Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ
ପରିବାରରେ ବିଭିନ୍ନ ସମସ୍ୟା ବିଜଡ଼ିତ ହେବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ । ଆର୍ଥିକ ସ୍ଥିତି ଦୁର୍ବଳ ହେବା କାରଣରୁ ତାହାହିଁ ଚିନ୍ତାର କାରଣ ହୋଇପାରେ। ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟାର ସମାପ୍ତି ଘଟାଇବେ।
ବୃଷ
ବୃଷ
ଭୁଲ୍‌ ବୁଝାମଣା ହେତୁ ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାରେ ମନୋମାଳିନ୍ୟ ଘଟିପାରେ। ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇବେ ଓ କାମଟି ସୁବିଧାରେ ହୋଇଯିବ। ଅନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ସନ୍ତାନହେତୁକ ପୀଡ଼ା କିମ୍ବା ଅନୁପସ୍ଥିତିର ଅଭାବ ଅନୁଭବ କରିବେ।
ମିଥୁନ
ମିଥୁନ
କୌଣସି ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ କରିବେ। ବିଶେଷଭାବେ ପ୍ରଶାସନ,ପ୍ରକାଶନ, ରାଜନୀତି, ସଙ୍ଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭକରି ପ୍ରଶଂସିତ ହେବେ। ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ଘଟିଯାଇଥିବା ବିଷୟକୁ ଚିନ୍ତାକରି ମନରେ ଅସ୍ଥିରତା ସୃଷ୍ଟି ହେବ । ନିଜ ଭାଇ, ବନ୍ଧୁ ଓ କୁଟୁମ୍ବର ଲୋକମାନଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଅପରାହ୍ନରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ବିବାଦୀୟ ଘଟଣାରେ, ମାଲିମକଦ୍ଦମାରେ ଜୟଲାଭ କରିବା ଆଶା କ୍ରମଶଃ ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କାର୍ଯ୍ୟରେ ବିଘ୍ନ ଯୋଗୁ ମାନସିକ ସ୍ଥିରତା ହରାଇବେ । କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ସମସ୍ୟାଗୁଡ଼ିକର ସରଳ ସମାଧାନ କରିବାରେ ସଫଳ ହେବେ। କଚେରି ମାମଲାର ଶୁଣାଣିରୁ ମନ ଖୁସି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭବାନ୍‌ ହେବେ।
କନ୍ୟା
କଥା ପ୍ରସଙ୍ଗରେ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କିମ୍ବା ପରିବହନ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। ଯୋଜନାବିହୀନ କାମରେ ମୁଣ୍ଡ ପୂରାନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିପାରେ। ଅତି ପ୍ରିୟ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ।
ତୁଳା
ତୁଳା
ଆଜିର କାମରେ ଆବଶ୍ୟକତାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟହେବେ । ବିଭିନ୍ନ ସମସ୍ୟା ମଧ୍ୟରେ ବୁଡ଼ିରହି ନିଜର କାମଗୁଡ଼ିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯାଇପାରେ। ଅଫିସ୍‌ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ।
ବିଛା
ବିଛା
ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ। ବନ୍ଧୁ ଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ। ନି ଜ ପରିବାରର ସଦସ୍ୟମାନଙ୍କଠାରୁ କିମ୍ବା ସହକର୍ମୀମାନଙ୍କ ତରଫରୁ ସମସ୍ୟା ଆସିପାରେ ।
ଧନୁ
ଧନୁ
ପରୋକ୍ଷ ଶତ୍ରୁତା କରୁଥିବା କୌଣସି ବ୍ୟକ୍ତିମାନଙ୍କ ଦ୍ୱାରା ଆଜିର କର୍ମକ୍ଷେତ୍ର ବିଶୃଙ୍ଖଳିତ ହୋଇପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
ମକର
ମକର
ଅଫିସରୁ ହଠାତ୍‌ କୌଣସି ଖବର ପାଇ ବିଚଳିତବୋଧ କରିବେ। ଆର୍ଥିକ ସ୍ଥିତି ମନ୍ଦ ହେବନି, କିନ୍ତୁ ଆବଶ୍ୟକତା ପୂର୍ଣ୍ଣ ହେବା କାଠିକର ପାଠ ହେବ। ବାଣିଜ୍ୟ, ବ୍ୟବସାୟ,ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ। ପାରିବାରିକ ସ୍ତରରେ ବିଶୃଙ୍ଖଳା ଲାଗି ରହିବା କାରଣରୁ ମହିଳାମାନଙ୍କ ମନ ସ୍ଥିର ରହିବ ନାହିଁ ।
କୁମ୍ଭ
କୁମ୍ଭ
ପରିବାରରେ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କଳା, କ୍ରୀଡ଼ା,ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରିଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶକରି ସମାଲୋଚିତ ହେବେ। କୌଣସି ଅପରିଚିତ ବ୍ୟକ୍ତିଙ୍କୁ ବିଶ୍ୱାସକରି ଖାଲରେ ପଡ଼ିପାରନ୍ତି। ଯାତ୍ରା, ବ୍ୟବସାୟ, ଆଲୋଚନା କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ରଙ୍କ ମଙ୍ଗଳଦୃଷ୍ଟ ଯୋଗୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଚିନ୍ତାଜନକ ରହିବ। ଦ୍ୱିଜା ନକ୍ଷତ୍ର ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ,…

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା…

ରାଶିଫଳ: ଶୁକ୍ରବାର, ମେ ୨୯ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। କର୍ମକ୍ଷେତ୍ରରେ ଅଭିଳଷିତ କାର୍ଯ୍ୟ ସମ୍ପାଦନ କରିବେ। ଆଜିର ଯାତ୍ରା, ବ୍ୟବସାୟ, ଗବେଷଣା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ଗୁରୁବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ନିଆଁରେ ଘିଅ ଢାଳିଲାପରି କଟୁକଥା କହି ମାନସିକ ଆଘାତ ଦେଇପାରନ୍ତି।…

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri