Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ
ଲାଭଭାବସ୍ଥ ଚନ୍ଦ୍ର ବାଧକାଧିପତି ଶନି ଯୁକ୍ତ କାରଣରୁ ପାରିବାରିକ ଦିଗରୁ କିଛିଟା ଚିନ୍ତା ମନକୁ ଚିନ୍ତାଶୀଳ କରାଇପାରେ । ଅବଶ୍ୟ ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ । ଦୀର୍ଘ ଦିନର ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗି ପାରନ୍ତି।
ବୃଷ
ବୃଷ
ସ୍ବଗୃହରେ ବୁଧ ରାଶ୍ୟାଧିପତିଙ୍କ ସହ କୋଣଭାବ ମଣ୍ଡନ କରିଥିବାରୁ ଆପଣ ଠିକ୍‌ ନିଷ୍ପତ୍ତି ନେଇ ପ୍ରଶଂସିତ ହେବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ ହାସଲ କରିବେ । ନିକଟସ୍ଥ ପାଖ ପଡ଼ୋଶୀମାନେ ସହାୟତା ଆଶା କରି ପାରନ୍ତି। ସଙ୍ଗୀତ କଳା, ସାହିତ୍ୟ, କ୍ରୀଡ଼ା କ୍ଷେତ୍ରରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ ।
ମିଥୁନ
ମିଥୁନ
ନୀଚସ୍ଥ ଶୁକ୍ର ଚତୁର୍ଥାଧିପତିଙ୍କ ସହ ଅବସ୍ଥାନ କରିଥିବାରୁ ବିଭିନ୍ନ କାରଣକୁ ନେଇ ମାନସିକ ସ୍ଥିରତା ରହିବ ନାହିଁ। ପୂର୍ବ ଯୋଜନା ଅନୁଯାୟୀ କର୍ମ କରନ୍ତୁ ଅବଶ୍ୟ କେତେକାଂଶରେ ସଫଳତା ପାଇବେ। ପୁରାତନ ରୋଗର ପୀଡ଼ା କାମ କରିବାକୁ ନିରୁତ୍ସାହିତ କରିପାରେ। ଆଜି ପରିବହନ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ।
କର୍କଟ
କର୍କଟ
ଚନ୍ଦ୍ର ନିଜ ଭାବରୁ ଶନିି କ୍ଷେତ୍ରରେ ଅଷ୍ଟମସ୍ଥ ଯୋଗୁ ବିଭିନ୍ନ ସମସ୍ୟା ସମାଧାନର କୁଳକିନରା ପାଇବେ ନାହିଁ । ବିଭିନ୍ନ ପାରିବାରିକ ସମସ୍ୟାକୁ ନେଇ ନିଜେ ଅସୁବିଧା ଭିତରେ ଚଳୁଥିଲେ ମଧ୍ୟୁ ବନ୍ଧୁଙ୍କ କାମରେ ଯଥାସାଧ୍ୟ ସାହାଯ୍ୟ କରିବେ ।ବ୍ୟବସାୟ ଓ ପରିବହନ, ସଭାସମିତି, ପ୍ରଶାସନିକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ସି˚ହ
ସି˚ହ
ମଙ୍ଗଳ ରାଶ୍ୟାଧିପତିଙ୍କ ରହିଥିବାରୁ ସାମାନ୍ୟ କଥାରେ ଉତ୍ତେଜିତ କରାଇ ସମସ୍ୟା ସୃଷ୍ଟି କରିପାରନ୍ତି। ଜମିଜମା କଥା, ସରକାରୀ କାମ, ଆନୁଷ୍ଠାନିକ ଦାୟିତ୍ୱ, ବନ୍ଧୁମିଳନ କ୍ଷେତ୍ରରେ ଆଜି ସତର୍କତାର ସହ କାମ କରିବା ଭଲ । ସକାଳୁ ସକାଳୁ ବନ୍ଧୁଙ୍କ ସାକ୍ଷାତରୁ କିଛି ପରିମାଣରେ ଉପକୃତ ହୋଇପାରନ୍ତି।
କନ୍ୟା
ବୃହସ୍ପତି ଭାଗ୍ୟସ୍ଥାନକୁ ଦେଖୁଥିବାରୁ ଅଟକି ରହିଥିବା କାମଗୁଡ଼ିକ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ପାରିବାରିକ ଅଶାନ୍ତିକୁ ଦୂରେଇବାରେ ସମର୍ଥ ହେବେ ଏବଂ ସାମାଜିକ ସ୍ତରରେ ଦକ୍ଷତାଭିତ୍ତିକ ପ୍ରଶଂସିତ ହୋଇପାରନ୍ତି। ଆଜିର ଯାତ୍ରାରେ ଲକ୍ଷ୍ୟସ୍ଥଳରେ କିଛିଟା ହଇରାଣ ହରକତ ହେବାକୁ ପଡ଼ିପାରେ।
ତୁଳା
ତୁଳା
ଶନିଙ୍କ ସ୍ବଗୃହକୁ ଶୁଭଦୃଷ୍ଟି ଆଇନ ଅଦାଲତ, ସାମୁହିକ କାର୍ଯ୍ୟ,ସଂଗଠନ, ଟେକ୍‌ନିକାଲ ସମ୍ପର୍କିତ କାର୍ଯ୍ୟ, ଲୈାହସମ୍ବନ୍ଧିତ ବ୍ୟବସାୟରେ ସୁଫଳ ପାଇବେ । କିନ୍ତୁ କେତେକ ଦୀର୍ଘ ମିଆଦି ଯାଜନା ଫସର ଫାଟିଯିବା କାରଣରୁ ସାମୟିକ ମନ ଭଲ ରହି ନ ପାରେ। ଆଜି ହଠାତ୍‌ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବାର ସମ୍ଭାବନା ରହିଛି ।
ବିଛା
ବିଛା
ଆପଣଙ୍କର ସୁଚିନ୍ତିତ ଯୋଜନା ଓ ସିଦ୍ଧାନ୍ତ ଦିନଚର୍ଯ୍ୟାକୁ ବଦଳାଇ ଦେଇପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର କୈାଶଳ ଅବଲମ୍ବନ କରି ଆଶା ପୂରଣ ଦିଗରେ ଚେଷ୍ଟା କରି ପାରନ୍ତି। ସାହିତ୍ୟ, ସଂଗୀତ ,କଳା, କ୍ରୀଡା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ । ଆଶା ଓ ବିଶ୍ୱାସର ସହ କାମ କରି ଚାଲନ୍ତୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ ।
ଧନୁ
ଧନୁ
ମଙ୍ଗଳ ଶୁଭଭାବରେ ରହି ମଙ୍ଗଳଜନକ କାମ,ଗୃହୋପଯାଗୀ ପ୍ଳଟ,ବିଦ୍ୟତ ବ୍ୟବସାୟ,ମୃତିକା ସମ୍ବନ୍ଧିତ କାଯର୍‌ୟପାଇଁ ସୁଫଳ ପ୍ରଦାନ କରିବେ । ସଭାସମିତି କିମ୍ବା ଅଫିସିଆଲି ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ବ୍ୟବସାୟ,ପରିବହନ, ଶିଳ୍ପରେ କ୍ଷତିର ଭରଣା କରିବା ସକାଶେ ଚେଷ୍ଟା କରିବେ।
ମକର
ମକର
ନୀଚ୍ଚାଂଶଗତ ଶୁକ୍ର ଓ ମଙ୍ଗଳ ପ୍ରଭାବରେ ବହୁତ ଦିନର ସୁସମ୍ପର୍କ ବାଧାପ୍ରାପ୍ତ ହେବ। କିନ୍ତୁ ଆପଣ ପରିସ୍ଥିତି ଯାହା ହେଉ ନା କାହିଁକି, ଆଜି ଯେ କୈାଣସି ପ୍ରକାରେ ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ। କଳା,ସାହିତ୍ୟ,କ୍ରୀଡା, ଚଳଚ୍ଚିତ୍ରାଦିରେ ସମସ୍ୟା ସମାଧାନ ହୋଇଯିବ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିରେ ଆଣି ଦୋଷାରୋପ କରିପାରନ୍ତି।
କୁମ୍ଭ
କୁମ୍ଭ
ଷଷ୍ଠାଧିପତି ଚନ୍ଦ୍ର ରାଶିରେ ରହୁ ଥିବାରୁ ଋଣ ପରିଶୋଧ କରିବା ସକାଶେ ଦୁଃଶ୍ଚିନ୍ତା ଲାଗିରହିବ । ପାରିବାରିକ ଶୃଙ୍ଖଳା ରକ୍ଷା କରିବବାକୁ ଯାଇ ବହୁିତ କଷ୍ଟ ସ୍ବୀକାର କରିବାକୁ ପଡିବ । ଧୈର୍ଯ୍ୟହରା ପରିସ୍ଥିତିକୁ ହୃଦୟଙ୍ଗମ କରି କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇ ପାରନ୍ତି । ଜଣେ ଅଜଣା ବ୍ୟକ୍ତିଙ୍କ ସହୟତାରୁ ଉପକୃତ ହେବେ।
ମୀନମୀନ
ଗୁରୁଦୃଷ୍ଟିରୁ ଯଦିଓ ଆପଣ ଲକ୍ଷ୍ୟହାସଲରେ କୃତକାଯର୍‌ୟ ହେବେ ତଥାପି ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ସମସ୍ୟା ସୃଷ୍ଟିକରିବ। ପଦାଧିକାରୀଙ୍କ ଚାପ କିମ୍ବା ଗୁରୁଦାୟିତ୍ୱ ବହନ କରି ଅଫିସ୍‌ କାମର ଜାଳ ବୃଦ୍ଧି ପାଇପାରେ । ଜଣେ ବନ୍ଧୁଙ୍କ ଦ୍ୱାରା କାମ ହାସଲ କରିବେ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୧ ତାରିଖ – Daily Horoscope

ମେଷ ରାଶିରେ ରବିଙ୍କ ସହ ଗୁରୁ ଓ ଶୁକ୍ରଙ୍କ ସଂଯୋଗ କାର୍ଯ୍ୟସିଦ୍ଧି ସହ ସମ୍ମାନଜନକ ସ୍ଥିତିରେ ଅବସ୍ଥାପିତ କରିବ। ସାଂଗଠନିକ ସ୍ଥିତି ସୁଦୃଢ଼ ରହିବା ସହ...

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ...

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri