Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ
ଆଜି ଶନି ଓ କେତୁଙ୍କ ସହ ଆପଣଙ୍କୁ ଚନ୍ଦ୍ର ପ୍ରତ୍ୟେକ କ୍ଷେତ୍ରରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା ଆଶଙ୍କା ମଧ୍ୟରେ ଅସ୍ଥିରତା ସୃଷ୍ଟି କରିବ । ବନ୍ଧୁଙ୍କ ସହ ସହାନୁଭୂତିମୂଳକ ଆଲୋଚନା ମାଧ୍ୟମରେ ପରିବାରରେ ଶାନ୍ତି ଫେରି ଆସିବା ଆଶା କାରଯାଇପାରେ ।ଈର୍ଷାପରାୟଣ ପୂର୍ବକ ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି।
ବୃଷ
ବୃଷ
କର୍ମାଧିପତିଙ୍କ ସ୍ବଗୃହକୁ ଦୃଷ୍ଟି କାରଣରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ ସ୍ଥିତି ଓ ଅର୍ଥ ସମ୍ପର୍କିତ କଥାବାର୍ତ୍ତା ସାଙ୍ଗକୁ ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। କିଛି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ପ୍ରତ୍ୟେକ ଦିଗ ଅନୁକୂଳ ରହିବ ।
ମିଥୁନ
ମିଥୁନ
ତୃତୀୟଭାବରେ ଏକାଧିକ ଗ୍ରହ ଭାଗ୍ୟସ୍ଥାନକୁ ପ୍ରଭାବିତ କରୁଥିବାରୁ ଆପଣଙ୍କ ଆଶା ଓ ଅଭିଳାଷ ଅଚିରେ ପୂରଣ ହୋଇପାରିବ। ରାହୁଙ୍କ କୁପ୍ରଭାବଜନିତ ଟଙ୍କା ପଇସା ସମ୍ପର୍କିତ ସମସ୍ତ କାମ ସାବଧାନତା ସହକାରେ କରିବା ବିଧେୟ । ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତ ମାନର ଫଳ ପାଇବେ।
କର୍କଟ
କର୍କଟ
ଚତୁର୍ଥାଧିପତି ଲାଭ ସ୍ଥାନରେ ରହିଥିବାରୁ ସାମାଜିକ ସ୍ତରରେ ଆନୁଷଙ୍ଗିକ ସାହାଯ୍ୟ, ସହଯୋଗ ଓ ସୁଖ ସମ୍ମାନ ପାଇ ଖୁସି ହେବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ସକାଶେ ଆହୁରି ବହୁତ ସମୟ ଲାଗିପାରେ। ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେବା ସୂଚନା ରହିଛି ।
ସି˚ହ
ସି˚ହ
ରାଶିରେ ରାଜଯୋଗ ସୃଷ୍ଟି ହୋଇଥିବାରୁ ପରିବାରରେ, କର୍ମକ୍ଷେତ୍ରରେ ଅଥବା ସାମାଜିକ ସ୍ତରରେ ସମ୍ମାନଜନକ ସ୍ଥିତି ଲାଭ କରିପାରନ୍ତି। ମଘା ନକ୍ଷତ୍ର ଯେତିକି ଖୁସିରେ ରଖିବାକୁ ଚାହିଁଲେ ମଧ୍ୟ ଆଜିର ପରିସ୍ଥିତି ତାହା ସହଜରେ କରାଇ ଦେଇ ନ ପାରେ । ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇଯିବେ ।
କନ୍ୟା
ଗ୍ରହ ସ୍ଥିତିର ପ୍ରତିକୂଳତା କାରଣରୁ ଆଜି ଯାହା କହିବେ କିମ୍ବା କରିବେ ସବୁ ଭାବିଚିନ୍ତି କରିବା ଭଲ ହେବ। ବାରମ୍ବାର ଚେଷ୍ଟା ପରେ ଦୀର୍ଘଦିନ ଉପରାନ୍ତେ ଋଣ ସୂତ୍ରରେ ଅର୍ଥଲାଭ କରିବେ। ସ୍ତ୍ରୀଙ୍କ ବୁଝାମଣା, ବିଭିନ୍ନ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ଯାତ୍ରା ସମ୍ପର୍କରେ ଦୁଶ୍ଚିନ୍ତା ବଢ଼ିପାରେ । ଅନିଦ୍ରାଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ତୁଳା
ତୁଳା
ଧନ ସ୍ଥାନରେ ବୃହସ୍ପତି ଆପଣଙ୍କୁ ଅର୍ଥ, ସାମାଜିକ ସମ୍ମାନ ଓ ଶୁଭେଚ୍ଛୁଙ୍କ ଶୁଭକାମନାରୁ ଖୁସି ରହିବେ। ପ୍ରତିବନ୍ଧକ ଆସିଲେ ମଧ୍ୟ ହାତକୁ ନେଇଥିବା କାମଟିକୁ ପୂରା କରିବାକୁ ଚେଷ୍ଟାକରିବେ। ନିଜର ଲୋକ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଅସାବଧାନତା କାରଣରୁ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ।
ବିଛା
ବିଛା
ମୁଖ ଭାବରେ ପାପଗ୍ରହ ଥିବାରୁ କଥାବାର୍ତ୍ତାରେ ସଂଯମ ରକ୍ଷା ନ କଲେ ଭୁଲ୍‌ ବୁଝାମଣାଜନିତ ଅଶାନ୍ତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ଅନ୍ୟମନସ୍କତା ଓ ଅସାବଧାନତା କାରଣରୁ ଟଙ୍କାପଇସା କିମ୍ବା ଦରକାରୀ କାଗଜପତ୍ର ହଜିଯାଇପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଶୁଭକାର୍ଯ୍ୟ କିମ୍ବା ବିବାହ ସମ୍ପର୍କିତ ନୂତନ ବନ୍ଧୁ ପ୍ରସ୍ତାବ ପାଇଁ ଯୋଗାଯୋଗ କଲେ କୃତକାର୍ଯ୍ୟ ହେବେ। କିନ୍ତୁ ସାମୟିକ ସମସ୍ୟାଜନିତ ହାତକୁ ନେଇଥିବା କେତେକ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ସୁସ୍ଥତା ଫେରିପାଇବା କାରଣରୁ ଏକ ପ୍ରକାର ମାନସିକ ଶାନ୍ତି ମିଳିବ।
ମକର
ମକର
ଅଷ୍ଟମସ୍ଥ ଏକାଧିକ ଗ୍ରହ ଆପଣଙ୍କ ସୁଖ,ସମ୍ମାନ, ପାରିବାରିକ ଶାନ୍ତି ଓ ଆର୍ଥିକ ଅଭିବୃଦ୍ଧିକୁ ରୋକି ଦେଇପାରେ। ଭୁଲ୍‌ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ସୃଷ୍ଟି ହେବା ଆଶଙ୍କା ମଧ୍ୟ ରହିଛି। ନୂତନ ପ୍ରକଳ୍ପାରମ୍ଭ କିମ୍ବା ଶିଳ୍ପ, ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ।
କୁମ୍ଭ
କୁମ୍ଭ
ରାହୁଙ୍କ ସ୍ଥିତି ଆପଣଙ୍କ ଚିନ୍ତାଧାରାକୁ ବଦଳାଇ ଦେଇପାରେ। ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବୃଦ୍ଧିପାଇବ। କଳା, ସଂସ୍କୃତି ପ୍ରତି ଅନୁରାଗ ବଢ଼ିବା ସହ ବନ୍ଧୁମିଳନରୁ ଖୁସି ରହିବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ।
ମୀନମୀନ
ଦେବଗୁରୁଙ୍କ ଶୁଭଦୃଷ୍ଟିରୁ ଚେଷ୍ଟା କରୁଥିବା କାମଗୁଡ଼ିକ ସମ୍ପନ୍ନ ହେବାରୁ ମନ ଖୁସି ହୋଇଯିବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବା ସହ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବନ୍ଧୁଙ୍କ ପରାମର୍ଶରେ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri