍ଥ ଚନ୍ଦ୍ର ଯୋଗୁ ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦକରି ଅପ୍ରିୟତା ଅର୍ଜନ କରିବେ । ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧଁ।ଦୌଡ଼ କରିବାକୁ ପଡ଼ିବ । ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂରହୋଇପାରେ ।
ମିଥୁନ
ମିଥୁନ
ପରିବାରରେ କେତେକ କଥା କହିବାକୁ ଇଚ୍ଛା ଥିଲେ ମଧ୍ୟ ସଙ୍କୋଚବଶତଃ କହିପାରିବେ ନାହିଁ । କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହେବା ଆଶଙ୍କା ରହିଛି । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
କର୍କଟ
କର୍କଟ
ଭାଗ୍ୟସ୍ଥ ଶୁକ୍ର ହେତୁ ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କିତ କୌଣସି ଅନୁଚିନ୍ତା ସାୟାହ୍ନେ ଦୂରହେବ । ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ । ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ । ପାରିବାରିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ ।
ସି˚ହ
ସି˚ହ
ରବି ଷଷ୍ଠସ୍ଥ ଯୋଗୁ କେବଳ ମନ ବୁଝିଲା ଭଳି କଥା କହି ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ପ୍ରକାର ଯୋଜନା କରିବେ । ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତଦେବାକୁ ସ୍ଥିର କରିବେ। ମଧ୍ୟାହ୍ନରେ କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
କନ୍ୟା
ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ । ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ । ଇଚ୍ଛା ନ ଥିଲେ ମଧ୍ୟ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।
ତୁଳା
ତୁଳା
ଆର୍ଥିକ ଅସନ୍ତୁଳନ ସାଙ୍ଗକୁ କାହା ମନ କାହା ସାଙ୍ଗରେ ନ ମିଶିବା କାରଣରୁ ମନ ଭଲ ରହିବ ନାହିଁ । ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥ ଆବଶ୍ୟକ ପଡ଼ିପାରେ । କର୍ମକ୍ଷେତ୍ରରେ ,ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିପାଇବ ।
ବିଛା
ବିଛା
ଆଜିର କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି,ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟିର କାରଣ ହେବା ସମ୍ଭାବନା ରହିଛି ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ । ଯେକୌଣସି ପ୍ରତିଯୋଗିତାରେ ଯୋଗଦେଲେ ଅବଶ୍ୟ ସଫଳତା ପାଇବା ଯୋଗୁ ମନ ଖୁସି ରହିବ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା,ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ ।
ମକର
ମକର
ଦୀର୍ଘଦିନରୁ ସ୍ଥଗିତ ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବା ସମ୍ଭାବନା ଅଛି । କଳା,ସାହିତ୍ୟ, କ୍ରୀଡ଼ା,ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ । ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ର କିମ୍ବା ପରିବାରରେ ଯେତେ ପ୍ରକାର ସମସ୍ୟା ସୃଷ୍ଟିକଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ । ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ
ଆଜି ଆକସ୍ମିକ ଭାବରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ,ଯାହାକି ବ୍ୟସ୍ତତାର କାରଣ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ...

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri